PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାବୁଲ ସ୍ଥିତ ଏକ ମସଜିଦ୍‌ରେ ଭୟଙ୍କର ବିସ୍ଫୋରଣ , ବିସ୍ଫୋରଣରେ ୨୦ ମୃତ , ୪୦ ଆହତ , ଆହତଙ୍କୁ ନିଆଯାଉଛି ହସ୍ପିଟାଲ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୪ ଦିନ ଏଭଳି ବନ୍ୟା ସ୍ଥିତି ରହିବ, ଆଗାମୀ ୨୪ ଘଣ୍ଟା ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି ଏସଆରସିଙ୍କ ସୂଚନା
  • ||
  • ବୌଦ୍ଧ : ବୌଦ୍ଧ ଜିଲ୍ଲା ଭେଜିଗୋରା ଗ୍ରାମରେ ପାଣି ଘେରରେ ଥିବା ଗର୍ଭବତୀ ମହିଳା ଓ ଅନ୍ୟ ଜଣେ ମହିଳାଙ୍କୁ ଉଦ୍ଧାର କରିଛନ୍ତି ଅଗ୍ନିଶମ କର୍ମଚାରୀ
  • ||
  • ଭଦ୍ରକ : ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ କାସିମପୁର ପଞ୍ଚାୟତ ହେମେନ୍ଦ୍ର ନାଥ ହାଇସ୍କୁଲରେ କ୍ଲାସ ରୁମ୍‌ରେ ପଶିଲା ବନ୍ୟା ପାଣି, ବାତିଲ ହେଲା ପରୀକ୍ଷା
  • ||
  • ସୋର : ବାଲେଶ୍ବର ଜିଲ୍ଲା ନୀଳଗିରି ଅଧିନ ଔପଦା ବ୍ଲକର ବିଡ଼ିଓ ଅଭିଷେକ ଦାସଙ୍କର ବଦଳିକୁ ନେଇ ବୁଧବାର ଔପଦା ବ୍ଲକ୍ ସମ୍ମୁଖରେ ସରପଞ୍ଚ, ସମିତି ସଭ୍ୟ/ସଭ୍ୟା, ବୁଦ୍ଧିଜୀବୀ, ଔପଦାର ଜନସାଧାରଣଙ୍କ ଧାରଣା
  • ||
  • ଜଗତସିଂହପୁର : ତିର୍ତ୍ତୋଲ ବ୍ଲକର ଗୋତିଆକୁଦ ଗାଁରେ ହଠାତ ପାଣି ବଢିଯିବାରୁ ଗୋଟିଏ ପରିବାରର ୩ ଜଣ ଫଶି ରହିଥିଲେ, ବୁଧବାର ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କରିଛି
  • ||
  • କଟକ : ମୁଣ୍ଡଳୀରେ କମୁଛି ଜଳସ୍ତର, ତଥାପି ଵିପଦ ସଙ୍କେତ ଉପରେ ମହାନଦୀ
  • ||
  • ବାଲିପାଟଣା : ଧନୁଆ ନଦୀରେ ବନ୍ୟା, ବାଲିପାଟଣା ବ୍ଲକ୍‌ର ୫ଟି ପଞ୍ଚାୟତର ବିଭିନ୍ନ ଗାଁ ଜଳମଗ୍ନ
  • ||
  • ବାରିପଦା : ଆଇଟିଆଇ କଲେଜରେ ଆଦିବାସୀ ଛାତ୍ରଙ୍କୁ ମାଡ ଘଟଣା, ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡାକରା
  • ||
  • କଣାସ : ମକରା ନଦୀରେ ୫୦ ଫୁଟର ଘାଇ, ୨୦ ରୁ ଅଧିକ ଗାଁରେ ପଶିଲା ବନ୍ୟାଜଳ
  • ||
  • ଜଳେଶ୍ବର : ତ୍ରୀର୍ଥଯାତ୍ରୀ ବସ୍‌କୁ ପିଟିଲା ମାଲବାହୀ ଟ୍ରକ୍, ଜଣେ ମୃତ ଓ ୪ ଗୁରୁତର
  • ||

ଭଦ୍ରକରେ ଦୁଇ କିନ୍ନର ଗୋଷ୍ଠୀ ମୁହାଁମୁହିଁ: ୫ ଜଣ ଗୁରୁତର, ୪ ଅଟକ

ଭଦ୍ରକ ୦୩/୦୭: ବିଳମ୍ବିତ ରାତିରେ ହୋଟେଲ ଭିତରେ ପଶି ମୁହାଁମୁହିଁ ହେଲେ କିନ୍ନର ଗୋଷ୍ଠୀ। ଦୁଇ ଗୋଷ୍ଠୀର ମାର୍‌ପିଟ୍‌ରେ ଉଭୟ ପକ୍ଷରୁ ୫ ଜଣ କିନ୍ନର ଗୁରୁତର ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ ପ୍ରଥମ ଭଦ୍ରକ ମେଡିକାଲ ପରେ କଟକ ବଡ ମେଡିକାଲକୁ ସ୍ଥାନ୍ତରଣ କରାଯାଇଛ। ଘଟଣାସ୍ଥଳରେ ଭଦ୍ରକ ଟାଉନ୍ ପୋଲିସ ପହଞ୍ଚି ୪ ଜଣ କିନ୍ନରଙ୍କୁ ଅଟକ ରଖିଥିବା ଜଣାପଡିଛି। ତେବେ କେଉଁ କାରଣ ପାଇଁ କିନ୍ନ ଗୋଷ୍ଠୀ ମୁହାଁମୁହିଁ ହୋଇଥିବା ଜଣାପଡିନାହିଁ। ପୋଲିସ ମାମଲାର ତଦନ୍ତ ଆରମ୍ଭ କରିଛି।

ସୂଚନା ମୁତାବିକ, ବିଳମ୍ବିତ ରାତିରେ କୌଣସି କାରଣକୁ ନେଇ ଗୋଟିଏ ଗୋଷ୍ଠୀର କିନ୍ନର ମାନେ ଅନ୍ୟ କେତେକ କିନ୍ନରଙ୍କୁ ହୋଟେଲ ଭିତରେ ପଶି ଆକ୍ରମଣ କରିଥିଲେ। ଏ ନେଇ ଗୋଟେ ପକ୍ଷ ଭଦ୍ରକ ଟାଉନ ଥାନାରେ ଏତଲା ଦେଇଥିଲେ । ପୋଲିସ ଏହି ୪ ଜଣ କିନ୍ନରଙ୍କୁ ଥାନାରେ ଅଟକ ରଖିଥିଲା । କିନ୍ତୁ ଅପରପକ୍ଷର ଜିଲ୍ଲା ବାହାରର କିନ୍ନର ମାନେ ଏକାଠି ହୋଇ ଟାଉନ ଥାନା ସମ୍ମୁଖରେ ହୋହଲ୍ଲା କରିଥିଲେ।

ଟାଉନ ଥାନାରେ ଗୋଟିଏ ପକ୍ଷ ସମାଧାନ ପାଇଁ ରାଜି ହୋଇ ବିଳମ୍ବିତ ରାତିରେ ଥାନାକୁ ଯାଇଥିବା ବେଳେ ପୁଣି ଅପର ଗୋଷ୍ଠୀ ରହୁଥିବା ଏକ ହୋଟେଲକୁ ଯାଇ ଆକ୍ରମଣ କରିବା ସହ ବ୍ୟାପକ ଭଙ୍ଗାରୁଜା କରିଥିବା ଜଣାପଡିଛି । ଏମିତିକି ଆକ୍ରମଣ ଓ ପ୍ରତିଆକ୍ରମଣରେ ଉଭୟ ଗୋଷ୍ଠୀର ୫ ଜଣ ଗୁରୁତର ହୋଇ ଭଦ୍ରକ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ । ପରେ ସେମାନଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ଭଦ୍ରକ ପୋଲିସ କିନ୍ନରଙ୍କୁ ଘଉଡାଇବା ପାଇଁ ଫ୍ଲାଗମାର୍ଚ୍ଚ କରିବା ସହ ଉଭୟ ଗୋଷ୍ଠୀଙ୍କୁ ତଡିପାର କରିବା ପାଇଁ ଜୋରଦାର ପାଟ୍ରୋଲିଂ କରାଯାଇଛି ଅନ୍ୟପଟେ ଗୁରୁତର କିନ୍ନରଙ୍କୁ ବାଦ ଦେଲେ ଅନ୍ୟ କିନ୍ନର ମାନେ ଫେରାର ହୋଇଯାଇଛନ୍ତି।