ଅଦ୍ୟ ତା.୨୯.୦୮.୨୦୨୫ରିଖ, ସିଂହ ୧୩ ଦିନ, ଭାଦ୍ରବ ମାସ, ଶୁକ୍ଳ ପକ୍ଷ, ଷଷ୍ଠୀ, ଶୁକ୍ରବାର । ଷଷ୍ଠୀ: ରାତ୍ରି ୮ଟା ୨୨ମିନିଟ୍, ସ୍ୱାତୀ: ଦିବା ୧୧ଟା ୩୧ମିନିଟ୍ । ତୁଳା ଚନ୍ଦ୍ର: ୬୦ ଦଣ୍ଡ, ଅହୋରାତ୍ର । ସୂର୍ଯ୍ୟୋଦୟ : ୫ଟା ୩୧ମିନିଟ୍ ୩୪ସେକେଣ୍ଡ, ସୂର୍ଯ୍ୟାସ୍ତ : ୬ଟା ୦୨ମିନିଟ୍ ୫୦ସେକେଣ୍ଡ । ଯୋଗିନୀ ପଶ୍ଚିମେ, ରାତ୍ରି ୮ଟା ୨୭ମିନିଟ୍ ଗତେ ବାୟବ୍ୟେ । ମୃତେ ସକାଳ ୧୧ଘ ୩୮ ମିନିଟ୍ ଗତେ ଏକ ପାଦ, ରାତ୍ରି ୮ଟା ୨୨ ମିନିଟ୍ ଗତେ ଦ୍ୱିପାଦ ପୁଷ୍କର ଦୋଷ । ପିତା ଦ୍ରବ୍ୟ ଖାଇବା ମନା, ଖାଇଲେ ପଶୁ ଯୋନିରେ ଜନ୍ମ । ଅମୃତ ବେଳା : ସକାଳ ୬ଟା ୦୩ମିନିଟ୍ ଗତେ, ଅପରାହ୍ଣ୧୨ଟା ୫୯ମିନିଟ୍ ମଧ୍ୟେ, ୪ଟା ୧୭ମିନିଟ୍ ଗତେ, ୫ଟା ୧୦ମିନିଟ୍ ମଧ୍ୟେ ।
ଆଜିର ରାଶିଫଳ
ମେଷ : ସପ୍ତମ ଚନ୍ଦ୍ର, ଶୁକ୍ରବାର ଓ ସ୍ୱାତୀ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ । ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ମଉଜ ମଜଲିସରେ ଅଧିକ ଧନ ଖର୍ଚ୍ଚ କରିବେ । ମାନସିକ, ପାରିବାରିକ ଶାନ୍ତି ଏବଂ ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗେରୁଆ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।
ବୃଷ : ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଓ ଦେହ, ମନ ସୁସ୍ଥ ରହିବ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଓ ସମସ୍ତ କର୍ମରେ ତତ୍ପରତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଶତ୍ରୁମାନେ ବଶୀଭୂତ ହେବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତିରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଓ ପ୍ରତିବନ୍ଧକ ଦୂର ହେବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ :ଧଳା, ସଂଖ୍ୟା : ୧୨, ଆରାଧନା: ପ୍ରଭୁ ଶ୍ରୀରାମ ।
ମିଥୁନ : ପଞ୍ଚମ ଚନ୍ଦ୍ର, ଶୁକ୍ରବାର ଓ ଷଷ୍ଠୀ ତିଥି ଯୋଗୁ ପାଞ୍ଚଟି କର୍ମରେ ଶୁଭଫଳ ମିଳିବ । ବିଦ୍ୟାରେ ବିଚକ୍ଷଣତା, ବଚନରେ ମଧୁରତା, ଯଶ, ସମ୍ମାନ ପ୍ରାପ୍ତି, ପିତାମାତାଙ୍କ କୃପା, ସନ୍ତାନ ମାନଙ୍କ କୃତଜ୍ଞତା ଓ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ନୂତନ ବିଦ୍ୟା, କଳା, ସଂସ୍କୃତି ପ୍ରତି ମନରେ ଅଧିକ ଆଗ୍ରହ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା, ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ଆର୍ଦ୍ରାମିଥୁନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ :ଚକୋଲେଟ୍, ସଂଖ୍ୟା : ୮, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।
କର୍କଟ : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର, ଘାତତିଥି ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀ ଓ ପଦସ୍ଥ ଅଧିକାରୀ ଏବଂ ରାଜନୈତିକ ବ୍ୟକ୍ତିଙ୍କ ସହ କଥାବାର୍ତ୍ତା ବେଳେ ସତର୍କତା ଅବଲମ୍ବନ କରିବେ । ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କର ଆକ୍ରୋଶର ଶିକାର ହେବେ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ । ଶୁଭରଙ୍ଗ ସିଲ୍ଭର, ସଂଖ୍ୟା : ୧, ଆରାଧନା : ଭଗବାନ ଶିବ ।
ସିଂହ : ତୃତୀୟ ଚନ୍ଦ୍ର, ଷଷ୍ଠୀ ତିଥି ଏବଂ ଦିବା ୧୧ଟା ୩୮ ମିନିଟ୍ ପରେ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧି ପାଇବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀ ଓ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା: ୩, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
କନ୍ୟା: ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ ଓ ଆୟ ଅଧିକ କରିବା ପାଇଁ ପ୍ରଯତ୍ନ କରିବେ ଏବଂ ଧନ, ଆୟ ଯେତେ ଅଧିକ ମିଳିଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ, ଆତ୍ମତୃପ୍ତି ମିଳିବ ନାହିଁ । ନୂତନ କର୍ମାରମ୍ଭ, ବ୍ୟବହାର ଆରମ୍ଭ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ଅନ୍ୟକୁ ଦେଇଥିବା ଧନ, ହୃତଧନ ଫେରି ପାଇବେ ଏବଂ ଉନ୍ନତି ମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କର୍ମରେ ସଫଳତା ମିଳିଲେ ମଧ୍ୟ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ଉପକୃତ ହେବେ । ଶୁଭରଙ୍ଗ :ମେରୁନ୍, ସଂଖ୍ୟା : ୪, ଆରାଧନା: ଭଗବାନ ବିଷ୍ଣୁ ।
ତୁଳା : ଶ୍ରୀଚନ୍ଦ୍ର, ଶୁକ୍ରବାର, ଷଷ୍ଠୀ ତିଥି ଓ ସ୍ୱାତୀ ନକ୍ଷତ୍ର ଦିବା ୧୧ଟା ୩୮ ମିନିଟ୍ ପର୍ଯ୍ୟନ୍ତ ରହୁଥିବାରୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା, ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ସୁଖବର, ସୁସମ୍ବାଦ ମିଳିବ । ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ଆମୋଦପ୍ରମୋଦ, ମଉଜମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ ଏବଂ ସମସ୍ତ କଷ୍ଟ ସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ :କଫି, ସଂଖ୍ୟା : ୬, ଆରାଧନା : ମା’ ଗାୟତ୍ରୀ ।
ବିଛା : ଘାତବାର ଓ ଦ୍ୱାଦଶ ଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗ କରିବେ । ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ମନରେ ଧାର୍ମିକ ଭାବନା ଲୋପ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଦ୍ୱିଗୁଣ ହେବ । ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ବିଶାଖା ବିଛା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୧୧, ଆରାଧନା : ମା’ ବଗଳାମୁଖୀ ।
ଧନୁ : ଏକାଦଶ ଚନ୍ଦ୍ର, ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଆକସ୍ମିକ ଧନଲାଭ, କୌଣସି ବିଶେଷସୂତ୍ରରୁ ଧନପ୍ରାପ୍ତି ଏବଂ ଆୟର ନୂତନ ମାର୍ଗ ଖୋଲିବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ନୂତନ ବ୍ୟବସାୟ ଆରମ୍ଭ କିମ୍ବା ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ଧନର ସତ୍ ବିନିଯୋଗ କରିବେ । ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା: ୭, ଆରାଧନା : ମା’ ମାଣିକେଶ୍ୱରୀ ।
ମକର : ଦଶମ ଚନ୍ଦ୍ର, ଶୁକ୍ରବାର ଓ ଷଷ୍ଠୀ ତିଥି ଯୋଗୁ କର୍ମରେ ଉନ୍ନତି ଓ ନୂତନ କର୍ମ ଆରମ୍ଭର ସୁଯୋଗ ଜୁଟିବ । ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ । କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ପ୍ରକାଶ ପାଇବ । ମନରେ ସତ୍ଚିନ୍ତା ଓ ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ବିଶ୍ୱାସ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ ଓ ନୂତନ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ ଜାରି ରଖିବେ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କର୍ମତତ୍ପରତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ ଦୁର୍ଗା ।
କୁମ୍ଭ : ନବମ ଚନ୍ଦ୍ର, ଶୁକ୍ରବାର ଓ ଷଷ୍ଠୀତିଥି ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ଯଶ, ସମ୍ମାନ, ସାମାଜିକପ୍ରତିଷ୍ଠା, ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ କୌଣସି ସଭା କିମ୍ବା ପ୍ରତିଷ୍ଠାନର ନେତୃତ୍ୱ ମିଳିବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ :କଳା, ସଂଖ୍ୟା : ୩, ଆରାଧନା : ମା’ କାଳୀ ।
ମୀନ : ଅଷ୍ଟମ ଚନ୍ଦ୍ର, ଦିବା ୧୧ଟା ୩୮ ମିନିଟ୍ ପର୍ଯ୍ୟନ୍ତ ରାହୁଙ୍କ ନକ୍ଷତ୍ର ରହୁଥିବାରୁ ସେ ସମୟ ପର୍ଯ୍ୟନ୍ତ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ମନରେ ବିରକ୍ତି ଭାବ, ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଓ ସମସ୍ତକର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୯, ଆରାଧନା : ମା’ ତାରା ।