ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଟ୍ୟୁସନରୁ ଫେରୁଥିବାବେଳେ ୧୦ ବର୍ଷର ଛାତ୍ରୀଙ୍କୁ ଅପହରଣ ପରେ ହତ୍ୟା, ରାଜରାସ୍ତାକୁ ଓହ୍ଲାଇଲେ ମହିଳା

Published By : Anindita Ratha | October 5, 2024 1:56 PM

ନୂଆଦିଲ୍ଲୀ,୦୫/୧୦: କୋଲକାତା ଆରଜି କର କାଣ୍ଡକୁ ନେଇ ଅସନ୍ତୋଷ ଥମି ନ ଥିବାବେଳେ ପଶ୍ଚିମବଙ୍ଗରୁ ସାମ୍ନାକୁ ଆସିଛି ଆଉ ଏକ ଘଟଣା। ଟ୍ୟୁସନରୁ ଫେରୁଥିବା ଜଣେ ୧୦ ବର୍ଷର ଛାତ୍ରୀଙ୍କୁ କିଛି ଦୁର୍ବୃତ୍ତ ଉଠାଇ ନେଇ ହତ୍ୟା କରିଥିବା ହୋଇଛି  ଅଭିଯୋଗ । ଯାହାକୁ ନେଇ ସ୍ଥାନୀୟ ବାସିନ୍ଦା ରାଜରାସ୍ତାକୁ ଓହ୍ଲାଇଥିବା ବେଳେ ପୋଲିସ କ୍ୟାମ୍ପରେ ନିଆଁ ଲଗାଇ ଦେଇଥିବା ସୂଚନା ମିଳିଛି । ତେବେ ଦକ୍ଷିଣ ୨୪ ପରାଗଣର ମହିଷାମାରି ଅଞ୍ଚଳରେ ଏହି ହତ୍ୟାକାଣ୍ଡ ଘଟିଛି। 

ସୂଚନା ଅନୁସାରେ, ଗତକାଲି ଅର୍ଥାତ ଶୁକ୍ରବାର ଛାତ୍ରୀ ଜଣକ କୋଚିଂ ସେଣ୍ଟର ଯାଇଥିଲେ। କିନ୍ତୁ ନ ଫେରିବାରୁ ପରିବାର ଲୋକେ ନିଖୋଜ ମାମଲା ରୁଜୁ କରିଥିଲେ। ପୋଲିସ ଖୋଜାଖୋଜି କରୁଥିବା ବେଳେ ଏକ ପଡ଼ିଆ ନିକଟରୁ ମୃତଦେହ ମିଳିଛି। ଶନିବାର ରାତି ପ୍ରାୟ ସାଢେ ୩ଟା ସମୟରେ ମୃତଦେହ ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ଏନେଇ ଖବରପାଇ ପୋଲିସ ମୃତଦେହ ଜବତ କରିବା ସହ ପୋଷ୍ଟମୋର୍ଟମ ପାଇଁ ପଠାଇଛି।  ଏଥିସହ ଅଧିକ ତଦନ୍ତ ଜାରି ରଖିଛି ପୋଲିସ । ରିପୋର୍ଟ ଆସି ନ ଥିବାବେଳେ ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ ଆଣି ବିଜେପି ଟିଏମସିର ମମତା ବାନାର୍ଜୀ ସରକାରଙ୍କ ଉପରେ ବର୍ଷିଛି। ତେବେ ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇଥିବା ବେଳେ ସରକାର ଏହାକୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ବିଜେପି ଅଭିଯୋଗ କରିଛି। ସେପଟେ, ଘଟଣାକୁ ନେଇ ସ୍ଥାନୀୟ ଲୋକେ ଆନ୍ଦୋଳନକୁ ଓହ୍ଲାଇବା ସହ ପୋଲିସ କ୍ୟାମ୍ପରେ ଭଙ୍ଗାରୁଜା କରିବା ପରେ ଜାଳି ଦେଇଛନ୍ତି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.