PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ପରଲୋକ , ଗୁଳିମାଡ଼ ପରେ ତାଙ୍କୁ ଭୁବନେଶ୍ୱରରେ ହସ୍ପିଟାଲରେ ଭର୍ତ୍ତି କରାଯାଇ ଥିଲା
  • ||
  • ମାଲକାନଗିରି : ମାଓଗଡ଼ରେ ସରକାରଙ୍କ ପକ୍ଷରୁ ୨୦୦ ଗରିବ ଆଦିବାସୀଙ୍କୁ ମୋବାଇଲ ଫୋନ ବଣ୍ଟନ
  • ||
  • ପାକିସ୍ତାନରେ ପୁଣି ମହଙ୍ଗା ମାଡ଼, ପେଟ୍ରୋଲ-ଡିଜେଲ ଦାମରେ ୩୫ ଟଙ୍କା ବୃଦ୍ଧି
  • ||
  • ଝାରସୁଗୁଡ଼ା: ମନ୍ତ୍ରୀ ନବ ଦାସଙ୍କୁ ଗୁଳି ମାଡ଼: ଛାତିରେ ବାଜିଛି ଗୁଳି, ଗୁରୁତର ଅବସ୍ଥାରେ ନିଆଯାଉଛି ହସ୍ପିଟାଲ
  • ||
  • ହକି ବିଶ୍ୱକପ୍‌: ସୁପର ସଣ୍ଡେରେ ଫାଇନାଲ୍ ଫାଇଟ୍, ବେଲଜିୟମ-ଜର୍ମାନୀ ମଧ୍ୟରେ ଟାଇଟଲ ଟକ୍କର
  • ||
  • ଭୂକମ୍ପରେ ଥରିଲା ଇରାନ୍, ୭ ମୃତ, ୪୦୦ରୁ ଅଧିକ ଆହତ
  • ||
  • ମୟୂରଭଞ୍ଜ: ହାତୀମୃତ ଦେହ ମିଳିବା ଘଟଣାରେ ୪ ଶିକାରୀ ଗିରଫ, ୨ ହାତୀଦାନ୍ତ ଜବତ…
  • ||
  • ଆଜି ଦ୍ୱିତୀୟ ଟି-ଟ୍ୱେଣ୍ଟି: ଭାରତ ପାଇଁ ‘କର ବା ମର’, ସିରିଜ ଜିତି ସ୍ୱଦେଶ ଫେରିବା ଲକ୍ଷ୍ୟରେ ନ୍ୟୁଜିଲାଣ୍ଡ
  • ||
  • ଭୁବନେଶ୍ୱର: ଫେବ୍ରୁଆରୀ ୧୦ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ! ସଜେଇ ହେଉଛି ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ
  • ||
  • ଭୁବନେଶ୍ୱର: ଚିନାବାଦାମ ଚାଷର ନୂତନ ଜ୍ଞାନକୌଶଳ ଶିଖିବେ ଓଡ଼ିଆ କୃଷକ, ୮୦ ଚାଷୀଙ୍କୁ ଗୁଜରାଟ ପଠାଇଲା ସୋଆ
  • ||

ପୁରୀରେ ଖୋ ଖୋ ଦଳର ପ୍ରଶିକ୍ଷଣ କ୍ୟାମ୍ପ

ପୁରୀ, ୯/୧୨: ଆସନ୍ତା ଜାନୁଆରୀ ୩୧ରୁ ଫେବୃଆରୀ ୧୧  ଯାଏ ମଧ୍ୟପ୍ରଦେଶଠାରେ ଖେଲୋ ଇଣ୍ଡିଆ ଅନୁଷ୍ଠିତ ହେବ । ଏ ନେଇ ରାଜ୍ୟ ସରକାର ଓ ରାଜ୍ୟ କ୍ରୀଡା ବିଭାଗ ପକ୍ଷରୁ ପୁରୀରେ ପ୍ରଥମଥର ପାଇଁ ରାଜ୍ୟ ଖୋଖୋ  ଦଳର କ୍ୟାମ୍ପ ଆୟୋଜନ କରାଯାଇଛି । ଏହି କ୍ୟାମ୍ପ ପୁରୀ ଜିଲ୍ଲା ସ୍କୁଲ ପଡିଆ ଠାରେ ଆଜି ଠାରୁ ଅନୁଷ୍ଠିତ ହୋଇଛି । ଏଥିରେ ମନୋନୀତ ୨୦ ଜଣ ପୁରୁଷ ଓ ୨୦ ଜଣ ମହିଳା ଖେଳାଳୀ ପ୍ରଶିକ୍ଷଣ ନେଉଛନ୍ତି । ଏମାନଙ୍କ ମଧ୍ୟରୁ ଶ୍ରେଷ୍ଠ ୧୫ ଜଣ ଖେଳାଳି ଖେଲୋ ଇଣ୍ଡିଆରେ ଭାଗ ନେବେ । ଏହି କ୍ୟାମ୍ପକୁ ସୁନ୍ଦର ଓ ଶୃଙ୍ଖଳିତ ଭାବେ ଆୟୋଜନ କରିବାକୁ ଜିଲ୍ଲାପାଳ ସମର୍ଥ ବର୍ମା ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

 ଜିଲ୍ଲା କ୍ରୀଡାଧିକାରୀ ଚନ୍ଦନ କୁମାର ସାହୁଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଏହି କ୍ୟାମ୍ପ ଚାଲିବ । ଭାରତ ଦଳର ସର୍ବଭାରତୀୟ କୋଚ ସଞ୍ଜୀବ ଶର୍ମା ଓଡିଶା ଦଳରେ ଯୋଗ ଦେଇଛନ୍ତି । ଗତ ବର୍ଷ ଓଡିଶା ଖୋଖୋ ଦଳର ଉଭୟ ପୁରୁଷ ଓ ମହିଳା ଦଳ ବୋଞ୍ଜ ପାଇଥିଲେ । ଚଳିତ ବର୍ଷ ଖେଲୋ ଇଣ୍ଡିଆରେ ସ୍ୱର୍ଣ୍ଣ ପଦକ ହାସଲ କରିବା ପାଇଁ ଚେଷ୍ଟା କରିବୁ ବୋଲି ଓଡିଶା ଖୋଖୋ ସଂଘର ରାଜ୍ୟ ସମ୍ପାଦକ ପ୍ରଦ୍ୟୁମ୍ନ ମିଶ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ପୁରୀ ଜିଲ୍ଲା ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ଜ୍ୟୋତିର୍ମୟୀ ମିଶ୍ର, ରାଜ୍ୟ ଖୋ ଖୋ ସଂଘର କୋଷାଧ୍ୟକ୍ଷ ଚୌଧୁରୀ ପାର୍ଥ ସାରଥୀ ମହାପାତ୍ର ଓ ଅନ୍ୟମାନେ ଉପସ୍ଥିତ ଥିଲ ।