ପ୍ରମୂଖ ଖବର
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଏସ୍‌ବିଆଇ ଏଟିଏମ୍‌ରୁ ଲୁଟ୍‌, ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

Published By : Harapriya Sethi | January 15, 2025 8:17 AM

ବୌଦ୍ଧ,୧୫/୦୧: ଆଦର୍ଶ ଥାନା ଅଞ୍ଚଳରେ ବଢୁଛି ଲୁଟେରାଙ୍କ ଆତଙ୍କରାଜ । ବିଳମ୍ବିତ ରାତିରେ ବଢ଼ିଗାଁ ଛକରେ ଥିବା ଏସ୍‌ବିଆଇ ଏଟିଏମ୍‌ ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ଘଟଣା ସ୍ଥଳରେ ଆଦର୍ଶ ଥାନା ପୋଲିସର ତଦନ୍ତ ଆରମ୍ଭ । ବୌଦ୍ଧ ଜିଲ୍ଲା ଆଦର୍ଶ ଥାନା ଅଞ୍ଚଳରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ମଙ୍ଗଳବାର ବିଳମ୍ୱିତ ରାତିରେ ବଢ଼ିଗାଁ ଛକରେ ଥିବା ଏସ୍‌ବିଆଇ ଏଟିଏମ୍‌ ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟ୍‌ କରିଥିଲେ ଦୁର୍ବୃତ୍ତ । ଏଟିଏମ୍‌ରୁ ଲୁଟ୍‌ କରି ଦୁର୍ବୃତ୍ତମାନେ ଘଟଣା ସ୍ଥଳରୁ ଫେରାର ମାରିଥିଲେ । ସକାଳ ହେବା ପରେ ଏଟିଏମ୍‌ରୁ ଲୁଟ୍‌ ହେବା ବିଷୟରେ ଜାଣିବାକୁ ପାଇଥିଲେ ସ୍ଥାନୀୟଲୋକେ । ଲୁଟ୍‌ ହୋଇଥିବା ଜାଣି ପାରି ତୁରନ୍ତ ପୋଲିସକୁ ଖବର ଦେଇଥିଲେ ସ୍ଥାନୀୟଲୋକେ । ଖବର ପାଇ ଘଟଣା ସ୍ଥଳରେ ଆଦର୍ଶ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.