ପୁରୀ ୦୪/୧୧ : ଶ୍ରୀମନ୍ଦିରରେ ପଞ୍ଚୁକ ବ୍ରତ ନୀତି । ଆଜି ପବିତ୍ର କାର୍ତ୍ତିକ ଶୁକ୍ଳ ଚତୁର୍ଦ୍ଦଶୀ ତିଥି। ଏହି ଅବସରେ ମହାପ୍ରଭୁଙ୍କ ଲକ୍ଷ୍ମୀନୃସିଂହ ବେଶ ଅନୁଷ୍ଠିତ ହେଉଛି। ହଜାର ହଜାର ଶ୍ରଦ୍ଧାଳୁ ଠାକୁରଙ୍କ ବେଶ ଦର୍ଶନ ପହଞ୍ଚିଛନ୍ତି । ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି । ଧାଡ଼ି ଆସି ଶ୍ରଦ୍ଧାଳୁ ଶୃଙ୍ଖଳିତ ଭାବେ ଦର୍ଶନ କରୁ
ଇନ୍ଦ୍ରଦ୍ୟୁମ୍ନ ମହାରାଜା ଯେତେବେଳେ ରତ୍ନସିଂହାସନ ଉପରେ ପ୍ରଥମେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଦର୍ଶନ କରିବାକୁ ଯାଇଥିଲେ । ସେତେବେଳେ ମହାପ୍ରଭୁ ତାଙ୍କୁ ନୃସିଂହ ବେଶରେ ଦର୍ଶନ ଦେଇଥିଲେ ବୋଲି ସ୍କନ୍ଧ ପୁରାଣରେ ଉଲ୍ଲେଖ ରହିଛି। ତେଣୁ ସେହି ସ୍ମୃତିରେ କାର୍ତ୍ତିକ ମାସର ଏହି ଚତୁର୍ଦ୍ଦଶୀ ତିଥିରେ ମହାପ୍ରଭୁଙ୍କ ଲକ୍ଷ୍ମୀନୃସିହଂ ବେଶ ଅନୁଷ୍ଠିତ ହୋଇଥାଏ। ଶ୍ରୀମନ୍ଦିରରେ ଅବକାଶ ନୀତି ବଢ଼ିବା ପରେ ପୁଷ୍ପାଳକ ସେବକ ମାନେ ମହାପ୍ରଭୁଙ୍କୁ ପାଟବସ୍ତ୍ରରେ ବିଭୂଷିତ କରି ଲକ୍ଷ୍ମୀନୃସିଂହ ବେଶ କରିଥାନ୍ତି। ଏହି ବେଶରେ ମହାପ୍ରଭୁ ସୁବର୍ଣ୍ଣର ଶ୍ରୀଭୁଜ, ଶ୍ରୀପୟର ଏବଂ ଚକ୍ର ସହ ରୌପ୍ୟର ଶଙ୍ଖ ଧାରଣ କରିଥାନ୍ତି। ପ୍ରଭୁ ବଳଭଦ୍ର ମଧ୍ୟ ସୁବର୍ଣ୍ଣର ଶ୍ରୀଭୁଜ, ଶ୍ରୀପୟର ଏବଂ ହଳମୂଷଳ ଧାରଣ କରିଥାନ୍ତି।
ବୁଧବାର କାର୍ତ୍ତିକ ପୂର୍ଣ୍ଣିମାରେଦାରୁବ୍ରହ୍ମ ରାଜାଧିରାଜ ବା ସୁନାବେଶରେ ବିଭୂଷିତ ହେବେ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ଓ ପୁଲିସ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଚୂଡାନ୍ତ କରାଯାଇଛି। ମହାପ୍ରଭୁଙ୍କ ଏହି ଦୁର୍ଲଭ ସୁନାବେଶ ଦର୍ଶନ କରିବା ପାଇଁ ଭକ୍ତମାନେ ବେଶ୍ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି।