PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାବୁଲ ସ୍ଥିତ ଏକ ମସଜିଦ୍‌ରେ ଭୟଙ୍କର ବିସ୍ଫୋରଣ , ବିସ୍ଫୋରଣରେ ୨୦ ମୃତ , ୪୦ ଆହତ , ଆହତଙ୍କୁ ନିଆଯାଉଛି ହସ୍ପିଟାଲ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୪ ଦିନ ଏଭଳି ବନ୍ୟା ସ୍ଥିତି ରହିବ, ଆଗାମୀ ୨୪ ଘଣ୍ଟା ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି ଏସଆରସିଙ୍କ ସୂଚନା
  • ||
  • ବୌଦ୍ଧ : ବୌଦ୍ଧ ଜିଲ୍ଲା ଭେଜିଗୋରା ଗ୍ରାମରେ ପାଣି ଘେରରେ ଥିବା ଗର୍ଭବତୀ ମହିଳା ଓ ଅନ୍ୟ ଜଣେ ମହିଳାଙ୍କୁ ଉଦ୍ଧାର କରିଛନ୍ତି ଅଗ୍ନିଶମ କର୍ମଚାରୀ
  • ||
  • ଭଦ୍ରକ : ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ କାସିମପୁର ପଞ୍ଚାୟତ ହେମେନ୍ଦ୍ର ନାଥ ହାଇସ୍କୁଲରେ କ୍ଲାସ ରୁମ୍‌ରେ ପଶିଲା ବନ୍ୟା ପାଣି, ବାତିଲ ହେଲା ପରୀକ୍ଷା
  • ||
  • ସୋର : ବାଲେଶ୍ବର ଜିଲ୍ଲା ନୀଳଗିରି ଅଧିନ ଔପଦା ବ୍ଲକର ବିଡ଼ିଓ ଅଭିଷେକ ଦାସଙ୍କର ବଦଳିକୁ ନେଇ ବୁଧବାର ଔପଦା ବ୍ଲକ୍ ସମ୍ମୁଖରେ ସରପଞ୍ଚ, ସମିତି ସଭ୍ୟ/ସଭ୍ୟା, ବୁଦ୍ଧିଜୀବୀ, ଔପଦାର ଜନସାଧାରଣଙ୍କ ଧାରଣା
  • ||
  • ଜଗତସିଂହପୁର : ତିର୍ତ୍ତୋଲ ବ୍ଲକର ଗୋତିଆକୁଦ ଗାଁରେ ହଠାତ ପାଣି ବଢିଯିବାରୁ ଗୋଟିଏ ପରିବାରର ୩ ଜଣ ଫଶି ରହିଥିଲେ, ବୁଧବାର ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କରିଛି
  • ||
  • କଟକ : ମୁଣ୍ଡଳୀରେ କମୁଛି ଜଳସ୍ତର, ତଥାପି ଵିପଦ ସଙ୍କେତ ଉପରେ ମହାନଦୀ
  • ||
  • ବାଲିପାଟଣା : ଧନୁଆ ନଦୀରେ ବନ୍ୟା, ବାଲିପାଟଣା ବ୍ଲକ୍‌ର ୫ଟି ପଞ୍ଚାୟତର ବିଭିନ୍ନ ଗାଁ ଜଳମଗ୍ନ
  • ||
  • ବାରିପଦା : ଆଇଟିଆଇ କଲେଜରେ ଆଦିବାସୀ ଛାତ୍ରଙ୍କୁ ମାଡ ଘଟଣା, ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡାକରା
  • ||
  • କଣାସ : ମକରା ନଦୀରେ ୫୦ ଫୁଟର ଘାଇ, ୨୦ ରୁ ଅଧିକ ଗାଁରେ ପଶିଲା ବନ୍ୟାଜଳ
  • ||
  • ଜଳେଶ୍ବର : ତ୍ରୀର୍ଥଯାତ୍ରୀ ବସ୍‌କୁ ପିଟିଲା ମାଲବାହୀ ଟ୍ରକ୍, ଜଣେ ମୃତ ଓ ୪ ଗୁରୁତର
  • ||

୧୧  ଯାଏ ଆହୁରି ବର୍ଷିବ, ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୦୫/୦୭:  ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଉତ୍ତର ଓଡ଼ିଶା ଓ ଏହାର ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଥିବା ଲଘୁଚାପ ଆନ୍ଧ୍ର ମୁହାଁ ହେଉଥିବାରୁ  ଉପାନ୍ତରୁ ଉପକୂଳ ସବୁଠି ବର୍ଷିବ ବୋଲି ପୂର୍ବାନୁମାନ କରିଛି  ସୋଆ ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି)।

 ଆରବସାଗର ଏବଂ ବଙ୍ଗୋପସାଗର ପଟୁ ଅନୁକୂଳ ମୌସୁମୀ ପ୍ରବାହ ଯୋଗୁ ଜୁଲାଇ ୧୧  ଯାଏ ଉପକୂଳ ଓଡ଼ିଶାରେ ସାମାନ୍ୟରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଜୁଲାଇ ୮ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା କହିଛି ସିଇସି। ଏହି ସମୟରେ ଓଡ଼ିଶାର ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟ ଅଞ୍ଚଳରେ ଜୁଲାଇ ୨୦ ଯାଏ ସାମାନ୍ୟରୁ ପ୍ରବଳ ବର୍ଷା ଜାରି ରହିବ ବୋଲି ସିଇସି ସୂଚନା ଦେଇଛି।

ସେହିପରି ଜୁଲାଇ ୧୧ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପ ସାଗରରେ ଆଉ ଏକ ଅର୍ଥାତ ତୃତୀୟ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଜୁଲାଇ ୧୩ ବେଳକୁ ଗଭୀର ଅବପାତ ରୂପ ନେଇପାରେ। ଏହି ସମୟରେ ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ କେତେକ ସ୍ଥାନରେ ମୂଷଳ ଧାରାରେ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ମହାନଦୀ,ବଂଶଧାରା ଏବଂ ଋଷିକୁଲ୍ୟା ନଦୀରେ ଉପାନ୍ତରେ ଏହି ବର୍ଷା ହେବାର ସମ୍ଭାବନା ରହିଛି ବୋଲି ସିଇସି ପୂର୍ବାନୁମାନ କରିଛି।