ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଆରମ୍ଭ ହେଲା କୋଣାର୍କ ମହୋତ୍ସବ, ଶିଳ୍ପୀଙ୍କ ଅପେକ୍ଷାରେ ମୁକ୍ତାକାଶ ରଙ୍ଗମଞ୍ଚ

କୋଣାର୍କ, ୧/୧୨ : ନୃତ୍ୟଶିଳ୍ପୀଙ୍କ ଘୁଙ୍ଗୁରର ରୁଣୁଝୁଣୁ ଶବ୍ଦରେ ଆନମନା ହେବେ ଦର୍ଶକ । ନୃତ୍ୟସଙ୍ଗୀତର ଆସରରେ ରଙ୍ଗୀନ ହୋଇଉଠିବ ଚନ୍ଦ୍ରଭାଗାର ସ୍ୱର୍ଣ୍ଣାଭ ବେଳାଭୂମି । ଶୁକ୍ରବାରଠାରୁ ଆରମ୍ଭ ହେଉଥିବା ବହୁ ପ୍ରତୀକ୍ଷିତ କୋଣାର୍କ ମହୋତ୍ସବ ପାଇଁ ପ୍ରସ୍ତୁତି ଶେଷ ହୋଇଥିବାବେଳେ ଶିଳ୍ପୀଙ୍କୁ ସ୍ୱାଗତ କରିବାକୁ ପ୍ରସ୍ତୁତ ହୋଇରହିଛି ମୁକ୍ତାକାଶ ରଙ୍ଗମଞ୍ଚ । ପର୍ଯ୍ୟଟନ ବିଭାଗ, ପର୍ଯ୍ୟଟନ ଉନ୍ନୟନ ନିଗମ, ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ମିଳିତ ଆନୁକୂଲ୍ୟରେ ଡିସେମ୍ୱର ୧ରୁ ୫ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେଉଛି ବିଶ୍ୱପ୍ରସିଦ୍ଧ କୋଣାର୍କ ମହୋତ୍ସବ । 

ଚଳିତବର୍ଷ ଏହାକୁ ଆକର୍ଷଣୀୟ କରିବା ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ରଙ୍ଗବେରଙ୍ଗର ଆଲୋକମାଳାରେ ଝଲସି ଉଠିଛି ମୁକ୍ତାକାଶ ରଙ୍ଗମଞ୍ଚ । ଉଦ୍‌ଘାଟନୀ ଦିବସରେ ଅନ୍ତର୍ଜାତୀୟ ବାଲୁକା କଳା ଉତ୍ସବ ଅନୁଷ୍ଠିତ ହେବ । ଏଥିସହ କୋଣାର୍କ ଇକୋ ରିଟ୍ରିଟ୍‌ର ପଞ୍ଚମ ସଂସ୍କରଣ ମଧ୍ୟ ଲୋକାର୍ପଣ କରାଯିବାର କାର୍ଯ୍ୟକ୍ରମ ରହିଛି । ମୁକ୍ତାକାଶ ରଙ୍ଗମଞ୍ଚରେ ଶାସ୍ତ୍ରୀୟ ନୃତ୍ୟ ଓ ସଙ୍ଗୀତ, ଚନ୍ଦ୍ରଭାଗା ବେଳାଭୂମିରେ ବାଲୁକା କଳା ଉତ୍ସବ ନିମନ୍ତେ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । ଅନ୍ୟପଟେ ପର୍ଯ୍ୟଟନ ନିର୍ଦ୍ଦେଶକ ସଚିନ୍‌ ରାମଚନ୍ଦ୍ର ଯାଦବ ଗୁରୁବାର ସନ୍ଧ୍ୟାରେ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ଏଥର କୋଣାର୍କ ମହୋତ୍ସବ ଆକର୍ଷଣୀୟ ହେବ । ଏହି ଉତ୍ସବ ସମଗ୍ର ଓଡ଼ିଆ ଜାତି ଓ କୋଣାର୍କ ବାସିନ୍ଦାଙ୍କ ପାଇଁ ଗର୍ବର ବିଷୟ ବୋଲି ନିର୍ଦ୍ଦେଶକ ଶ୍ରୀ ଯାଦବ କହିଛନ୍ତି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.