ପ୍ରମୂଖ ଖବର
  • ମାଲକାନଗିରି : ନଈ ପାରି ହେବା ସମୟରେ ପାଣିରେ ଭାସି ଯାଇ ଦୁଇ ଯୁବକ ମୃତ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ମାମଲାରେ ଆକ୍ସନ୍‌, ୫ ଜଣଙ୍କୁ ନିଲମ୍ବନ କଲା ରାଜ୍ୟ ବିଜେପି
  • ||
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ଆଜିର ରାଶିଫଳ; ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକୁ ନେଇ ବିବାଦ ଏବଂ ମାଲିମକଦ୍ଦମାରେ ପଡ଼ି ପାରନ୍ତି...

Published By : Ankita S | November 26, 2024 7:33 AM

ମେଷ: ଷଷ୍ଠଚନ୍ଦ୍ର, ମଙ୍ଗଳବାର ଏବଂ ଇନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠାଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ । ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଏବଂ ଅବସାଦରୁ ମୁକ୍ତି ମିଳିବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ଅଶ୍ୱିନୀ ଓ କୃତ୍ତିକାମେଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା: ୬, ଆରାଧନା: ମା’ ଚଣ୍ଡୀ ।

ବୃଷ: ଘାତଚନ୍ଦ୍ର, ଘାତ ନକ୍ଷତ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ଇତରଜନଠାରୁ ଅପମାନ ପାଇବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ସମସ୍ତ କର୍ମ ବିବାଦୀୟ ହେବ । ସନ୍ତାନ ମାନେ ବିଶୃଙ୍ଖଳିତ ହେବେ ଏବଂ ତାଙ୍କ କର୍ମକୁ ନେଇ ବିପଦରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ରୋହିଣୀ ବୃଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୪, ଆରାଧନା: ମା’ କମଳା ।

ମିଥୁନ: ଚତୁର୍ଥ ଚନ୍ଦ୍ରଯୋଗୁ ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ସ୍ୱଜନ, ପରିଜନଙ୍କ ସାହାଯ୍ୟ, ସହଯୋଗ ଏବଂ ବନ୍ଧୁବାନ୍ଧବଙ୍କ ସହ ସମ୍ପର୍କ ମଧୁର ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁ ମାନଙ୍କର ମୃଗଶିରା ଓ ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା: ୧୨, ଆରାଧନା: ଭଗବାନ ବିଷ୍ଣୁ ।

କର୍କଟ: ତୃତୀୟଚନ୍ଦ୍ର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ କର୍ମରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ପୁଷ୍ୟା କର୍କଟ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୫, ଆରାଧନା: ମା’ ଭୁବନେଶ୍ୱରୀ ।

ସିଂହ: କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକୁ ନେଇ ବିବାଦ ଏବଂ ମାଲିମକଦ୍ଦମାରେ ପଡ଼ି ପାରନ୍ତି । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସମସ୍ତକର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁ ମାନଙ୍କରପୂର୍ବା ଫାଲଗୁନୀ ସିଂହ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଲାଲ୍‌, ସଂଖ୍ୟା: ୧୧, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା : ଶ୍ରୀଚନ୍ଦ୍ରଏବଂଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ମାନ, ସମ୍ମାନ, ଲକ୍ଷ୍ମୀଙ୍କର କୃପା, ସ୍ୱଜନରେ ସୁସମ୍ପର୍କ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଆମୋଦପ୍ରମୋଦ, ମଉଜମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ଉତ୍ତରା ଫାଲ୍‌ଗୁନୀ ଓ ଚିତ୍ରାକନ୍ୟା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ସବୁଜ, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ ।ତୁଳା : ଦ୍ୱାଦଶଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ, ଦୁଃଖ, ଶୋକ, କ୍ଳେଶ ଓ ଅବସାଦରୁ ସାମୟିକ ମୁକ୍ତି ମିଳିବ । ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କର୍ମରେ ସଫଳତା ଓ ସମସ୍ତକର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁ ମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ପ୍ରଭୁଶ୍ରୀରାମ ।

ବିଛା : ଏକାଦଶ ଚନ୍ଦ୍ର, ମଙ୍ଗଳବାର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ, ନୂତନ ବ୍ୟବସାୟ ଆରମ୍ଭ ଏବଂ ସମସ୍ତ ଉନ୍ନତି ମୂଳକ କର୍ମ ପ୍ରତି ଅଧିକ ଧ୍ୟାନ ଦେବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆୟର ନୂତନ ମାର୍ଗ ଖୋଲିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା, ସୁଯୋଗ ହାସଲ କରିବେ । ଯେଉଁ ମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।

ଧନୁ : ଦଶମ ଚନ୍ଦ୍ର ଯୋଗୁ କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ସଫଳତା ଶୀର୍ଷରେ ପହଞ୍ଚିବ । ଆଜି ଯେକୌଣସିକର୍ମ ଆରମ୍ଭ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ଏବଂ ଆତ୍ମତୃପ୍ତି ମିଳିବ । ଯେଉଁ ମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମକର : କୃଷ୍ଣପକ୍ଷର ନବମ ଚନ୍ଦ୍ର, ଘାତବାର ଯୋଗୁମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ବିବାଦ କିମ୍ବା ତାଙ୍କ ଠାରୁ ଅପମାନ ମିଳିପାରେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁ ମାନଙ୍କର ଶ୍ରବଣା ମକର, ସେମାନେ ସତର୍କ ହେବେ । ଶୁଭରଙ୍ଗ : କଫି, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।

କୁମ୍ଭ :  ଅଷ୍ଟମଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ ଅଯଥା ଖର୍ଚ୍ଚ ଓ ବୃଥା ଭ୍ରମଣ ଲାଗି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁ ମାନଙ୍କର ପୂର୍ବଭାଦ୍ରକୁମ୍ଭ, ସେମାନେ ସତର୍କହେବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୦୩, ଆରାଧନା : ମା’ ଭୈରବୀ ।

ମୀନ : ସପ୍ତମଚନ୍ଦ୍ର, ମଙ୍ଗଳବାର ଯୋଗୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ସନ୍ତାନ ସନ୍ତତି, ପୁତ୍ର, କନ୍ୟାଙ୍କର ମାଙ୍ଗଳିକ କର୍ମର ଆୟୋଜନ କରିବେ କିମ୍ବା କୌଣସି ମାଙ୍ଗଳିକ କର୍ମରେ ଯୋଗ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁ ମାନଙ୍କର ଉତ୍ତର ଭାଦ୍ର ମୀନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୦୭, ଆରାଧନା : ପ୍ରଭୁଗଜାନନ ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ ୯୪୩୭୧୩୩୪୭୩


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.