ପ୍ରମୂଖ ଖବର
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ହିମାଚ଼ଳରେ ଅଘଟଣ; ୨୦୦ ଫୁଟ୍ ତଳକୁ ଖସିଲା ବସ୍, ଡ଼୍ରାଇଭର ମୃତ ଓ ଏକାଧିକ ଆହତ

Published By : Anindita Ratha | December 10, 2024 2:11 PM

ନୂଆଦିଲ୍ଲୀ,୧୦/୧୨: ହିମାଚ଼ଳରେ ଅଘଟଣ ।  ଖାଇକୁ ଖସିଲା ବସ୍ ।  ଫଳରେ ଡ୍ରାଇଭରର ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଆହତ ହୋଇଛନ୍ତି । ତେବେ ହିମାଚ଼ଳର କୁଲ୍ଲୁ ସ୍ଥିତ ସକେଲଗଡ଼ ନିକଟରେ ଏହି ଦୁର୍ଘଟଣା ଘଟିଛି । ତେବେ ଏହି ଘଟଣା ପରେ ସ୍ଥାନୀୟ ବାସିନ୍ଦା ଉଦ୍ଧାର କାର୍ଯ୍ୟ ଜାରି ରଖିଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । 

ସୂଚନା ମୁତାବକ, କୁଲ୍ଲୁ ଆନି ଉପମଣ୍ଡଳରେ ଏକ ଘରୋଇ ବସ ଦୁର୍ଘଟଣାଗ୍ରସ୍ଥ ହୋଇଛି । ବସଟି ୨୫ ରୁ ୩୦ ଜଣ ଯାତ୍ରାଙ୍କୁ ନେଇ କରସୋଗରୁ ଆନି ଆସୁଥିଲା । ଆଉ ସେହି ସମୟରେ ବସଟି ଦୁର୍ଘଟଣାର ଶିକାର ହୋଇଥିଲା । ତେବେ ଏହି ଘଟଣାରେ ଅନେକ ଲୋକ ଆହତ ହୋଇ ବସ୍ ଆଖପାଖରେ ପଡ଼ିଥିବାର ଦେଖିବାକୁ ମିଳିଥିଲା । ଏନେଇ ସ୍ଥାନୀୟ ଲୋକ ଉଦ୍ଧାର କାର୍ଯ୍ୟ ଜାରି ରଖିଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି । ସେପଟେ ଘଟଣାକୁ ନେଇ କୁଲ୍ଲୁ ଡ଼ିସି ଏସ୍ ରବୀଶ କହିଛନ୍ତି ଯେ, ୨୫ ରୁ ୩୦ ଯାତ୍ରୀ ଯାତ୍ରା କରୁଥିଲେ । ଘଟଣାସ୍ଥଳରେ ହିଁ ଡ୍ରାଇଭର ମ ମୃତ୍ୟୁ ହୋଇଥିଲା । ସେହିପରି ଘଟଣାସ୍ଥଳରେ ଥିବା ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଉଛି । 




Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.