ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ନାରାୟଣପୁର ଜଙ୍ଗଲରେ ଲ୍ୟାଣ୍ଡମାଇନ ବିସ୍ଫୋରଣ: ଜଣେ ମୃତ, ଜଣେ ଆହତ

Published By : Harapriya Sethi | April 5, 2025 11:56 AM

ମାଲକାନଗିରି,୦୫/୦୪: ଛତିଶଗଡ ନାରାୟଣପୁର ଜିଲ୍ଲାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ । ଜଙ୍ଗଲକୁ ଝାଡୁ ସଂଗ୍ରହ କରିବାକୁ ଯାଇଥିବା ବେଳେ ଲ୍ୟାଣ୍ଡମାଇନ ଉପରେ ପଡ଼ିଗଲା ଗୋଡ଼ । ବିସ୍ଫୋରଣରେ ଜଣେ ଗ୍ରାମବାସୀ ପ୍ରାଣ ହରାଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି । ଆହତଙ୍କୁ ନାରାୟଣପୁର ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । 

ସୂଚନା ମୁତାବକ, ସୁରକ୍ଷା କର୍ମୀଙ୍କୁ ଟାର୍ଗେଟ କରି ନକ୍ସଲ ମାନେ ଜଙ୍ଗଲ ରାସ୍ତାରେ ଏହି ଆଇଇଡି ଲଗାଇଥିଲେ । କାନାଗା ଗ୍ରାମର ଦୁଇ ଜଣ ଆଦିବାସୀ ଯୁବକ ମରକୁଡ ଜଙ୍ଗଲକୁ ଝାଡୁ ସଂଗ୍ରହ କରିବା ଲାଗି ଯାଇଥିଲେ । ଜଙ୍ଗଲ ରାସ୍ତାରେ ଯିବାବେଳେ ନକ୍ସଲ ମାନେ ଜଙ୍ଗଲ ଭିତରେ ଲଗାଇଥିବା ଲ୍ୟାଣ୍ଡମାଇନ ଉପରେ ଗୋଡ ପଡିଥିଲା । ଫଳରେ ଲ୍ୟାଣ୍ଡମାଇନଟି ବୋସ୍ଫୋରଣ ହୋଇଥିଲା । ଏହି ଦୁର୍ଘଟଣାରେ ଘଟଣା ସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳ ଅନ୍ୟ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି । ଆହତଙ୍କୁ ନାରାୟଣପୁର ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.