ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ଦୀଘା ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ବିବାଦ ପ୍ରସଙ୍ଗ, ତଦନ୍ତ ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଚିଠି ଲେଖିଲେ ଆଇନ ମନ୍ତ୍ରୀ

Published By : Gurupada Nath | May 2, 2025 6:03 PM

ଭୁବନେଶ୍ବର, ୨/୫ :  ଦୀଘା ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ବିବାଦ ପ୍ରସଙ୍ଗ । ତଦନ୍ତ ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଚିଠି ଲେଖିଲେ ଆଇନ ମନ୍ତ୍ରୀ । ଦୀଘାରେ `ଜଗନ୍ନାଥ ଧାମ' ଲେଖାଯିବା ଅଗ୍ରହଣୀୟ । ଏହା ଜନତାଙ୍କ ମନରେ କଷ୍ଟ ଦେଉଥିବା ଅନୁଭବ ହେଉଛି । ଘଟଣାର କେହି ଦୋଷୀ ଥିଲେ ଦଣ୍ଡ ବିଧାନ ହେଉ ବୋଲି କହିଛନ୍ତି ଆଇନ ମନ୍ତ୍ରୀ । 

ପ୍ରକାଶ ଯେ, ଦୀଘା ଦିଅଁ ବିବାଦକୁ ନେଇ ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସ ମହାପାତ୍ର ପ୍ରେସମିଟ୍ କରିଛନ୍ତି । ସେ କହିଥିଲେ ବିଶ୍ବର ବିଭିନ୍ନ ସ୍ଥାନରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ହେଉଛି । ଜଗନ୍ନାଥ ମହାପ୍ରଭୁ ହେଉଛନ୍ତି ବିଶ୍ବର ଠାକୁର । ଗତ ୩୦ତାରିଖରେ ପଶ୍ଚିମବଙ୍ଗ ଦୀଘାଠାରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ହୋଇଛି । କିନ୍ତୁ ସେଠାରେ ପଥର ମୂର୍ତ୍ତି ସ୍ଥାପିତ କରାଯାଇଥିବାବେଳେ ଏହାକୁ ମୁଁ ବିରୋଧ କରିଥିଲି । ଏଣୁ ପୁରୀରୁ ନିମ୍ବ କାଠରେ ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ବଳଭଦ୍ର, ଦେବୀ ସୁଭଦ୍ରା, ପ୍ରଭୁ ସୁଦର୍ଶନଙ୍କ ସହିତ ମାଧବଙ୍କ ମୂର୍ତ୍ତି ନିର୍ମାଣ କରାଯାଇଥିଲା। ଏହି ମୂର୍ତ୍ତିକୁ ଆମେ ଦୀଘା ଜଗନ୍ନାଥ ମନ୍ଦିରରେ ଗତ ଅକ୍ଷୟ ତୃତୀୟା ଦିନ ପ୍ରତିଷ୍ଠା କରିଥିଲୁ। 

ସେହିପରି ଜଗନ୍ନାଥ ଧାମ ହେଉଛି ଗୋଟିଏ ଧାମ ଯାହାକି ଶ୍ରୀକ୍ଷେତ୍ର ଧାମକୁ ହିଁ ବୁଝାଏ। ପ୍ରତିଟି ଜଗନ୍ନାଥ ପ୍ରେମୀ ଜଗନ୍ନାଥ ଧାମ କହିଲେ ଶ୍ରୀକ୍ଷେତ୍ରକୁ ହିଁ ଜାଣନ୍ତି। ଏଣୁ ଦୀଘା ଠାରେ ଜଗନ୍ନାଥ ଧାମ ଲେଖାଯିବା ଉଚିତ୍ ନୁହେଁ। ପଶ୍ଚିମବଙ୍ଗ ସରକାରଙ୍କୁ ଚିଠି ମାଧ୍ୟମରେ ଏ ନେଇ ମୁଁ ଅବଗତ କରାଇବି ବୋଲି ସାମ୍ବାଦିକ ସମ୍ମିଳନୀରେ ମତ ରଖିଛନ୍ତି ରାମକୃଷ୍ଣ। ଏଥିପାଇଁ ରାଜ୍ୟ ସରକାର ଓ ଶ୍ରୀମନ୍ଦିର ପ୍ରଶାସନ ମଧ୍ୟ ପଶ୍ଚିମବଙ୍ଗ ସରକାରଙ୍କ ସହ ଆଲୋଚନା କରି ଜଗନ୍ନାଥ ଧାମ ନାମ ଲେଖାକୁ ପରିବର୍ତ୍ତନ କରିବା ପାଇଁ ପଦକ୍ଷେପ ନିଅନ୍ତୁ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.