ପ୍ରମୂଖ ଖବର
  • ଭୁବନେଶ୍ୱର : ଫିଲ୍ମ ପ୍ରଯୋଜକ ନିରଞ୍ଜନ ରଣା ଗିରଫ, ଜମି ଦେବା ନାଁରେ ଠକେଇ ଅଭିଯୋଗ
  • ||
  • କୋଣାର୍କ : ୨ବାଇକ୍ ମୁହାଁମୁହିଁ ଧକ୍କା; ଜଣେ ମୃତ, ଜଣେ ଗୁରୁତର
  • ||
  • ସାଧାରଣ ଲୋକଙ୍କ ସହ ପୂଜା ମଣ୍ଡପ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ମା'ଙ୍କୁ ନେଇ ରାଜନୀତି ନକରିବାକୁ ପରାମର୍ଶ
  • ||
  • ସମ୍ୱଲପୁର : ପୋଲିସକୁ ଆକ୍ରମଣ କରି ହାତ ପାପୁଲି ଛିଣ୍ଡାଇଥିବା ଅଭିଯୁକ୍ତକୁ ଏନକାଉଣ୍ଡର, ପାଲଟା ଆକ୍ରମଣରେ ବୁର୍ଲା ଏସଆଇ ଆହତ
  • ||
  • ଗୋପ ବସ୍ତିରେ ଜମିଜମାକୁ ନେଇ ଦୁଇ ପରିବାର ଭିତରେ ହଣା କଟା, ୫ ଗୁରୁତର
  • ||
  • ଢେଙ୍କାନାଳ : ନିର୍ମାଣଧୀନ ହୋଟେଲ ଛାତ ଭୁଶୁଡିବା ଘଟଣା; ତଦନ୍ତ ପାଇଁ ସ୍ବତନ୍ତ୍ର ପ୍ରଶାସନିକ ଟିମ ଗଠନ
  • ||
  • ଯାଜପୁର : ଅଶ୍ଳୀଳ ନୃତ୍ୟକୁ ବିରୋଧ, ନିଶା ମହାରଣାଙ୍କୁ ଚେୟାର ମାଡ
  • ||
  • କଳାହାଣ୍ଡି :ନର୍ଲା ରେଞ୍ଜ ପରିତ୍ୟକ୍ତ କୂଅରେ ପଡ଼ିଲା ଦନ୍ତା ହାତୀ: ସୁରକ୍ଷିତ ଉଦ୍ଧାର କଲା ବନ ବିଭାଗ
  • ||
  • କେନ୍ଦ୍ରାପଡା : ବାଇକ୍ ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ୟାଙ୍କର, ୨ ମୃତ
  • ||
  • ଆଜି ମହାମାୟାଙ୍କ ମହାସପ୍ତମୀ ପୂଜା, ପୂଜା ମଣ୍ଡପରେ ବ୍ୟାପକ ସୁରକ୍ଷା ଆୟୋଜନ
  • ||
  • ଗୁରୁବାର ଠାରୁ ହାଇକୋର୍ଟଙ୍କ ଦଶହରା ଅବକାଶ, ୨୧ ତାରିଖରେ ଖୋଲିବ କୋର୍ଟ
  • ||
  • ଆଉ ନାହାନ୍ତି ଶିଳ୍ପରତ୍ନ ରତନ ଟାଟା, ଶିଳ୍ପରତ୍ନଙ୍କୁ ହରାଇ ଦେଶ ଓ ଦେଶବାସୀ ସ୍ତବ୍ଧ
  • ||
  • ଖୋଲିଲା ଶିମିଳିପାଳ ଜାତୀୟ ଉଦ୍ୟାନ, ଜଙ୍ଗଲ ସଫାରୀ ପାଇଁ କରିବାକୁ ହେବ ପ୍ରି ବୁକିଙ୍ଗ
  • ||
  • ଭୁବନେଶ୍ୱର : ରାସ୍ତାରେ ବୁଲିଲା ୮ ଫୁଟର ଅଜଗର, ଲୋକେ ଆତଙ୍କିତ
  • ||

ପୁରୀରେ ବିଧାନସଭା ଷ୍ଟାଣ୍ଡିଂ କମିଟି ବୈଠକ, ଶ୍ରୀମନ୍ଦିର ପ୍ରସଙ୍ଗରେ ଚାଲିଛି ଆଲୋଚନା

ପୁରୀ,୦୧/୧୦: ସର୍କିଟ ହାଉସ  ପରିସରରେ ଅନୁଷ୍ଠିତ ହୋଇଛି ବିଧାନସଭା ଷ୍ଟାଣ୍ଡିଂ କମିଟିର ଏକ ବୈଠକ । ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ଅଧକ୍ଷତାରେ  ଏହି ବୈଠକ ଆୟୋଜିତ ହୋଇଥିବା ବେଳେ ଏଥିରେ ସମସ୍ତ ସଦସ୍ୟ ଉପସ୍ଥିତ ରହିଛନ୍ତି । ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଓ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ମଧ୍ୟ ଉପସ୍ଥିତ ରହିଛନ୍ତି। ଶ୍ରୀମନ୍ଦିରର ବିଭିନ୍ନ ସମସ୍ୟା ଓ ଉନ୍ନତି କରଣ ନେଇ  ଆଲୋଚନାଚାଲିଛି।

ସୂଚନା ମୁତାବିକ, ଆଜି ବିଧାନସଭା ଷ୍ଟାଣ୍ଡିଂ କମିଟି ବୈଠକରେ ଶ୍ରୀମନ୍ଦିର ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା  କରାଯାଉଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ଚାଲିଛି । ଶ୍ରୀମନ୍ଦିର  ସଂରକ୍ଷଣ ଓ ମରାମତି ନେଇ ଏଏସ୍‌ଆଇ ସହ  କମିଟି ଆଲୋଚନ ହେବ । ଏହି ବୈଠକରେ ଆଇନ୍‌ ବିଭାଗର କର୍ତ୍ତୃପକ୍ଷ ଉପସ୍ଥିତ ରହିଛନ୍ତି । 

ସେହିପରି କୋଠଭୋଗ ଦାନ ଯୋଜନା  ଅନୁଦାନ, କର୍ମଚାରୀଙ୍କ ଦରମା ବାବଦରେ  ଅନୁଦାନ, ଶ୍ରୀମନ୍ଦିର ପରିକ୍ରମା ମାର୍ଗ ପ୍ରକଳ୍ପ ଅଞ୍ଚଳ ଉନ୍ନତୀକରଣ ନିମନ୍ତେ ଅନୁଦାନ ପ୍ରଦାନ, ଶ୍ରୀମନ୍ଦିର  ନିମନ୍ତେ ଦାନ, ଏପରିକି ରଥରେ ଶ୍ରଦ୍ଧାଳୁଙ୍କୁ  ନଚଢ଼ାଇବା ପାଇଁ ଦଇତାପତିଙ୍କୁ କ୍ଷତିପୂରଣ ରାଶି  ପ୍ରଦାନ ସମ୍ପର୍କରେ ମଧ୍ୟ ଆଲୋଚନା ହେବ ।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.