ପ୍ରମୂଖ ଖବର
  • ଶ୍ରୀମନ୍ଦିର ଗର୍ଭଗୃହର ଭିଡିଓ ଭାଇରାଲ୍ ଘଟଣା: ସିଂହଦ୍ୱାର ଥାନାରେ ମାମଲା ରୁଜୁ
  • ||
  • ହଂସପାଳ ଓଭରବ୍ରିଜ୍‌ରେ ଭୁବନେଶ୍ୱରରୁ କଟକକୁ ଗଡ଼ିବ ଗାଡ଼ି, ଉଦ୍‌ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ
  • ||
  • ବୌଦ୍ଧ : ସଙ୍ଘବଦ୍ଧ ଆକ୍ରମଣ କରି ଯୁବକଙ୍କୁ ହତ୍ୟା, ୪ ଅଟକ
  • ||
  • ପୁରୀ : ଶିରୁଳି ମହାବୀର ମନ୍ଦିରରୁ ଚୋରି, ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ : ଅଜଣା ଗାଡ଼ିକୁ ଧକ୍କା ଦେଲା ଡାଲା ଅଟୋ, ହେଲ୍ପର ମୃତ
  • ||
  • ଛତିଶଗଡ଼ ଗରିଆବନ୍ଧରେ ଏନକାଉଣ୍ଟର: ୧୪ ମାଓବାଦୀ ନିହତ, ବଢ଼ିପାରରେ ମୃତ୍ୟୁସଂଖ୍ୟା
  • ||
  • ଲମତାପୁଟ : ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଅଘଟଣ, ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ
  • ||
  • ନିଖୋଜ ଯୁବତୀ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର ଘଟଣା: ନ୍ୟାୟ ଦାବିରେ ୧୨ ଘଣ୍ଟିଆ ବରଗଡ଼ ବନ୍ଦ, ଏବେ ବି ମୁଖ୍ୟ ଅଭିଯୁକ୍ତ ଫେରାର
  • ||
  • ଟ୍ୱିନ୍‌ ସିଟିରେ ବ୍ଲକିଂ ଚେକିଂ କଡ଼ାକଡ଼ି, ରାତି ଅଧିଆ ତନାଘନା କଲା କମିଶନରେଟ୍‌ ପୋଲିସ
  • ||
  • ବଙ୍ଗୋପସାଗରରେ ଗୁରୁଚାପ ବଳୟ ପ୍ରଭାବ: ବୁଧବାରଠାରୁ କମିବ ଶୀତ, ଦୁଇ ଦିନ ଘନ କୁହୁଡ଼ି ସମ୍ଭାବନା
  • ||

ଛତିଶଗଡ଼ରେ ନକ୍ସଲଙ୍କ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ, ୨ ଯବାନ ସହିଦ

Published By : Prameya | July 18, 2024 8:35 AM

ମାଲକାନଗିରି, ୧୮/୦୭ : ଛତିଶଗ଼ଡ କାଙ୍କେର ଜିଲ୍ଲାର ପାଖାଁଞ୍ଜୁର ଥାନା ଅନ୍ତର୍ଗତ ଚିନ୍ଦବେଟି ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୨ ଜଣ ଯବାନ ସହିଦ ହୋଇଥିବା ବେଳେ ୪ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ଛତିଶଗଡ ଡିଆରଜି ବାହିନୀର ୪ ଜଣ ଆହତ ଯବାନଙ୍କୁ ବାୟୁସେନାର ହେଲିକପ୍ଟର ଯୋଗେ ରାୟପୁର ସ୍ଥାନାନ୍ତର କରାଯାଇଛି। ଯବାନଙ୍କ ଗୁଳିରେ ଦୁଇ ଜଣ ମାଓବାଦୀ ପ୍ରାଣ ହରାଇଥିବା ଜଣାପଡିଛି। 

ସୂଚନାନୁଯାୟୀ, ପାଖାଁଞ୍ଜୁର ଚିନ୍ଦବେଟି ଜଙ୍ଗଲରେ ମାଓ ଗତିବିଧି ବଢିବା ଯୋଗୁଁ ମହାରାଷ୍ଟ୍ର ଓ ଛତିଶଗଡ଼ ପୋଲିସ ପକ୍ଷରୁ ମିଳିତ ଭାବେ କମ୍ବିଂ ଅପରେସନ ଆରମ୍ଭ ହୋଇଥିଲା। ହେଲେ ଏହାର ଖବର ପାଇ ମାଓବାଦୀମାନେ ଘଞ୍ଚ ଜଙ୍ଗଲରେ ଲୁଚିଛପି ଯବାନଙ୍କ ଉପରେ ପ୍ରଥମେ ଆକ୍ରମଣ କରିଥିଲେ। ଯବାନମାନେ ମଧ୍ୟ ଏହାର ପାଲଟା ଜବାବ ଦେଇଥିଲେ। ହେଲେ ଗୁଳି ବିନିମୟ ସମୟରେ ମହାରାଷ୍ଟ୍ର ପୋଲିସର ୨ ଜଣ ଯବାନ ଓ ଛତିଶଗଡ ପୋଲିସର ୪ ଜଣ ଯବାନ ଆହତ ହୋଇଥିଲେ। ଆହତ ଯବାନମାନଙ୍କୁ ତୁରନ୍ତ ମେଡିକାଲ ନିଆଯାଇଥିଲା। ସେଠାରେ ଚିକିତ୍ସାଧିନ ଅବସ୍ଥାରେ ୨ ଜଣ ଯବାନ ସହିଦ ହୋଇଛନ୍ତି। ସହିଦ ଦୁଇ ଯବାନ ହେଉଛନ୍ତି ଏସଟିଏଫ୍ ବାହିନୀର ଭରତ ଲାଲ୍ ସାହୁ ଓ ସତେର ସିଂ। ବର୍ତ୍ତମାନ ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଜାରି ରହିଛି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.