ପ୍ରମୂଖ ଖବର
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

୨୮ ଓ ୨୯ରେ ରାଜ୍ୟରେ ହାଲୁକା ବର୍ଷା ସମ୍ଭାବନା

Published By : Rasmita Pradhan | November 27, 2024 8:09 AM

ଭୁବନେଶ୍ୱର,୨୭/୧୧ : ଆସନ୍ତା ୨୮ ଓ ୨୯ରେ ରାଜ୍ୟରେ ହାଲୁକା ବର୍ଷା ହୋଇପାରେ । ୨୮ରେ କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ସ୍ୱଳ୍ପ ବର୍ଷା ହୋଇପାରେ । ୨୯ରେ ଭଦ୍ରକ, କେନ୍ଦ୍ରାପଡ଼ା, ପୁରୀ, ବାଲେଶ୍ୱର, ଜଗତସିଂହପୁର, ଗଞ୍ଜାମ ଓ ଗଜପତିରେ ସ୍ୱଳ୍ପ ବର୍ଷା ସମ୍ଭାବନା ଅଛି । ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି । 

ସେହିପରି ୨୭ରେ ତାମିଲନାଡୁ ଉପକୂଳ ଓ ସଂଲଗ୍ନ ଶ୍ରୀଲଙ୍କା ଉପକୂଳରେ ବାତ୍ୟା ସୃଷ୍ଟି ହୋଇପାରେ। ତେବେ ଓଡ଼ିଶା ଉପରେ ଏହାର କୌଣସି ପ୍ରଭାବ ପଡ଼ିବନି ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି । ଆଜି ଜି.ଉଦୟଗିରିରେ ରାତି ତାପମାତ୍ରା ସବୁଠୁ କମ୍‌ ୭.୬ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଛି। ଫୁଲବାଣୀରେ ୯.୫, ଦାରିଙ୍ଗିବାଡ଼ିରେ ୧୦ଡିଗ୍ରୀ, ଭବାନୀପାଟଣାରେ ୧୧.୨ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ରାଜ୍ୟର ୨୦ଟି ସହର ୧୫ ଡିଗ୍ରୀ ତଳେ ରହିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.