ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ଭୂମିହୀନଙ୍କୁ ମିଳିବ ଜମି ପଟ୍ଟା, ୫ ବର୍ଷ ପରେ ଓଡ଼ିଶାରେ କେହି ରହିବେନି ଭୂମିହୀନ ଓ ବାସହୀନ : ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର,୧୨।୮ : ଭୂମିହୀନଙ୍କୁ ମିଳିବ ଜମି ପଟ୍ଟା।  ୫ ବର୍ଷ ପରେ ଓଡ଼ିଶାରେ କେହି ରହିବେନି ଭୂମିହୀନ ଓ ବାସହୀନ ବୋଲି ରାଜସ୍ବ ମନ୍ତ୍ରୀ  ସୁରେଶ ପୂଜାରୀ କହିଛନ୍ତି। 

ଭୂମିହୀନ ଓ ବାସହୀନମାନଙ୍କୁ ତିନୋଟି ବିଭାଗରେ ବିଭକ୍ତ କରାଯାଇଛି । ଗ୍ରାମାଞ୍ଚଳରେ ପଟ୍ଟା ନଥିବା ହିତାଧିକାରୀଙ୍କୁ ୪ ଡିସିମିଲ ଲେଖାଏଁ ଜମି ପଟ୍ଟା ପ୍ରଦାନ କରାଯିବ । ସରକାରୀ ଜମିରେ ଦୀର୍ଘ ଦିନ ଧରି ରହିଥିବା ହିତାଧିକାରୀମାନଙ୍କୁ ମଧ୍ୟ ୪ ଡିସିମିଲ ଲେଖାଏଁ ଜମି ଦିଆଯିବ । ସହରାଞ୍ଚଳରେ ବସ୍ତି ବାସିନ୍ଦା ଓ ବାସହୀନଙ୍କୁ ଜମି ଯୋଗାଇ ଦେଉଛନ୍ତି ସରକାର । ତୃତୀୟରେ ଜଙ୍ଗଲ ଅଧିକାର ଆଇନରେ ଜଙ୍ଗଲ ଜମିକୁ ମଧ୍ୟ କିସମ ପରିବର୍ତ୍ତନ କରି ଦିଆଯାଉଛି । ଠିକଠାକ ସର୍ଭେ କରିବା ପାଇଁ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ୫ ବର୍ଷ ପରେ ଓଡ଼ିଶାରେ ଭୂମିହୀନ ଓ ବାସ ହୀନ କେହି ନଥିବେ ସେଥିପାଇଁ କଡାକଡି ନିର୍ଦ୍ଦେଶ ଦିଆଯାଇଛି । ସର୍ଭେ କାମ ଆରମ୍ଭ ହୋଇ ଗଲାଣି । ଆବଣ୍ଟନ ମଧ୍ୟ ଆରମ୍ଭ ହୋଇଗଲାଣି । ଜମି ମିଳିବା ପରେ ବାସଗୃହ, ପାନୀୟ ଜଳ, ସରକାରଙ୍କ ସମସ୍ତ ଜନ କଲ୍ୟାଣକାରୀ ଯୋଜନା ଯୋଗାଇ ଦିଆଯିବ ।  ଆସନ୍ତା ୧୫  ତାରିଖରେ କଳାହାଣ୍ଡିରେ କିଛି ହିତାଧିକାରୀଙ୍କୁ ଜଙ୍ଗଲ ଜମି ପଟ୍ଟା ଦିଆଯିବ ବୋଲି ରାଜସ୍ବ ମନ୍ତ୍ରୀ କହିଛନ୍ତି। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.