ଭୁବନେଶ୍ବର,୨୯।୧୦ : ବାତ୍ୟା ମୋନ୍ଥାର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇଛି। ଆନ୍ଧ୍ରପ୍ରଦେଶର କାକିନଡା ନିକଟରେ ସ୍ଥଳଭାଗରେ ପ୍ରବେଶ କରିଛି। ୪ ଘଣ୍ଟା ଧରି ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ରହିବ। ଘଣ୍ଟାପ୍ରତି ୧୫ କିମି ବେଗରେ ସ୍ଥଳଭାଗ ଅତିକ୍ରମ କରୁଛି । ଏହି ପ୍ରକ୍ରିୟା ମଧ୍ୟରାତ୍ରୀ ଯାଏ ରହିବ। ୧୨ଟା ଯାଏ ଏହି ପ୍ରକ୍ରିୟା ରହିବ। ସ୍ଥଳଭାଗ ଛୁଇଁବା ପରେ ବାତ୍ୟା କ୍ରମଶଃ ଦୁର୍ବଳ ହେବ। ଏ ନେଇ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।
ଲ୍ୟାଣ୍ଡଫଲ ସମୟରେ ପବନର ବେଗ ୧୦୦ରୁ ୧୧୦ କିମି ରହିପାରେ । ବାତ୍ୟା ଯୋଗୁ ଆନ୍ଧ୍ର ପ୍ରଦେଶର ଉପକୂଳବର୍ତ୍ତୀ ଜିଲ୍ଲା ବିଶେଷ କରି କାକିନାଡ଼ା, ବିଶାଖାପାଟଣା, କୃଷ୍ଣା, ପଶ୍ଚିମ ଗୋଦାବରୀ ଭଳି ଜିଲ୍ଲା ବିଶେଷ ଭାବରେ ପ୍ରଭାବିତ ହେବ। ଏଥିପାଇଁ ଏସବୁ ଜିଲ୍ଲା ପାର୍ଇ ରେଡ୍ ଆଲର୍ଟ ଜାରି କରାଯାଇଛି।ଅନ୍ୟପକ୍ଷରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ଆରମ୍ଭ ହୋଇଛି। ବିଭିନ୍ନ ଜିଲାରେ ୬୦ରୁ ୬୫ କିମି ରହିଛି। ତେବେ ଆଉ କିଛି ସମୟ ପରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।