ଭୁବନେଶ୍ୱର, ୩୦/୧୦ : ରାଷ୍ଟ୍ରପତି ଭବନ ସାଂସ୍କୃତିକ କେନ୍ଦ୍ର ଓ ଅମୃତ ଉଦ୍ୟାନରେ ବାଲୁକା ପଥରରେ ନିର୍ମିତ କୋଣାର୍କ ଚକର ୪ଟି ପ୍ରତିକୃତି ସ୍ଥାପନ କରାଯାଇଛି । ପର୍ଯ୍ୟଟକଙ୍କ ମଧ୍ୟରେ ଦେଶର ସମୃଦ୍ଧ ଐତିହ୍ୟକୁ ପ୍ରଦର୍ଶିତ ଓ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ କୋଣାର୍କ ଚକ ସ୍ଥାପନ କରାଯାଇଛି । ରାଷ୍ଟ୍ରପତି ଭବନରେ ପାରମ୍ପରିକ ସାଂସ୍କୃତିକ ଓ ଐତିହାସିକ ଉପାଦାନକୁ ସାମିଲ କରିବା ପାଇଁ ନିଆଯାଇଥିବା ବିଭିନ୍ନ ପଦକ୍ଷେପର ଏହା ହେଉଛି ଗୋଟିଏ ଅଂଶବିଶେଷ ।
ୟୁନେସ୍କା ବିଶ୍ୱ ଐତିହ୍ୟସ୍ଥଳୀ ମାନ୍ୟତା ପାଇଥିବା କୋଣାର୍କ ସୂର୍ଯ୍ୟ ମନ୍ଦିର ଓଡ଼ିଶାର ମନ୍ଦିର ସ୍ଥାପତ୍ୟର ଏକ ଉତ୍କୃଷ୍ଟ ନମୁନା। ସୂର୍ଯ୍ୟ ଦେବତାଙ୍କୁ ନେଇଯାଉଥିବା ଏକ ବିରାଟ ରଥ ଆକାରରେ ଏହା ନିର୍ମିତ ହୋଇଥିଲା। କୋଣାର୍କ ଚକ ଭାରତର ସାଂସ୍କୃତିକ ଐତିହ୍ୟର ପ୍ରତୀକ ।