ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର, କାଲି ବିଶାଳ ରାଲି

Published By : Anindita Ratha | October 1, 2024 11:58 AM

ନୂଆଦିଲ୍ଲ,୦୧/୧୦: ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର। ଆର.ଜି କର ମେଡିକାଲ କଲେଜ କନିଷ୍ଠ ଡାକ୍ତର ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଦୀର୍ଘ ୪୨ ଦିନର ଆନ୍ଦୋଳନ ପରେ କାର୍ଯ୍ୟରେ ଯୋଗ ଦେଇଥିବା କନିଷ୍ଠ ଡାକ୍ତରମାନେ ପୁଣିଥରେ ଆନ୍ଦୋଳନ କରିଛନ୍ତି।କାର୍ଯ୍ୟକ୍ଷେତ୍ରରେ ସେମାନଙ୍କ ସୁରକ୍ଷା ଓ ନିରାପତ୍ତା ସମେତ ଏକାଧିକ ଦାବିରେ ସେମାନେ ଆଜିଠାରୁ ପୁଣି ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ ଡାକରା ଦେଇଛନ୍ତି । କୋଲକାତା ସହରର ବିଭିନ୍ନ ହସ୍ପିଟାଲରେ କାର୍ଯ୍ୟରତ ହଜାର ହଜାର କନିଷ୍ଠ ଡାକ୍ତର ଆନ୍ଦୋଳନରେ ସାମିଲ ହେବା ପରେ ପୁଣି ଥରେ ସ୍ବାସ୍ଥ୍ୟସେବାରେ ଅଚଳାବସ୍ଥା ଦେଖାଯାଇଛି ।

ତେବେ ଅଗଷ୍ଟ ୯ ତାରିଖରେ ଆର.ଜି କର ମେଡିକାଲ କଲେଜ ଘଟଣା ପରେ ପଶ୍ଚିମବଙ୍ଗ ସମେତ ସାରା ଦେଶରେ ରେସିଡେଣ୍ଟ ଡାକ୍ତରମାନେ ଆନ୍ଦୋଳନକୁ ଓହ୍ଲାଇଥିଲେ । ପୀଡିତା ମହିଳା ଡାକ୍ତରଙ୍କ ପରିବାରକୁ ନ୍ୟାୟ ସହ ସମସ୍ତ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କୁ କର୍ମସ୍ଥଳରେ ପର୍ଯ୍ୟାପ୍ତ ସୁରକ୍ଷା ଦାବିରେ ଡାକ୍ତରମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଥିଲେ । ସରକାର ଓ ପ୍ରଶାସନ ସହ ବାରମ୍ବାର ଆଲୋଚନା ବିଫଳ ହୋଇଥିଲା । ସୁପ୍ରିମକୋର୍ଟ ମଧ୍ୟ ଏହି ମାମଲାରେ ନିରପେକ୍ଷ ତଦନ୍ତର ପ୍ରତିଶ୍ରୁତି ସହ ଡାକ୍ତରଙ୍କୁ କାର୍ଯ୍ୟରେ ଯୋଗଦେବାକୁ କହିଥିଲେ । ଦୀର୍ଘ ୪୨ ଦିନର ଆନ୍ଦୋଳନ ପରେ ଗତ ମାସ ୨୧ ତାରିଖରେ କନିଷ୍ଠ ଡାକ୍ତରମାନେ ଆନ୍ଦୋଳନ ପ୍ରତ୍ୟାହାର କରିବା ସହ କାର୍ଯ୍ୟରେ ଯୋଗ ଦେଇଥିଲେ । ହେଲେ ଏବେ ପୁଣି ଥରେ ସେମାନଙ୍କ ଦାବି ଓ ସୁରକ୍ଷା ସମ୍ପର୍କରେ ସରକାରଙ୍କ ପକ୍ଷରୁ କୌଣସି ଆଖିଦୃଶିଆ ପଦକ୍ଷେପ ଗ୍ରହଣ କରାଯାଇନଥିବା ଦର୍ଶାଇ ସେମାନେ ଅନିର୍ଦ୍ଦିଷ୍ଟ ସମୟ ପାଇଁ ପୁଣି କାର୍ଯ୍ୟବନ୍ଦ ଡାକରା ଦେଇଛନ୍ତି । ଆସନ୍ତାକାଲି କୋଲକାତାରେ ଆନ୍ଦୋଳନରତ ଡାକ୍ତରଙ୍କ ବିକ୍ଷୋଭ ଶୋଭାଯାତ୍ରା ମଧ୍ୟ ଆୟୋଜନ ହେବାର କାର୍ଯ୍ୟକ୍ରମ ରହିଛି । ଏନେଇ କନିଷ୍ଠ ଡାକ୍ତରସଂଘ ଆଉ କିଛି ସମୟ ମଧ୍ୟରେ ପ୍ରେସମିଟ୍‌ ମଧ୍ୟ କରିପାରେ ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.