ପ୍ରମୂଖ ଖବର
  • ବିହାରରେ ୧୭ଟି ରାଜନୈତିକ ଦଳକୁ ନିର୍ବାଚନ ଆୟୋଗଙ୍କ କାରଣ ଦର୍ଶାଅ ନୋଟିସ୍
  • ||
  • ଖନ୍ତାପଡ଼ା : ବାଇକକୁ ପଛରୁ ଧକ୍କା ଦେଲା ବସ୍ , ଅଙ୍ଗନବାଡି କର୍ମୀ ମୃତ ,ଶିକ୍ଷକ ଆହତ
  • ||
  • ମତ୍ସ୍ୟ ସେବାରେ ୨୧୭ ନୂତନ ପଦବୀ ଏବଂ ଉଦ୍ୟାନ କୃଷି ସେବାରେ ୬୭ ନୂତନ ପଦବୀ ସୃଷ୍ଟି
  • ||
  • ଦିଗପହଣ୍ଡି ଓସ୍ତାପଲ୍ଲୀରେ ବ୍ୟାପୁଛି ଝାଡାବାନ୍ତି, ମୃତ୍ୟୁ ସଂଖ୍ୟା ୨ରେ ପହଞ୍ଚିଲା
  • ||
  • ପ୍ରସିଦ୍ଧ ୟୁଟ୍ୟୁବର ମନୀଷ କଶ୍ୟପ ‘ଜନ ସୁରାଜ’ ପାର୍ଟିରେ ସାମିଲ
  • ||
  • ପ୍ରକାଶ ପାଇଲା ଯୁକ୍ତ ୨ ପ୍ରଥମ ମେଧା ତାଲିକା, କାଲିଠୁ ଆରମ୍ଭ ହେବ ନାମଲେଖା: ୨୪ରୁ ଏକାଦଶ ଶ୍ରେଣୀ ପାଠପଢ଼ା
  • ||
  • ସୁରକ୍ଷା ବାହିନୀକୁ ବଡ଼ ସଫଳତା, ଏନକାଉଣ୍ଟରରେ PLGA ବାଟାଲିୟନ ଡେପୁଟି କମାଣ୍ଡର ନିହତ
  • ||
  • ରାଜଧାନୀରୁ ୨୬୫ ଗ୍ରାମ ବ୍ରାଉନ ସୁଗର ଜବତ, ଅଭିଯୁକ୍ତ ଗିରଫ
  • ||
  • ଢେଙ୍କାନାଳ : ଫାର୍ମହାଉସ୍‌ରୁ ଶ୍ରମିକଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ
  • ||
  • IT ଅଫିସରେ ହାଜର ହେଲେ ବିଶାଳ ଦାସ, କିଛି ଦିନ ପୂର୍ବରୁ ହୋଇଥିଲା ଚଢାଉ
  • ||
  • ଭଦ୍ରକ : ବିପଦ ସଂକେତ ତଳେ ବୈତରଣୀରେ ବନ୍ୟା ଜଳ, ୧୮.୦୭ ମିଟରରେ ପ୍ରବାହିତ
  • ||
  • ଅଧରପଣା ପାଇ ତୃପ୍ତ ହେବେ ଦେବାଦେବୀଙ୍କ ସମେତ ଯୋଗିନୀଗଣ, ପଣା ସଂଗ୍ରହ ଉପରେ ଲାଗିଲା କଟକଣା
  • ||
  • ଢେଙ୍କାନାଳ : ୪୦ ଟିକିଆ ହାତୀପଲ ନଦୀ ପାର ବେଳେ ଅଘଟଣ, ବ୍ରାହ୍ମଣୀ ନଦୀରେ ଭାସିଗଲେ ୩ ହାତୀ, ଦୀର୍ଘ ସମୟର ପରେ ଉଦ୍ଧାର
  • ||
  • ରଥାରୂଢ଼ ଠାକୁରଙ୍କୁ ଅଧର ପଣା ଭୋଗ ଅର୍ପଣ ନୀତି, ଆଜି ପାର୍ଶ୍ୱଦେବାଦେବୀ ଓ ଅଶରୀରଙ୍କୁ ହେବ ସମର୍ପଣ
  • ||
  • ବାଲେଶ୍ୱର : ବାଗୁଡ଼ି ଯୋଡ଼ାମ୍ବ ଛକ SBI ଏଟିଏମ୍‌ରୁ ଲୁଟ୍, ଗ୍ୟାସ୍‌ କଟରରେ ଏଟିଏମ୍‌ କାଟି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ବଙ୍ଗୋପସାଗରେ ଲଘୁଚାପ ସକ୍ରିୟ; ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

କୁଲାରୀଘାଟ ସଂରକ୍ଷିତ ଜଙ୍ଗଲରେ କୁମ୍ବିଂ ଅପରେସନ୍‌, ଅନେକ ମାଓବାଦୀ ଲୁଚି ରହିଥିବା ସୂଚନା

Published By : Prameya | January 20, 2025 11:50 AM

ନୂଆପଡା୨୦/୦୧: ନୂଆପଡା-ଛତିଶଗଡ ସୀମାନ୍ତବର୍ତ୍ତୀ କୁଲାରୀଘାଟ ସଂରକ୍ଷିତ ଜଙ୍ଗଲରେ ଏନ୍‌କାଉଣ୍ଟର। କୁମ୍ବିଂ ଅପରେସନ୍‌ ବେଳେ ସୁରକ୍ଷା ବାହିନୀ ଓ ମାଓବାଦୀ ମୁହାଁ ମୁହିଁ। ଉଭୟଙ୍କ ମଧ୍ୟରେ ଚାଲିଛି ଜୋରଦାର ଗୁଳି ବିନିମୟ। ଅପରେସନରେ ଛତିଶଗଡର ସୁରକ୍ଷା ବାହିନୀ ଓ କେନ୍ଦ୍ରୀୟ ସୁରକ୍ଷା ବାହିନୀ ସହ ନୂଆପଡାର ଏସ୍‌ଓଜି ୪୪ ନମ୍ବର ଟିମ ସାମିଲ ହୋଇ। ଏନେଇ  ନୂଆପଡା ଏସପି ଗୁନ୍ଦାଲା ରାଘବେନ୍ଦ୍ର ରେଡ୍ଡୀ ସୂଚନା ଦେଇଛନ୍ତି। 

ଛତିଶଗଡ ମେନପୁର ଥାନା କୁଲାରୀଘାଟ ଜଙ୍ଗଲ ଭିତରେରେ ମାଓବାଦୀ- ସୁରକ୍ଷାକର୍ମୀଙ୍କ ମଧ୍ୟରେ ଏବେ  ଗୁଳି ବିନିମୟ ଚାଲିଥିବା । ଜଙ୍ଗଲ ଭିତରେ ଅନେକ ସଂଖ୍ୟାରେ ମାଓବାଦୀ ଲୁଚି ରହିଥିବା ନେଇ ଗୁଇନ୍ଦା ସୂଚନା ପରେ ଆନ୍ତଃରାଜ୍ୟ ଅଭିଯାନ ମାଧ୍ୟମରେ ଉଭୟ ରାଜ୍ୟର ସୁରକ୍ଷା କର୍ମୀ ଙ୍କ ଅପରେସନ ଜୋରଦାର। ତେବେ ବର୍ତ୍ତମାନ ସୁଦ୍ଧା ମୃତାହତ ନେଇ ସ୍ପଷ୍ଟ ସୂଚନା ମିଳିପାରିନାହିଁ।

ମାଓବାଦର ଘଟିବ ଅନ୍ତ, ଓଡ଼ିଶା ଓ ଛତିଶଗଡ଼ ପୋଲିସର ସମ୍ମୀଳିତ ଆନ୍ତଃରାଜ୍ୟ ଅଭିଯାନ ଆରମ୍ଭ


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.