ଭଂଜନଗର, ୧୪।୮ : ଘର ନିର୍ମାଣ କାମ ଚାଲିଥିବା ବେଳେ ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଶ୍ରମିକଙ୍କ ମୃତ୍ୟୁ । ଗାଙ୍ଗପୁର ଥାନା ଅନ୍ତର୍ଗତ ପାଲକଷଣ୍ଢା ଗାଁରେ ଘଟିଛି ଏଭଳି ଏକ ଅଭାବନୀୟ ଘଟଣା । ମୃତ ଶ୍ରମିକ ଜଣକ ହେଉଛନ୍ତି ରାଜୀବ ନାଇକ(୨୫) ।
ଗାଁ ଶେଷରେ ଏକ ଘରର ନିର୍ମାଣ କାର୍ଯ୍ୟ ଚାଲିଥିଲା। ଶ୍ରମିକ ଭାବେ କାମ କରୁଥିବା ରାଜୀବ ସେହି ଘର ଉପର ଦେଇ ଯାଇଥିବା ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା । ଖବରପାଇ ଗାଙ୍ଗପୁର ଥାନା ପୁଲିସ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ମେଡିକାଲକୁ ପଠାଇଛି। ଏନେଇ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ କରି ଘଟଣାର ତଦନ୍ତ ଚଳାଇଛି ପୁଲିସ ।