ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ବିଦ୍ୟୁତ ଆଘାତରେ ଶ୍ରମିକ ମୃତ

Published By : Suraj Kumar | October 30, 2024 8:02 PM

ମାଲକାନଗିରି/କୋରକୁଣ୍ଡା, ୩୦/୧୦ (ଆପ୍ର ) : ମାଲକାନଗିରି ଜିଲ୍ଲା  ଓର୍କେଲ ଥାନା ଅନ୍ତର୍ଗତ ବାଲିମେଳା ଏନଏସି ଓ୍ବାର୍ଡ ନଂ ୧ର ନୂଆସାହିରେ ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ଶ୍ରମିକର ମୃତ୍ୟୁ ଘଟିଛି। ମୃତ ଶ୍ରମିକ ଜଣକ ହେଲା ପ୍ରଦୀପ ବିଶ୍ବାସ ।

 ବାଲିମେଳା ଠାରେ ପୂର୍ତ୍ତ ବିଭାଗ ପକ୍ଷରୁ ସେକ୍ସନ କାର୍ଯ୍ୟାଳୟ ଗୃହ ନିର୍ମାଣ କାର୍ଯ୍ୟ ରେ ଚିତାପାରି-୩ ପଞ୍ଚାୟତ ଏମଭି-୧୦୪ ଗ୍ରାମର ପବନ ବିଶ୍ବାସଙ୍କ ବଡ଼ ପୁଅ ପ୍ରଦୀପ ବିଶ୍ବାସ (୨୩) ଶ୍ରମିକ ଭାବେ କାମ କରୁଥିଲେ। ଦୁଇ ମହଲା ପାଇଁ ନିର୍ମାଣ କାର୍ଯ୍ୟ ଚାଲୁଥିବା ସମୟରେ ପ୍ରଦୀପ ଏକ ଲୁହା ପିଲର ଛାଞ୍ଚ ଧରି ଛାତ ଉପରକୁ ଯାଉଥିଲେ। ଲୁହା ପିଲର ଛାଞ୍ଚ ୧୧ କେବି ବିଦ୍ୟୁତ ତାର ରେ ଲାଗି ଯାଇ ଥିଲା। ବିଦ୍ୟୁତ ଆଘାତ ଲାଗିବା ପରେ ଯୁବକ ଜଣଙ୍କ ପଡିଯାଇ ଅଚେତ ହୋଇ ଯାଇଥିଲେ। ସ୍ଥାନୀୟ ଲୋକ ସଙ୍ଗେ ସଙ୍ଗେ ବାଲିମେଳା ଡାକ୍ତରଖାନା ନେଇ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଆହାତ ଯୁବକଙ୍କ ଅବସ୍ଥା ଗୁରୁତର ଥିବାରୁ ୧୦୮ ଆମ୍ବୁଲାନ୍ସ ଡାକି ତୁରନ୍ତ ମାଲକାନଗିରି ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରିଥିଲେ। ଚିକିତ୍ସା ଚାଲିଥିବା ବେଳେ ତାଙ୍କର ମୃତ୍ୟୁ ହୋଇଥିବା ଡାକ୍ତର ଘୋଷଣା କରିଥିଲେ। ଏନେଇ ଓର୍କେଲ ଥାନା ପକ୍ଷରୁ ଏକ ଅପମୃତ୍ୟୁ ମାମଲା ରୁଜୁ କରା ଯାଇ ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ପଠା ଯାଇ ଘଟଣାର ତଦନ୍ତ ଆରମ୍ଭ କରିଛି।  ଏ ସମ୍ପର୍କରେ ପୂର୍ତ୍ତ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ସୁଶାନୁ କୁମାର ଜେନାଙ୍କୁ ପଚାରିବାରୁ ତାଙ୍କ ଅଜାଣତରେ ଠିକାଦାର କାର୍ଯ୍ୟ କରିଛି।  ଠିକାଦାର ତାର ମନମାନିରେ ଗୃହ ନିର୍ମାଣ କାର୍ଯ୍ୟ ଜାରି ରଖୁଛି ବୋଲି କହିଥିଲେ। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.