ପ୍ରମୂଖ ଖବର
  • ଯାତ୍ରା କଳିରେ ପଡିଲା ଯବନିକା, ୫ ବର୍ଷ ରହିବି ବର୍ଷେ ପରେ ମଞ୍ଚରେ ଚଢିବି କହିଲେ ପୀୟୂଷ
  • ||
  • ମହାକାଶକୁ ଉଡ଼ାଣ ଭରିବେ ଶୁଭାଂଶୁ ଶୁକ୍ଳା; ୬ ଥର ଘୁଞ୍ଚିଲା ପରେ ଆସନ୍ତାକାଲି ଲଞ୍ଚ ହେବ ଆକ୍ସିଓମ୍‌-୪ ମିଶନ୍
  • ||
  • ଗଞ୍ଜାମ: ୨ ଦଳିତଙ୍କୁ ଲଣ୍ଡା କରି ଆଣ୍ଠେଇ ଚଲାଇବା ମାମଲା, ଘଟଣାସ୍ଥଳକୁ ଯାଇ ଅନୁଧ୍ୟାନ କରିବ କଂଗ୍ରେସର ଫ୍ୟାକ୍ଟ ଫାଇଣ୍ଡିଂ ଟି
  • ||
  • ବୁଧବାର BMC କର୍ପୋରେସନ ବୈଠକ: ଏକାଧିକ ପ୍ରସ୍ତାବରେ ବାଜିବ ମୋହର, ଉଠିବ ଜଳବନ୍ଦୀ ଓ ଡେଙ୍ଗୁ ପ୍ରସଙ୍ଗ
  • ||
  • ପାଟନାରେ ପୂର୍ବାଞ୍ଚଳ ଶକ୍ତି ମନ୍ତ୍ରୀ ସମ୍ମିଳନୀ, ଆଜି ଯୋଗ ଦେବେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ
  • ||
  • ମହାପ୍ରଭୁଙ୍କୁ ଲାଗି ହେବା ପୂର୍ବରୁ ଦଶମୂଳ ମୋଦକ ଚୋରି, ମାରା ମହୌଷଧି ଶ୍ରୀଜିଉଙ୍କୁ ଲାଗି ହେଲା କିପରି ?
  • ||
  • ଗୋପାଳପୁର ଗଣଦୁଷ୍କର୍ମ ମାମଲା, ୬ ଅଭିଯୁକ୍ତଙ୍କୁ ଦିନିକିଆ ରିମାଣ୍ଡରେ ନେବ କ୍ରାଇମ୍‌ବ୍ରାଞ୍ଚ
  • ||
  • କେନ୍ଦୁଝର: ଟ୍ରକ୍ ପଛରେ ପିଟିହେଲା କନ୍ୟାଯାତ୍ରୀ ବସ୍, ଜଣେ ମୃତ ୧୩ ଗୁରୁତର
  • ||
  • ଇରାନ୍-ଇସ୍ରାଏଲ୍ ଯୁଦ୍ଧ ନେଇ ଟ୍ରମ୍ପ୍‌ଙ୍କ ବଡ଼ ଘୋଷଣା, ୧୨ ଦିନ ପରେ ସମ୍ପୂର୍ଣ୍ଣ ଅସ୍ତ୍ରବିରତି ଘୋଷଣା
  • ||
  • ଘୂର୍ଣ୍ଣିବଳୟ ପ୍ରଭାବରେ ଲଗାଣ ବର୍ଷା: ସପ୍ତାହେ ଯାଏ ପ୍ରବଳ ଛେଚିବ,୨୫ରେ ୩ଟି,୨୬ରେ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ଲକ୍ଷପତି ଦିଦି ସମ୍ମିଳନୀ-୨୦୨୫: ଆଜି ଏକାଠି ହେବେ ୨୫ ରାଜ୍ୟ, କେନ୍ଦ୍ରଶାସିତ ଅଞ୍ଚଳର ଲକ୍ଷପତି ଦିଦି, ମୁଖ୍ୟ ଅତିଥି ଭାବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

Published By : Prameya | May 29, 2025 8:33 AM

ଭୁବନେଶ୍ୱର,୨୯/୦୫: ଆଜି ମିଶନ  ଶକ୍ତି ବିଭାଗ ପକ୍ଷରୁ  "ଲକ୍ଷପତି ଦିଦି ସମ୍ମିଳନୀ ୨୦୨୫' ଅନୁଷ୍ଠିତ ହେବ।  ସାରା ଭାରତରୁ ଲକ୍ଷପତି ଦିଦିମାନେ ଏକାଠି ହୋଇ ସେମାନଙ୍କ ସଫଳତା ଏବଂ ନିରନ୍ତର ଯାତ୍ରାର କାହାଣୀ ବର୍ଣ୍ଣନା  କରିବେ । ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଆୟୋଜିତ ହେବାକୁ ଥିବା  ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ  ଚରଣ ମାଝୀ ମୁଖ୍ୟ ଅତିଥି ଭାବରେ  ଯୋଗଦେବେ । ଏହି ଅବସରରେ ସ୍ୱୟଂ  ସହାୟକ ଗୋଷ୍ଠୀ ଆଧାରିତ ଆର୍ଥିକ  କାର୍ଯ୍ୟକଳାପ ଜରିଆରେ ବାର୍ଷିକ ଏକ ଲକ୍ଷ  ଟଙ୍କା ବା ତଦ୍ଦୁର୍ଦ୍ଧ ଆୟ କରିଥିବା ଲକ୍ଷପତି  ଦିଦିମାନଙ୍କୁ ପ୍ରୋତ୍ସାହନ ଦେବା ସହ ସମ୍ମାନିତ  କରାଯିବ । 

ସୂଚନାଯୋଗ୍ୟ, ଦେଶର  ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କର  ସଫଳତାକୁ ସମର୍ଥନ ଦେବା ସହ ଗ୍ରାମୀଣ  ମହିଳା ଉଦ୍ୟାଗୀମାନଙ୍କୁ ପ୍ରୋତ୍ସାହନ ଦେବା  ଉଦ୍ଦେଶ୍ୟରେ ଏହି ସମ୍ମିଳନୀ ଆୟୋଜନ  କରାଯାଇଛି । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ  ପରିଡ଼ାଙ୍କ ନେତୃତ୍ୱରେ ୩ କୋଟି ଲକ୍ଷପତି  ଦିଦିଙ୍କୁ ସଶକ୍ତ କରିବା ଏବଂ ମହିଳା  ନେତୃତ୍ୱାଧୀନ ବିକାଶକୁ ପ୍ରୋତ୍ସାହନ ଦେବାରେ  ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ଏହି ସମ୍ମିଳନୀ ସଶକ୍ତ କରିବ । ଦେଶର  ୨୫ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର  ଲକ୍ଷପତି ଦିଦି କାର୍ଯ୍ୟକ୍ରମରେ ଯୋଗଦେବେ ।  ଏହି ସମ୍ମିଳନୀରେ ସରକାରୀ ଅଧିକାରୀ,  ଜାତିସଂଘ ପ୍ରତିଷ୍ଠାନ, ଜାତୀୟ ଗ୍ରାମୀଣ ଜୀବିକା  ମିଶନ ଏବଂ ବିଭିନ୍ନ ରାଜ୍ୟ ଜୀବିକା ମିଶନର ଅଧିକାରୀମାନେ ମଧ୍ୟ ଅଂଶଗ୍ରହଣ କରିବେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.