ପ୍ରମୂଖ ଖବର
  • କଟକ : ବୋଲେରୋ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର
  • ||
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

କାର୍ତ୍ତିକ ମାସର ଶେଷ ସୋମବାରରେ ଧବଳେଶ୍ବର ପୀଠରେ ଭକ୍ତଙ୍କ ସମାଗମ, ଆଶୁତୋଷ ବେଶରେ ଦର୍ଶନ ଦେଉଛନ୍ତି ବାବା

Published By : Harapriya Sethi | November 11, 2024 7:31 AM

ଆଠଗଡ଼,୧୧/୧୧: ବାବା ଧବଳେଶ୍ବର ପୀଠରେ କାର୍ତ୍ତିକ ମାସର ଶେଷ ସୋମବାର । ଆଶୁତୋଷ ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର । କାର୍ତ୍ତିକ ମାସର ଶେଷ ସୋମବାରରେ ଚଳଚଞ୍ଚଳ‌ ହୋଇ ଉଠିଛି ଆଠଗଡ଼ର ପ୍ରସିଦ୍ଧ ବାବା ଧବଳେଶ୍ବରଙ୍କ ପୀଠ । ଧାର୍ମିକ ବିଶ୍ବାସ ରହିଛି ଏହି ଦିନରେ ଦେବ ଦେବ ମହାଦେବଙ୍କୁ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ମିଳିବା ସହ ମାନସିକ ଶାନ୍ତି ମିଳିଥାଏ ।

ସେଥିପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ରାତି ୩ଟା ବେଳେ ଦ୍ଵାର ଫିଟା ଯାଇ ୧୦୮ ଗରା ଜଳରେ ମହାସ୍ନାନ କରାଯାଇ ମଇଲମ, ମଙ୍ଗଳ ଆଳତୀ ଆଦି ସମସ୍ତ ରୀତିନୀତି କରାଯାଇ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ଦର୍ଶନ ପାଇଁ ଛଡ଼ା ଯାଇଥିଲା । ଏଥିପାଇଁ ପ୍ରଶାସନ ତଥା ପୂଜକ ସମାଜ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି । କଂକ୍ରିଟ ସେତୁ ଦେଇ ଶ୍ରଦ୍ଧାଳୁମାନେ ପୀଠକୁ ଯାଉଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ବ୍ୟାପକ ପୋଲିସ୍ ଫୋର୍ସ ମୁତୟନ କରାଯାଇଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.