ପୁରୀ, ୪।୧୧ : କାର୍ତ୍ତିକ ପୂର୍ଣ୍ଣମୀ ପରଦିନ ଅର୍ଥାତ ୨୮ ତାରିଖରେ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର ସ୍କାନିଂ। ସ୍କାନିଂ କରାଗଲେ ପରେ ଜଣାପଡ଼ିବ ବାହାର ରତ୍ନଭଣ୍ଡାରର କେଉଁଠି ରହିଛି ଫାଟ। ଟେକ୍ନିକାଲ କମିଟି ସହ ଆଲୋଚନା ପରେ ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି ନେଇଛି। ରତ୍ନଭଣ୍ଡାର ବାହାର ପଟ କାନ୍ଥର ଲେଜର ସ୍କାନିଂ ପରେ ଆବଶ୍ୟକ ପଡ଼ିଲେ ଭିତର ରତ୍ନଭଣ୍ଡାର ଓ ଅନ୍ୟାନ୍ୟ ପାର୍ଶ୍ଵ ଦେବଦେବୀଙ୍କ ମନ୍ଦିରର ମଧ୍ୟ ସ୍କାନିଂ କରାଯିବ। ଲେଜର ସ୍କାନିଂ ପାଇଁ ଯାହା ସହଯୋଗ ଆବଶ୍ୟକ ସେସବୁ ଶ୍ରୀମନ୍ଦିର ପ୍ରଶାସନ ଓ ଜିଲ୍ଲା ପ୍ରଶାସନ ଯୋଗାଇଦେବ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି।

ଧନୀ ହେଉଛନ୍ତି ଆଞ୍ଚଳିକ ଦଳ: ୧୦ ଦଳର ସମ୍ପତ୍ତି ବଢ଼ିଛି...