ପ୍ରମୂଖ ଖବର
  • ଭୁବନେଶ୍ୱର : ଫିଲ୍ମ ପ୍ରଯୋଜକ ନିରଞ୍ଜନ ରଣା ଗିରଫ, ଜମି ଦେବା ନାଁରେ ଠକେଇ ଅଭିଯୋଗ
  • ||
  • କୋଣାର୍କ : ୨ବାଇକ୍ ମୁହାଁମୁହିଁ ଧକ୍କା; ଜଣେ ମୃତ, ଜଣେ ଗୁରୁତର
  • ||
  • ସାଧାରଣ ଲୋକଙ୍କ ସହ ପୂଜା ମଣ୍ଡପ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ମା'ଙ୍କୁ ନେଇ ରାଜନୀତି ନକରିବାକୁ ପରାମର୍ଶ
  • ||
  • ସମ୍ୱଲପୁର : ପୋଲିସକୁ ଆକ୍ରମଣ କରି ହାତ ପାପୁଲି ଛିଣ୍ଡାଇଥିବା ଅଭିଯୁକ୍ତକୁ ଏନକାଉଣ୍ଡର, ପାଲଟା ଆକ୍ରମଣରେ ବୁର୍ଲା ଏସଆଇ ଆହତ
  • ||
  • ଗୋପ ବସ୍ତିରେ ଜମିଜମାକୁ ନେଇ ଦୁଇ ପରିବାର ଭିତରେ ହଣା କଟା, ୫ ଗୁରୁତର
  • ||
  • ଢେଙ୍କାନାଳ : ନିର୍ମାଣଧୀନ ହୋଟେଲ ଛାତ ଭୁଶୁଡିବା ଘଟଣା; ତଦନ୍ତ ପାଇଁ ସ୍ବତନ୍ତ୍ର ପ୍ରଶାସନିକ ଟିମ ଗଠନ
  • ||
  • ଯାଜପୁର : ଅଶ୍ଳୀଳ ନୃତ୍ୟକୁ ବିରୋଧ, ନିଶା ମହାରଣାଙ୍କୁ ଚେୟାର ମାଡ
  • ||
  • କଳାହାଣ୍ଡି :ନର୍ଲା ରେଞ୍ଜ ପରିତ୍ୟକ୍ତ କୂଅରେ ପଡ଼ିଲା ଦନ୍ତା ହାତୀ: ସୁରକ୍ଷିତ ଉଦ୍ଧାର କଲା ବନ ବିଭାଗ
  • ||
  • କେନ୍ଦ୍ରାପଡା : ବାଇକ୍ ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ୟାଙ୍କର, ୨ ମୃତ
  • ||
  • ଆଜି ମହାମାୟାଙ୍କ ମହାସପ୍ତମୀ ପୂଜା, ପୂଜା ମଣ୍ଡପରେ ବ୍ୟାପକ ସୁରକ୍ଷା ଆୟୋଜନ
  • ||
  • ଗୁରୁବାର ଠାରୁ ହାଇକୋର୍ଟଙ୍କ ଦଶହରା ଅବକାଶ, ୨୧ ତାରିଖରେ ଖୋଲିବ କୋର୍ଟ
  • ||
  • ଆଉ ନାହାନ୍ତି ଶିଳ୍ପରତ୍ନ ରତନ ଟାଟା, ଶିଳ୍ପରତ୍ନଙ୍କୁ ହରାଇ ଦେଶ ଓ ଦେଶବାସୀ ସ୍ତବ୍ଧ
  • ||
  • ଖୋଲିଲା ଶିମିଳିପାଳ ଜାତୀୟ ଉଦ୍ୟାନ, ଜଙ୍ଗଲ ସଫାରୀ ପାଇଁ କରିବାକୁ ହେବ ପ୍ରି ବୁକିଙ୍ଗ
  • ||
  • ଭୁବନେଶ୍ୱର : ରାସ୍ତାରେ ବୁଲିଲା ୮ ଫୁଟର ଅଜଗର, ଲୋକେ ଆତଙ୍କିତ
  • ||

ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ,ରେଳ ଚଳାଚଳ ପ୍ରଭାବିତ

ନୂଆଦିଲ୍ଲୀ,୨୪/୦୯: ପୁଣି ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ। ଆଜି ସକାଳୁ ପଶ୍ଚିମବଙ୍ଗ ଜଳପାଇଗୁଡିର ମୟନାଗୁଡି ଷ୍ଟେସନରେ ଘଟିଛି ଏହି ଘଟଣା। ମାଲବାହୀ ଟ୍ରେନ୍‌ର ୫ଟି ବଗି ଲାଇନଚ୍ୟୁତ ହୋଇଥିବା ସୂଚନା । 

ସୂଚନା ମୁତାବକ, ଆଜି ସକାଳ ସାଢ଼େ ୬ଟାରେ ଆଲିପୁରଦାର ଡିଭିଜନର ନୂଆ ମୟନାଗୁଡି ଷ୍ଟେସନରେ ଏକ ମାଲବାହୀ ଟ୍ରେନ୍‌ର ୫ଟି ଓ୍ୱାଗନ୍‌ ଲାଇନ୍‌ଚ୍ୟୁତ ହୋଇଛି। ଏହି କାରଣରୁ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଫଳରେ ଅନ୍ୟ ଟ୍ରେନ ଗୁଡିକ ଷ୍ଟେସନରେ ଅଟକି ରହିଛି।ସେପଟେ ଏହି ଘଟଣରେ କାହାର କିଛି କ୍ଷୟକ୍ଷତି ହୋଇନଥିବା ସୂଚନା । ସେପଟେ ଏହି ଘଟଣାରେ ଷ୍ଟେସନର ଜଳ ଯୋଗାଣ ପାଇପଲାଇନ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଟ୍ରେନ୍ ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ରେଳ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ। ସମ୍ପ୍ରତି ମରାମତି କାମ ଚାଲିଛି। ଏହି ରୁଟ୍‌ ଦେଇ ଯାଉଥିବା ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଅନେକ ଟ୍ରେନ୍‌ର ଗତିକୁ ପରିବର୍ତ୍ତନ କରାଯାଇଛି। ଖୁବଶୀଘ୍ର ମରାମତି କାମ ସରିବ ବୋଲି ରେଳ ଅଧିକାରୀମାନେ କହିଛନ୍ତି। ତେବେ କେଉଁ କାରଣ ଯୋଗୁଁ ଏହି ଦୁର୍ଘଟଣା ଘଟିଲା ସେନେଇ କୌଣସି ସୂଚନା ମିଳିନଥିବା ବେଳେ ଏନେଇ ଅଧିକ ତଦନ୍ତ ଜାରି ରହିଛି । 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.