ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଡିସେମ୍ବର ୧୩ରେ କୋଣାର୍କ ଇକୋ ରିଟ୍ରିଟ, ଅନୁଧ୍ୟାନ କଲେ ଜିଲ୍ଲାପାଳ...

Published By : Ladu Kishor | December 9, 2024 8:47 PM

କୋଣାର୍କ,୯।୧୨ କୋଣାର୍କ ଇକୋ ରିଟ୍ରିଟ ଷଷ୍ଠ ସଂସ୍କରଣ ନିମନ୍ତେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଁଚିଛି । ପର୍ଯ୍ୟଟକ ମାନେ ବେଳାଭୂମିରେ ରହି ପ୍ରାକୃତିକ ପରିବେଶକୁ ମନଭରି ଉପଭୋଗ କରିବେ। ଏନେଇ ସୋମବାର ଅପରାହ୍ନରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପୁରୀ-କୋଣାର୍କ ବେଳାମାର୍ଗ ରାମଚଣ୍ଡୀ ମୁହାଣ ଇକୋ ରିଟ୍ରିଟ ବିଭିନ୍ନ କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି। ପର୍ଯ୍ୟଟକ ମାନେ ଏକ ସୁନ୍ଦର ଅନୁଭବ ନେଇ ପ୍ରତ୍ୟାବର୍ତ୍ତନ କରନ୍ତି, ସେଥିପାଇଁ ସମସ୍ତେ ଉତ୍ତରଦାୟୀ ଭାବେ କାର୍ଯ୍ୟ କରିବାକୁ ଜିଲ୍ଲାପାଳ ଶ୍ରୀ ସ୍ୱାଇଁ ନିର୍ଦ୍ଦେଶ ଦେଇଥିଲେ। ବିଦ୍ୟୁତ ଯୋଗାଣ, ସ୍ୱଛତା, ପରିସ୍କାର ପରିଛନ୍ନତା,ସ୍ବାସ୍ଥ୍ୟ ସେବା, ଅଗ୍ନି ନିର୍ବାପକ ବ୍ୟବସ୍ଥା, ଟ୍ରାଫିକ ନିୟନ୍ତ୍ରଣ ଓ ସୁରକ୍ଷା ବ୍ୟବସ୍ଥା ଇତ୍ୟାଦି ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । 

ବେଳାଭୂମିରେ ବଡ଼ ତୋରଣ, ସେଲ୍ଫି ପଏଣ୍ଟ, କନଫରେନ୍ସ ଓ ରିସେପସନ ପାଇଁ ଦୁଇଟି ବଡ଼ ହଲ ନିର୍ମାଣ, ପାନୀୟ ଜଳ ବ୍ୟବସ୍ତା, ବିଦ୍ୟୁତ ସଂଯୋଗ ଆଦି କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଁଚିଛି। ବେଳାଭୂମିରେ ୭୦ ତମ୍ବୁଘର ଓ ଦୁଇଟି ଓପନ ବାର ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି । ପର୍ଯ୍ୟଟକ ମାନଙ୍କ ପାଇଁ ତମ୍ବୁ ଘରେ ତାରକା ହୋଟେଲ ଭଳି ସମସ୍ତ ସୁବିଧା ରହିବ। ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନୀଳମାଧବ ଭୋଇ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ଅତିରିକ୍ତ ଏସପି ବିଷ୍ଣୁ ପ୍ରସାଦ ପତି, ପର୍ଯ୍ୟଟନ ସହକାରୀ ନିର୍ଦ୍ଦେଶକ ସରୋଜକାନ୍ତ ପ୍ରଧାନ,କୋଣାର୍କ ପର୍ଯ୍ୟଟନ ଅଧିକାରୀ ଅମୀୟ କୁମାର ସେଠୀ ଓ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ। 

 

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.