ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି, ସନ୍ଧ୍ୟା ୬ଟାରୁ ରାତି ୧୦ଟା ଦର୍ଶନ ମନା

ପୁରୀ,୦୧/୦୪: ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ । ସେଥିପାଇଁ  ସନ୍ଧ୍ୟାରେ ପ୍ରାୟ ୪ଘଣ୍ଟା ଠାକୁରଙ୍କ ସାଧାରଣ ଦର୍ଶନ  ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନର ସୂଚନା ଅନୁସାରେ  ଏହି ସ୍ୱତନ୍ତ୍ର ନୀତି ସନ୍ଧ୍ୟା ୬ଟାରୁ ରାତି ୧୦ଟା ମଧ୍ୟରେ ଅନୁଷ୍ଠିତ ହେବ । ତେଣୁ ସେହି ସମୟରେ ସର୍ବସାଧାରଣ  ଦର୍ଶନ ମିଳିବ ନାହିଁ । ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା  ପରେ ଦଇତାପତି ସେବକମାନେ ଠାକୁରଙ୍କ ଏହି ସେବା  କରିଥାନ୍ତି । ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଏହି ନୀତି  ପାଳନ କରାଯାଇଥାଏ । ତେବେ ସେଦିନର ନୀତି ଉପରେ  ପ୍ରକୃତ ଦର୍ଶନ କଟକଣା ସମୟ ନିର୍ଭର ରହିବ । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.