ପ୍ରମୂଖ ଖବର
  • ‘ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ହୋଇପାରେ ଡ୍ରୋନ୍ ଆକ୍ରମଣ’: ଆମେରିକା ରାଷ୍ଟ୍ରପତିଙ୍କୁ ଇରାନର ଧମକ
  • ||
  • ଗଗନଯାନ ମିଶନକୁ ବଡ଼ ସଫଳତା, ଇଞ୍ଜିନର ହଟ୍ ଟେଷ୍ଟ ସଫଳ; ସୂଚନା ଦେଲା ଇସ୍ରୋ
  • ||
  • ଡଙ୍କି ରୁଟ୍ ମାମଲାରେ ଇଡିର ବଡ଼ କାର୍ଯ୍ୟାନୁଷ୍ଠାନ, ହରିୟାଣା ଓ ପଞ୍ଜାବର ୧୧ ଠିକଣାରେ ଚଢ଼ାଉ
  • ||
  • ପଞ୍ଚମ , ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ : ଫେଲ ହେଲେ ଆଉ ଥରେ ପରୀକ୍ଷା ଦେବେ
  • ||
  • ଆଇପିଏସ୍ ସ୍ତରରେ ଅଦଳ ବଦଳ: ସଞ୍ଜୀବ ପଣ୍ଡା ହେଲେ ADG ନକ୍ସଲ ବିରୋଧୀ ଅପରେସନ୍
  • ||
  • ରାଜସ୍ଥାନରେ ଫାଇଟର ଜେଟ୍ କ୍ରାସ୍, ୨ ମୃତ
  • ||
  • ମୟୂରଭଞ୍ଜ : ବୁଢ଼ାବଳଙ୍ଗରେ ଗାଧୋଇବା ବେଳେ ଅଘଟଣ, ନଦୀରେ ଭାସି ଯୁବକ ମୃତ
  • ||
  • BMC ଅଧିକାରୀଙ୍କୁ ମାଡ଼ ମାମଲା; ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ
  • ||
  • ପୁରୀ : ସର୍ବଭାରତୀୟ ଧର୍ମଘଟର ପ୍ରଭାବ; ସୂର୍ଯ୍ୟମନ୍ଦିର ବନ୍ଦ କଲା ଶ୍ରମିକ ସଂଗଠନ
  • ||
  • କଳାହାଣ୍ଡି : ବିଦ୍ୟୁତ ସଂସ୍ପର୍ଶରେ ଆସି ଦାଦନ ଶ୍ରମିକ ମୃତ, ଭିଟାମାଟିକୁ ଫେରୁଛି ମୃତଦେହ
  • ||
  • ଟାର୍ଗେଟରେ ଚୀନ-ପାକ୍‌; ଆତଙ୍କବାଦ ଉପରେ ଡବଲ୍‌ ଷ୍ଟାଣ୍ଡାର୍ଡ କାମ କରିବ ନାହିଁ, ବ୍ରାଜିଲରୁ ପ୍ରଧାନମନ୍ତ୍ରୀଙ୍କ କଡ଼ା ସନ୍ଦେଶ
  • ||
  • ଜଳ ପ୍ରଳୟରେ ବେହାଲ ଟେକ୍ସାସ, ମୃତ୍ୟୁ ସଂଖ୍ୟା ୧୦୯କୁ ବୃଦ୍ଧି
  • ||
  • ୧୫ ଜିଲ୍ଲାରେ ଆଜି ପ୍ରବଳ ବର୍ଷା ସମ୍ଭାବନା, ଗୁରୁବାରଠୁ କମିବ
  • ||
  • ସର୍ବଭାରତୀୟ ଧର୍ମଘଟ : ବିଜେଡିର ସମର୍ଥନ, ସାମିଲ ହେବ କଂଗ୍ରେସ
  • ||

ବିପୁଳ ପରିମାଣର ଗଞ୍ଜେଇ ଜବତ, ୨ ଅଟକ

Published By : Harapriya Sethi | May 2, 2025 8:18 AM

ଭୁବନେଶ୍ୱର, ୦୨/୦୫: ଚରମ୍ପା ଷ୍ଟେସନ୍‌ରୁ ବାହାରି ଅଟୋରେ ଚାଲାଣ ହେଉଥିଲା ଗଞ୍ଜେଇ । ଦୁଇଟି ଟ୍ରଲି ବ୍ୟାଗ୍‌ରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କଲା ଭଦ୍ରକ ସହରାଞ୍ଚଳ ପୋଲିସ । ଘଟଣାରେ ସମ୍ପୃକ୍ତ ଥିବା ୨ ଅବିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ । 

ସୂଚନା ମୁତାବକ, ଚରମ୍ପା ଷ୍ଟେସନ୍‌ରୁ ଦୁଇ ଟ୍ରଲି ବ୍ୟାଗ୍‌  ନେଇ ଆସିଥିବା ଯାତ୍ରୀ ଅଟୋରେ ବାହାରିଥିଲେ । ଉକ୍ତ ଟ୍ରଲି ବ୍ୟାଗ୍‌ରେ ଗଞ୍ଜେଇ ଥିବା ନେଇ ଏକ ବିଶେଷ ସୂତ୍ରରୁ ଖବର ପାଇଥିଲା ପୋଲିସ । ସୂଚନା ପାଇ ପୋଲିସ ଜଗି ରହିଥିଲା । ଅଭିଯୁକ୍ତଙ୍କୁ ଦେଖି ପୋଲିସ ବାଇକ୍‌ରେ ପିଛା କରିବାରୁ ଅଟୋଟି ସହର ଭିତରେ ଘୁରି ବୁଲୁଥିଲା । ଶେଷରେ ବାଇପାସ ନିକଟରେ ଅଟୋକୁ ଅଟକାଇ ଯାଞ୍ଚ କରାଯିବା ବେଳେ ଦୁଇ ଟ୍ରଲି ବ୍ୟାଗ୍‌ ଭିତରୁ ବିପୁଳ ପରିମାଣର ଗଞ୍ଜେଇ ମିଳିଥିଲା । ଭଦ୍ରକ ସହରାଞ୍ଚଳ ପୋଲିସ ଅଟୋ ସହ ଦୁଇ ଜଣଙ୍କୁ ଅଟକ ରଖି ପଚରା ଉଚୁରା କରୁଛି। ଜବତ ଗଞ୍ଜେଇର ପରିମାଣ ଅସ୍ପଷ୍ଟ ଥିବା ବେଳେ ପ୍ରାୟ ୧୮ ରୁ ୨୦ କିଲୋ ଭଳି ଗଞ୍ଜେଇ ଥିବା ଅନୁମାନ କରାଯାଉଛି । କେଉଁ ଠାରୁ ଗଞ୍ଜେଇ ଆସୁଥିଲା ଓ କେଉଁ ସ୍ଥାନକୁ ଚାଲାଣ ହେଉଥିଲା ସେ ନେଇ ତଦନ୍ତ ପରେ ପୋଲିସ ସ୍ପଷ୍ଟ କରିବ ବୋଲି ସୂଚନା ଦେଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.