PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ: ପ୍ରଥମ ଦିନରେ ଶୋକ ପ୍ରସ୍ତାବ ପାରିତ, ଆସିବ ପୂର୍ଣ୍ଣାଙ୍ଗ ବଜେଟ୍
  • ||
  • ନୂଆଦିଲ୍ଲୀ; ଫୁଟ୍‌ ଉପରେ ବିମାନ କ୍ୟାବିନରେ ଦେଖିବାକୁ ମିଳିଲା ଧୁଆଁ; ଦିଲ୍ଲୀ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କଲା ସ୍ପାଇସଜେଟ୍‌
  • ||
  • ଭୁବନେଶ୍ୱର: ୪ରେ ଲଘୁଚାପ, ଆଜିଠୁ ବଢ଼ିବ ବର୍ଷା
  • ||
  • ଚୌଦ୍ୱାର : ଜଗା ଦର୍ଶନ ସାରି ଘରକୁ ଫେରୁଥିବା ବେଳେ ବୋଲେରୋକୁ ପିଟିଲା ଟ୍ରକ: ଜଣେ ମୃତ, ୯ ଗୁରୁତର
  • ||
  • ପୁରୀ: ଦାରୁବ୍ରହ୍ମଙ୍କ ପତିତପାବନ ଯାତ୍ରା: ଆଜି ଜନ୍ମବେଦିକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବାରିପଦା: ଆଜି ଗଡ଼ିବ ଦ୍ୱିତୀୟ ଶ୍ରୀକ୍ଷେତ୍ର ରଥ, ସୁଭଦ୍ରାଙ୍କ ରଥକୁ ଟାଣିବେ ମହିଳା ଶ୍ରଦ୍ଧାଳୁ
  • ||
  • କଟକ: ଆଜିଠୁ ମିଳିତ ପୁଲିସ୍‌ ସେବା ପରୀକ୍ଷା, ୩୪ କେନ୍ଦ୍ରରେ ପରୀକ୍ଷା ଦେବେ ୨୯ ହଜାର ୬୪୪ ପରୀକ୍ଷାର୍ଥୀ
  • ||

ପୁଣି ଆସୁଛି ଲଘୁଚାପ, ୨୨ରୁ ବଢ଼ିବ ତାତି

ଭୁବନେଶ୍ୱର,୨୦/୫ : ଆସନ୍ତା ୨୧ ତାରିଖରୁ ରାଜ୍ୟରେ ତାପମାତ୍ରା ବଢ଼ିବ । ଦିନରେ ସର୍ବାଧିକ ତାପମାତ୍ରା ୨ରୁ ୪ ଡିଗ୍ରୀ ଯାଏ ବଢ଼ିବ । ଫଳରେ ରାଜ୍ୟର ଅଧିକାଂଶ ସ୍ଥାନରେ ଗରମ ଅନୁଭୂତ ହେବ । କାଳବୈଶାଖୀ ବର୍ଷାର ବିଶେଷ ପ୍ରଭାବ ନ ଥିବାରୁ ଗରମ କମିବନି ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

  ୨୦ ଓ ୨୧ ତାରିଖରେ ରାଜ୍ୟର କିଛି ସ୍ଥାନରେ ସାମାନ୍ୟ ବର୍ଷା ହୋଇପାରେ । ଏଥିପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଢେଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ ଓ ଗଞ୍ଜାମରେ କାଳବୈଶାଖୀ ଯୋଗୁ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । କିନ୍ତୁ ୨୨ ପରଠାରୁ ତାପମାତ୍ରା ହଠାତ୍‌ ବଢ଼ିଯିବ ।  ଦୁଇ ତିନି ଦିନ ଯାଏ ଗରମ ହେବ ବୋଲି ସୋଆ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ କହିଛନ୍ତି ।

  ସେପଟେ ଆସନ୍ତା ସପ୍ତାହର ଆରମ୍ଭରୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ଘନୀଭୂତ ହୋଇ ଲଘୁଚାପ ରୂପ ନେବ ଓ ମିଆଁମାର ଆଡ଼କୁ ମୁହାଁଇପାରେ ବୋଲି ବିଭିନ୍ନ ମଡେଲ ଆକଳନ କରୁଛନ୍ତି । କିନ୍ତୁ ଏହା ଅଧିକ  ଘନୀଭୂତ ହୋଇ ଅବପାତ ରୂପ ନେବାର ସମ୍ଭାବନା କମ୍‌ ବୋଲି ମଡେଲରେ କୁହାଯାଇଛି । ଓଡ଼ିଶା ଉପରେ ଏହାର କୌଣସି ପ୍ରଭାବ ରହିବନି ।