ପ୍ରମୂଖ ଖବର
  • ସେପ୍ଟେମ୍ବର ୩୦ରୁ ମହିଳା ଦିନିକିଆ ବିଶ୍ୱକପ୍, ଭାରତ-ଶ୍ରୀଲଙ୍କା କରିବେ ଆୟୋଜନ
  • ||
  • କଟକ: ରାଜ୍ୟ ଖାଉଟି କମିଶନ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ, ଜଳିଗଲା ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର
  • ||
  • ପୁରୀ: ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗୁରୁତ୍ବପୂର୍ଣ୍ଣ ବୈଠକ, ସ୍ନାନପୂର୍ଣ୍ଣିମା ଏବଂ ରଥଯାତ୍ରୀ ନୀତି ନିର୍ଘଣ୍ଟ ନେଇ ବାଜିପାରେ ମୋହର
  • ||
  • ନବରଙ୍ଗପୁର: ପାଇଖାନା ଟାଙ୍କି ସଫା ବେଳେ ଅଘଟଣ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୪ ଶ୍ରମିକଙ୍କ ଜୀବନ
  • ||
  • ଶଙ୍ଖ ଭବନରେ ବିଜେଡିର ବଡ଼ ବୈଠକ, ସରକାର ବର୍ଷେ ପୂର୍ତ୍ତି ଉତ୍ସବ ସହ ବିଭିନ୍ନ ପ୍ରସଙ୍ଗ ନେଇ ଚାଲିଛି ଆଲୋଚନା
  • ||
  • ଖରାପ ପାଗ ଏବଂ ଚିକୁନଗୁନିଆ ସଂକ୍ରମଣ ଯୋଗୁଁ ମହିଳା ଏସିଆ କପ୍‌ ସ୍ଥଗିତ
  • ||
  • ବିଶ୍ୱ ସାଇକେଲ ଦିବସ; ପେଁ ପାଁରେ ହଜିନି କ୍ରିଂ କ୍ରିଂ କ୍ରିଂ...ଫିଟନେସ୍‌ ପାଇଁ ପାଲଟିଛି ପ୍ରଥମ ପସନ୍ଦ
  • ||
  • ଛେଣ୍ଡିପଦା: ବିପଦରେ ଗଜରାଜ, ସୋଲାର କରେଣ୍ଟରେ ହାତୀ ମୃତ
  • ||
  • ଚନ୍ଦନେଶ୍ଵର: ୧୫ ଲକ୍ଷ ଟଙ୍କାର ବ୍ରାଉନ ସୁଗର ଜବତ, ୨ ଗିରଫ
  • ||
  • ବାଙ୍କୀ: ବାଲି ବୋଝେଇ ହାଇୱା ଧକ୍କାରେ ଯୁବକଙ୍କ ମୃତ୍ୟୁ, ରାସ୍ତାରୋକ କଲେ ଗ୍ରାମବାସୀ
  • ||
  • ପାଶ୍ଚାତ୍ୟ ରାଷ୍ଟ୍ରଙ୍କୁ ବିଶ୍ୱଯୁଦ୍ଧ ଭୟ: ଦୀର୍ଘ ୮୦ ବର୍ଷ ପରେ ଘାରିଛି ଆଶଙ୍କା, ଋଷ-ଆମେରିକା, ପରମାଣୁ ଅସ୍ତ୍ର ମୁଖ୍ୟ କାରଣ
  • ||
  • IPL 2025 ମହାଲଢ଼େଇ: ଆଜି ମୁହାଁମୁହିଁ ହେବେ ପଞ୍ଜାବ -ବେଙ୍ଗାଲୁରୁ, ପ୍ରଥମ ଟାଇଟଲ ଆଶାରେ ଉଭୟ ଟିମ୍
  • ||
  • ରାଜ୍ୟରେ ପୁଣି ଉପରମୁହାଁ ତାତି : ଆଗାମୀ ୪ ଦିନ ଯାଏ ଭୀଷଣ ଗରମ ସହ ଗୁଳୁଗୁଳି, ସପ୍ତାହ ଯାଏ ବର୍ଷା ନାହିଁ
  • ||

ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରେ ତାଲା, ରୋଗୀ ହନ୍ତସନ୍ତ

Published By : Rasmita Pradhan | June 2, 2025 12:23 PM

ଦାରିଙ୍ଗବାଡ଼ି,୨/୬ : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ ଅଧୀନ କିରିକୁଟି ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରେ ଝୁଲୁଛି ତାଲା । ମାସକରେ ମାତ୍ର ୨ ରୁ ୫ ଦିନ ଖୋଲା ରହୁଛି ଆରୋଗ୍ୟ କେନ୍ଦ୍ର। ଅଧିକାଂଶ ସମୟରେ ତାଲା ଝୁଲୁଥିବାରୁ ହସ୍ତସନ୍ତ ହେଉଛନ୍ତି ଗ୍ରାମବାସୀ। ପ୍ରତି ଦିନ ଏଠାକୁ ରୋଗୀ ଆସି ଫେରି ଯାଉଛନ୍ତି। ଗାଁ ନିକଟରେ ସ୍ଵାସ୍ଥ୍ୟକେନ୍ଦ୍ର ଥିଲେ ବି ଗ୍ରାମବାସୀ ସ୍ଵାସ୍ଥ୍ୟସେବା ପାଉ ନାହାଁନ୍ତି। ଫଲରେ ୫ କି.ମି ଦୂର ସିମନବାଡ଼ି ସ୍ଵାସ୍ଥ୍ୟକେନ୍ଦ୍ରକୁ ଯାଉଛନ୍ତି। ସାମାନ୍ୟ ରୋଗ ପାଇଁ ବି ଅଯଥା ଖର୍ଚ୍ଚାନ୍ତ ହେଉଛନ୍ତି।  

ଲୋକଙ୍କୁ ଘର ପାଖରେ ସ୍ଵାସ୍ଥ୍ୟସେବା ଯୋଗାଇ ଦେବା ନିମନ୍ତେ ସରକାର ପ୍ରତ୍ୟେକ ପଞ୍ଚାୟତ ଅଞ୍ଚଳରେ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର ନିର୍ମାଣ କରି ସିଏଚଓମାନଙ୍କୁ ନିଯୁକ୍ତି ଦେଇଛନ୍ତି । ହେଲେ ସିଏଚଓମାନଙ୍କ ମନମାନି ଯୋଗୁଁ ସ୍ଵାସ୍ଥ୍ୟକେନ୍ଦ୍ରରେ ଅନେକ ସମୟରେ ତାଲା ପଡ଼ି ରହୁଛି। ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରେ ସବୁ ପ୍ରକାର ସୁବିଧା ରହିଥିଲେ ସୁଦ୍ଧା ସିଏଚଓ କେନ୍ଦ୍ରରେ ନରହି ୧୭ କିମି ଦୂର ଦାରିଙ୍ଗବାଡ଼ି ଠାରେ ରହୁଛନ୍ତି। ଫଳରେ ଦିନ ହେଉ ଅବା ରାତି ରୋଗୀ ସ୍ଵାସ୍ଥ୍ୟସେବା ପାଇବାରୁ ସମ୍ପୂର୍ଣ୍ଣ ବଞ୍ଚିତ ହେଉଛନ୍ତି । ଅଧିକାରୀମାନଙ୍କ ତଦାରଖ ଅଭାବ ଯୋଗୁଁ ସିଏଚଓଙ୍କ ମନମାନି ଚାଲୁଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି । ଏଣୁ ସଠିକ୍ ତଦନ୍ତ କରାଯାଇ ସିଏଚଓଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି ହୋଇଛି । ଗୋଷ୍ଠୀ ଜନ ସ୍ଵାସ୍ଥ୍ୟ ଅଧିକାରୀ ଡ. ଯାକେଶ ସାମନ୍ତରାୟଙ୍କୁ ପଚାରିବାରୁ ସ୍ଥିତି ପରଖିବେ ବୋଲି କହିଛନ୍ତି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.