ଆମପାଣି ଘାଟୀରେ ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ଅଚିହ୍ନା ବ୍ୟକ୍ତିଙ୍କ ମୃତ୍ୟୁ

କୋକସରା, ୦୭/୧୨ : ଅଜଣା ଗାଡି ଧକ୍କାରେ ଅଜଣା ବ୍ୟକ୍ତିଙ୍କ ମୃତ୍ୟୁ। କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଆମପାଣି ଘାଟୀରେ ମଙ୍ଗଳବାର ରାତିରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତକଙ୍କୁ ଉଦ୍ଧାର କରିଛି।
ସୂଚନାନୁଯାୟୀ, ମଙ୍ଗଳବାର ରାତିରେ ଆମପାଣି ଘାଟୀରେ କୌଣସି ଏକ ଅଜଣା ଗାଡି ଧକ୍କାରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ଖବର ପାଇ ଆମପାଣି ପୁଲିସ ଘଟଣାସ୍ଥଳରେ ପହଞ୍ଚି ବିଳମ୍ବିତ ରାତିରେ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ କୋକସରା ହସ୍ପିଟାଲ ପଠାଇଛି। ତେବେ ମୃତକଙ୍କ ପରିଚୟ ମିଳିପାରି ନାହିଁ। ଆମପାଣି ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।