PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ରାଜ୍ୟରେ ଚଳିତ ବର୍ଷ ବଢିବନି ବିଜୁଳି ଦର
  • ||
  • ଓଡ଼ିଶାର ୭ ସହର ବାୟୁ ପ୍ରଦୂଷିତ,ରାଉରକେଲା ସହର ଅଧିକ ପ୍ରଦୂଷିତ
  • ||
  • ୮ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ, ବଜ୍ରପାତ ସହ ବର୍ଷା ସମ୍ଭାବନା
  • ||
  • ଭୁବନେଶ୍ୱର- ମଦୁଆ ଗାଡି ଚାଳକ ସାବଧାନ, ଆଜିଠୁ ଚେକିଂ ଜୋରଦାର
  • ||
  • ପୁରୀ : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ସାକ୍ଷାତ କରିବେ ଦିଦି, ସନ୍ଧ୍ୟାରେ ପଶ୍ଚିମବଙ୍ଗ ଫେରିଯିବେ
  • ||
  • ଭୁବନେଶ୍ୱର : ପଶ୍ଚିମା ଝଡ଼ ପୁଣି ସକ୍ରିୟ, ଆଗାମୀ ୪ ଦିନ ବର୍ଷା ସମ୍ଭାବନା
  • ||
  • ଭୁବନେଶ୍ୱର : ଓଡ଼ିଆ ଟେଲି ଜଗତକୁ ଝଟକା, ହୃଦଘାତରେ ଆଖିବୁଜିଲେ ଅଭିନେତା ସୋମଦତ୍ତ
  • ||

ସୋମବାର ମହାପ୍ରଭୁଙ୍କ ଖସାପଡ଼ା ନୀତି, ଠାକୁରଙ୍କ ଗୁପ୍ତ ନୀତି ପାଇଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ,୧୯/୦୩: ସୋମବାର ମହାପ୍ରଭୁଙ୍କ ଖସାପଡ଼ା ଲାଗି ନୀତି ଅନୁଷ୍ଠିତ ହେବ । ସେଥିପାଇଁ ୩ ଘଣ୍ଟାରୁ ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନରୁ ଭକ୍ତମାନେ ବଞ୍ଚିତ ହେବେ । ଠାକୁରଙ୍କ ଦ୍ୱିତୀୟ ଭୋଗମଣ୍ଡପ ନୀତିପରେ ଏହି ସ୍ୱତନ୍ତ୍ର ବିଧି ଅନୁଷ୍ଠିତ ହେବ । ଠାକୁରଙ୍କ ଦ୍ୱିତୀୟ ଭୋଗମଣ୍ଡପ ନୀତି ବଢ଼ିଲା ବେଳକୁ ପ୍ରାୟ ସାଢ଼େ ୩ଟା ହେଉଛି । ଏଣୁ ଅପରାହ୍ଣରୁ ପ୍ରାୟ ସନ୍ଧ୍ୟା ପର୍ଯ୍ୟନ୍ତ ଠାକୁରଙ୍କ ଦର୍ଶନ ମିଳିବ ନାହିଁ ବୋଲି ଅନୁମାନ କରାଯାଉଛି । ମହାପ୍ରଭୁଙ୍କ ଦଇତାପତି ସେବକମାନେ ଏହି ନୀତି ସମ୍ପାଦନ କରିଥାନ୍ତି । ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଏହି ନୀତି କରାଯାଏ । ଏହା ଠାକୁରଙ୍କ ଗୁପ୍ତ ନୀତି ଓ ବର୍ଷକେ ଏକାଧିକ ଥର ହୋଇଥାଏ।