ପ୍ରମୂଖ ଖବର
  • ଆସନ୍ତା ୩୧ ରେ ହେବନି ସ୍ବତନ୍ତ୍ର ଓଟିଇଟି ପରୀକ୍ଷା
  • ||
  • ଲାଞ୍ଚନେବା ପଡ଼ିଲା ମହଙ୍ଗା, ବନ୍ଧାହେଲେ ୪ ସରକାରୀ ବାବୁ
  • ||
  • ଦୀଘା ସମୁଦ୍ରରେ ଭାସିଗଲେ ଦୁଇ ପର୍ଯ୍ୟଟକ, ଜଣେ ଉଦ୍ଧାର
  • ||
  • ଭୁବନେଶ୍ବର: ଲାଞ୍ଚନେବା ପଡ଼ିଲା ମହଙ୍ଗା, ବନ୍ଧାହେଲେ ୪ ସରକାରୀ ବାବୁ
  • ||
  • ମେଟ୍ରୋ ପ୍ରକଳ୍ପକୁ ନେଇ ବଡ଼ ଅପ୍‌ଡେଟ୍, ଭୁବନେଶ୍ୱରରେ ନୂଆ ଢ଼ାଞ୍ଚାରେ ହେବ ମେ​‌ଟ୍ରୋ କରିଡ଼ର
  • ||
  • ଇଟାଲୀର ଲାମ୍ପେଡୁସା ଦ୍ୱୀପରେ ବୁଡ଼ିଲା ପ୍ରବାସୀ ଡଙ୍ଗା; ୨୬ ମୃତ, ୧୨ ନିଖୋଜ
  • ||
  • ଗଞ୍ଜାମ : ବିଷାକ୍ତ ସାପ କାମୁଡାରେ ମାଇଁ ଓ ଭାଣିଜୀ ମୃତ
  • ||
  • କଟକ : କେନାଲ ପାଣିରେ ଭାସିଯାଇ ନିଖୋଜ ହୋଇଥିଲେ ଛାତ୍ରୀ, ଉଦ୍ଧାର ହେଲା ମୃତଦେହ
  • ||
  • ଭିସୁଟ ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ଡ୍ରେସ୍ କୋଡ୍, ପ୍ରଥମ ବର୍ଷ ଛାତ୍ରୀ ପିନ୍ଧିବେ ସାଲଓ୍ୱାର- କୁର୍ତ୍ତା, ପ୍ୟାଣ୍ଟ, ସାର୍ଟ ପିନ୍ଧିବେ ଛାତ୍ର
  • ||
  • କଂଗ୍ରେସର "ଭୋଟ୍‌ ଚୋର, ଗାଦି ଛାଡ଼' ଶୋଭାଯାତ୍ରା, ସନ୍ଧ୍ୟାରେ ଆୟୋଜିତ ହେବ ମଶାଲ ରାଲି
  • ||
  • କେନ୍ଦୁଝର : ଶୋଇଥିବା ବେଳେ ଦଂଶିଲା ସାପ, ଚାଲିଗଲା ମାଆ ପୁଅଙ୍କ ଜୀବନ
  • ||
  • ବଲାଙ୍ଗୀର : ମହଙ୍ଗା ପଡ଼ିଲା ପରକୀୟା ପ୍ରୀତି, ଧରାପଡ଼ିବାରୁ ଗାଁ ଦାଣ୍ଡରେ ଯୁବକଙ୍କୁ ବାନ୍ଧି ନିସ୍ତୁକ ମାଡ଼
  • ||
  • ଚାଷକୁ ଡବଲ୍‌ ଲଘୁଚାପ ଭରସା: ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାକୁ ପ୍ରବଳ ବର୍ଷା ଆଲର୍ଟ, କୋରାପୁଟ, ମାଲକାନଗିରିକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ
  • ||

ବିପୁଳ ପରିମାଣର ଦେଶୀ ମଦ ଓ ମହୁଲ ପୋଚ ଜବତ, ୫ ଗିରଫ

Published By : Harapriya Sethi | August 14, 2025 1:25 PM

ରାଇରଙ୍ଗପୁର,୧୪/୦୮: ମୟୂରଭଞ୍ଜ ଜିଲ୍ଲା ତିରିଂ ଥାନା ଅନ୍ତର୍ଗତ ଏକାଧିକ ଅଞ୍ଚଳରେ ଅବକାରୀ ବିଭାଗର ଚଢାଉ । ଏହି ରେଡ୍‌ରେ ୪୬୬ ଲିଟର ଦେଶୀ ରନ୍ଧା ମଦ, ୧୦.୫୦୦ ଲିଟର ବିଦେଶୀ ମଦ ଏବଂ ୯୩୦୦ ଲିଟର ମହୁଲ ପୋଚ ଜବତ ହୋଇଛି ।  ଏଥିରେ ସମ୍ପୃକ୍ତ ଥିବା ୫ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ଗିରଫ ଆସାମୀ ମାନେ ହେଲେ ତିରିଂ ଥାନା ଅନ୍ତର୍ଗତ ହେସେଲଡ଼ିହି ଗ୍ରାମର ଲଖ୍ମଣ ମୁର୍ମୁ, ପୋଡ଼ା ଚାକିଡ଼ି ଗ୍ରାମର ଶ୍ୟାମସୁନ୍ଦର ଟୁଡୁ, କୁଲୁଘୁଟୁ ଗ୍ରାମର ଦାମୁ ଆଲଦା, ପାଣ୍ଡୁପାଣି ଗ୍ରାମର ବୁଧୁ ହାଁସଦା ଓ ଗୋବିନ୍ଦ ମୁର୍ମୁ ।

ସୂଚନା ମୁତାବକ, ଅବକାରୀ ଅଧିକ୍ଷକ ପ୍ରଶାନ୍ତ କହଁରଙ୍କ ନିର୍ଦ୍ଦେଶକ୍ରମେ ଓ ରାଇରଙ୍ଗପୁର ଅବକାରୀ ଉପ-ଅଧିକ୍ଷକ ସୌମ୍ୟରଞ୍ଜନ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ରାଇରଙ୍ଗପୁର ଅବକାରୀ ରେଞ୍ଜ ପକ୍ଷରୁ ବହଳଦା ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ରଣଜିତ ସବରଙ୍କ ନେତୃତ୍ୱରେ ଗଠିତ ଏକ ସ୍ୱତନ୍ତ୍ର ଟିମ୍‌ ଏହି ରେଡ୍‌ କରିଥିଲା । ତିରିଂ ଥାନା ଅନ୍ତର୍ଗତ ବାଡେପୋଟକା, ବାଗେଡ଼ିହି, ନନ୍ଦାବସା, ହେସେଲଡ଼ିହି, ପଡାଚାକିଡ଼ି, ପାଣ୍ଡୁପାଣି, କୁଲୁଘୁଟୁ ଗ୍ରାମ ଅଞ୍ଚଳରେ ଚଢ଼ାଉ କରି ୪୬୬ ଲିଟର ଦେଶୀ ରନ୍ଧା ମଦ, ୧୦.୫୦୦ ଲିଟର ବିଦେଶୀ ମଦ ଏବଂ ୯୩୦୦ ଲିଟର ମହୁଲ ପୋଚ ଜବତ କରିଥିଲା । ଏହା ସହିତ ଏଥିରେ ସମ୍ପୃକ୍ତ ମୋଟ ୫ ଜଣଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି । ଜବତ ଦେଶୀ ରନ୍ଧା ମଦ, ବିଦେଶୀ ମଦ ଓ ମହୁଲ ପୋଚର ଆନୁମାନିକ ମୂଲ୍ୟ ୭ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଉକ୍ତ ଚଢ଼ାଉରେ ବିଶୋଇ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ପିଙ୍କି ମାରାଣ୍ଡି, ସହ ଉପ-ନିରୀକ୍ଷକ ସୁଧାଂଶୁ କୁମାର ବେହେରା, କନେଷ୍ଟବଳ ବୁଦ୍ଧଦେବ ମହ ସାମିଲ ହୋଇଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.