ପ୍ରମୂଖ ଖବର
  • କୋଏଲ ନଦୀରେ ବୁଡି ଛାତ୍ର ମୃତ
  • ||
  • ଭିଜିଲାନ୍ସ ଜାଲରେ ପୁଣି ଜଣେ ଯନ୍ତ୍ରୀ, ୧୦ ହଜାର ଲାଞ୍ଚ ନେବା ବେଳେ କନିଷ୍ଠ ଯନ୍ତ୍ରୀ ଅଶୋକ ଦାସଙ୍କୁ ଧରିଲା ଭିଜିଲାନ୍ସ ଟିମ୍
  • ||
  • ଆସନ୍ତା ୧୯ରୁ ହାଇକୋର୍ଟଙ୍କ ଗ୍ରୀଷ୍ମ ଅବକାଶ, ୮ ଦିନ ବସିବ ଅବକାଶକାଳୀନ ଅଦାଲତ
  • ||
  • ଆସନ୍ତା ୩୧ରେ ଆଇଟିଆଇ ନାମଲେଖା ଆବେଦନ ଶେଷ, ଜୁନ୍‌ ୬ରେ ପ୍ରଥମ ମେଧା ତାଲିକା
  • ||
  • ନିଶ୍ଚିନ୍ତକୋଇଲି ବ୍ଲକ୍‌ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ୍‌ ରାଜନୀତି, ୩୦ରେ ଆସ୍ଥା ପ୍ରମାଣିତ କରିବେ ରୋଜି
  • ||
  • ଯାଜପୁରରେ ଟାଟା କରିବ ୬୩ ହଜାର କୋଟିର ପ୍ରକଳ୍ପ, ୩୪ ହଜାର ଲୋକଙ୍କୁ ମିଳିବ ନିଯୁକ୍ତି
  • ||
  • କନ୍ଧମାଳ : ଗାଧେଇବା ବେଳେ ଅଘଟଣ, ପୋଖରୀରେ ବୁଡି ଶିଶୁ ମୃତ
  • ||
  • କେନ୍ଦୁଝର : ନଦୀରେ ବୁଡି ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ପାଇଁ ସ୍ଥାନୀୟଲୋକଙ୍କ ଦାବି
  • ||
  • Operation Sindoor; ଖୋଲିବ ପାକିସ୍ତାନ ପୋଲ୍, ୭ ସାଂସଦଙ୍କୁ ନେଇ ସର୍ବଦଳୀୟ ଟିମ୍‌ ଗଠନ
  • ||
  • ନୂଆପଡ଼ା: ଜୁଆ ଆଡ୍ଡା ଉପରେ ଚଢ଼ାଉ ବେ​‌ଳେ​‌ ୧୫ ଗିରଫ, ୨୭ ହଜାରୁ ଉର୍ଦ୍ଧ୍ୱ ଟଙ୍କା ଜବତ
  • ||
  • ବରଗଡ଼: ଅନୁପ ଶତପଥି ହେଲେ ବରଗଡ ଜିଲ୍ଲା ଅଦାଲତର ଭାରପ୍ରାପ୍ତ ପିପି
  • ||
  • ଗଞ୍ଜାମ : ସିନ୍ଦୂରାପଲ୍ଲୀରେ ବୁଲିଲା ଖଣ୍ଡା ଏବଂ ଠେଙ୍ଗା, ୨୦ରୁ ଉର୍ଦ୍ଧ୍ୱ ଆହତ
  • ||
  • କଟକ: ବିସ୍କୁଟ୍ କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ, କୋଟିଏ ଟଙ୍କାର କ୍ଷୟକ୍ଷତି, ବହୁ ଅତ୍ୟାଧୁନିକ ମେସିନ୍ ପୋଡ଼ି ପାଉଁଶ
  • ||
  • ଉପକୂଳରେ କଲବଲ କରୁଛି ଅସମ୍ଭାଳ ଗୁଳୁଗୁଳି, ୫ ଦିନ ଯାଏଁ ନିସ୍ତାର ନାହିଁ
  • ||
  • ଅନୁପ ଶତପଥି ହେଲେ ବରଗଡ ଜିଲ୍ଲା ଅଦାଲତର ଭାରପ୍ରାପ୍ତ ପିପି
  • ||
  • କଟକ : ଧାନ ବିଲକୁ ଯାଇଥିଲେ ବୃଦ୍ଧ, ବିଦ୍ୟୁତ ଆଘାତରେ ଚାଲିଗଲା ଜୀବନ
  • ||
  • କେନ୍ଦୁଝର : ହାଇୱାକୁ ପଛରୁ ପିଟିଲା ମିନି ଟ୍ରକ୍‌, ଦୁଇ ଗୁରୁତର
  • ||
  • ସମ୍ବଲପୁର: ତପସ୍ବନୀ ଏକ୍ସପ୍ରେସ୍‌କୁ ପଥର ମାଡ଼, ଭାଙ୍ଗିଲା ଟ୍ରେନ୍ କାଚ୍
  • ||
  • ରାତି ୨ଟା ୩୦ରେ ମୁନିର ଫୋନ୍ କରିଥିଲେ; କହିଲେ ଭାରତ ହମଲା କରିଦେଲା...ନୂର ଏୟାରବେସ୍‌ରେ ମିସାଇଲ ମାଡ଼କୁ ମାନିଲେ ଶେହବାଜ
  • ||
  • ରବିବାର ଇସ୍ରୋର ୧୦୧ତମ ଉତ୍‌କ୍ଷେପଣ, ଶ୍ରୀହରିକୋଟାରୁ ଲଞ୍ଚ୍‌ ହେବ ଇସ୍ରୋର ଇଓଏସ୍‌-୯ ମିଶନ
  • ||
  • IPL 2025: ୧୦ ଦିନ ପରେ ଫେରିଲା ଫଟାଫଟ୍ କ୍ରିକେଟ୍, ଆଜି ରୟାଲ ଚ୍ୟାଲେଞ୍ଜର୍ସକୁ ଭେଟିବ ନାଇଟ୍‌ ରାଇଡର୍ସ
  • ||
  • ଭୁବନେଶ୍ୱର : ବାଇକ୍‌ରେ ଆସି କାର୍‌ କାଚ ଭାଙ୍ଗିଲେ ଦୁର୍ବୃତ୍ତ, ଅଭିଯୁକ୍ତ ଫେରାର
  • ||
  • ବାସୁଦେବପୁର : ଭୋଜି ଖାଇ ଫେରିବା ବେଳେ ଓଲଟିଲା ଚାରି ଚକିଆ ଗାଡି, ୧୦ରୁ ଉର୍ଦ୍ଧ୍ଵ ଗୁରୁତର
  • ||
  • ମେ' ୨୦ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ, ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପ୍ରକ୍ରିୟା
  • ||

ପଲିଥିନ ତଳେ ବିତୁଛି ଜୀବନ, ଅଭିଯୋଗ ପରେ ବି ନିଦା ବିଷ୍ଣୁ ପ୍ରଶାସନ

Published By : Prameya | May 17, 2025 4:50 PM

ଫିରିଙ୍ଗିଆ, ୧୭/୫ : ରାଜ୍ୟ ଓ କେନ୍ଦ୍ର ସରକାର ଗ୍ରାମାଞ୍ଚଳମାନଙ୍କରେ ବସବାସ କରୁଥିବା ଗରିବ ଶ୍ରେଣୀର ଲୋକମାନଙ୍କ ପାଇଁ ଆବାସ ଯୋଜନା ମାଧ୍ୟମରେ ପକ୍କା ଘର ଯୋଗାଇ ଦେଉଥିବା କହୁଛନ୍ତି । ମାତ୍ର ଅନେକ ସ୍ଥାନରେ ତାର ବ୍ୟତିକ୍ରମ ଦେଖିବାକୁ ମିଳୁଛି I ଅନେକ ଯୋଗ୍ୟ ହିତାଧିକାରୀ ଏବେ ବି ଏହି ଆବାସ ଯୋଜନାରେ ସାମିଲ ହୋଇନପାରି ବହୁ ଅସୁବିଧାରେ ଜୀବନ ଯାପନ କରୁଛନ୍ତି । ଆବାସ ଯୋଜନାରେ ପକ୍କା ଘର ଖଣ୍ଡିଏ ପାଇବା ପାଇଁ ବାରମ୍ବାର ଅଭିଯୋଗ ପରେ ବି ପ୍ରଶାସନ ନିଦା ବିଷ୍ଣୁ ପାଲଟିଛି I ଏଭଳି ଏକ ଚିତ୍ର ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଅଧୀନରେ ଥିବା ଜଜେଶପାଙ୍ଗା ପଞ୍ଚାୟତର ଲଦଡି ଗାଁରେ I

ସୂଚନା ଅନୁସାରେ ଲଦଡି ଗାଁରେ ବାଗୁଲି ଦିଗାଲ ତାଙ୍କ ପୁଅ ବୋହୁଙ୍କ ସହ ମିଶି ମୋଟ୍ ୭ ଜଣ ସଦସ୍ୟ ରହି ଆସୁଛନ୍ତି I ପୁଅ ଜୟ ଦିଗାଲ ପ୍ରାୟ ଚାରି ବର୍ଷ ହେବ ରୋଗୀଣା ହୋଇ ରହିଥିବାବେଳେ ବହୁ ମାଳତୀ ଦିଗାଲ ଜଣେ ମାନସିକ ଭିନ୍ନକ୍ଷମ ରୋଗୀ I ବର୍ତ୍ତମାନ ମାଳତୀ ଓ ଜୟଙ୍କର ଚାରୋଟି ସନ୍ତାନ ଅଛନ୍ତି I ପରିବାର ପ୍ରତିପୋଷଣ ପାଇଁ ବୁଢ଼ୀ ମା’ ଏକମାତ୍ର ରୋଜଗାର କ୍ଷମ ହୋଇଥିବାବେଳେ ସରକାରଙ୍କ ତରଫରୁ ମିଳୁଥିବା ଭତ୍ତା ଓ ଘରକୁ ଆସୁଥିବା ପିଡିଏସ୍ ଚାଉଳ ଏକ ମାତ୍ର ସାହାରା ସାଜିଛି I ତେବେ ଏହି ପରିବାରକୁ ଖାଇବାକୁ ମିଳୁଛି ତାହା ସତ କିନ୍ତୁ ରହିବା ପାଇଁ ଭଲ ଘର ଖଣ୍ଡିଏ ନାହିଁ I 

ଝାଟି ମାଟି କୁଡ଼ିଆ କରି ପଲିଥିନ ଟାଣି ଦୀର୍ଘ ବର୍ଷ ହେବ ରହି ଆସୁଛନ୍ତି ଏହି ପରିବାର I ବର୍ଷା ପବନ ହେଲେ ପଲିଥିନ ସହ ଛପର ଉଡ଼ିଯିବାର ଭୟ ଥିବାରୁ ପାଖ ଜଙ୍ଗଲରୁ କାଠ ବହ୍ଲା ଆଣି ଛପର ଉପରେ ଲଦା ଯାଇଛି I ଘର ଖଣ୍ଡିଏ ପାଇଁ ପରିଣତ ବୟସରେ ମଧ୍ୟ ବାଗୁଲି ଅନେକ ଥର ପଂଚାୟତ ମୁଖ୍ୟାଳୟଠାରୁ ଆରମ୍ଭ କରି ବ୍ଲକ କାର୍ଯ୍ୟାଳୟ ଯାଏଁ ସବୁଠି ଗୁହାରି କରି ସାରିଲେଣି I କିନ୍ତୁ ଏହି ପରିବାରକୁ ଘର ଖଣ୍ଡିଏ ଦିଆଯାଇ ପାରୁନାହିଁ I ଯାହା ପାଇଁ ବାଗୁଲି କ୍ଷୋଭ ପ୍ରକାଶ କରିବା ସହ ଗଣମାଧ୍ୟମ ସମ୍ମୁଖରେ ତାଙ୍କୁ ଘର ଖଣ୍ଡିଏ ଯୋଗାଇ ଦେବା ପାଇଁ ସରକାରଙ୍କ ପାଖରେ ଆକୁଳ ନିବେଦନ କରିଛନ୍ତି I

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.