PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ମହଙ୍ଗା ହେଲା ଅମୁଲ ଓ ମଦର ଡାଏରୀ କ୍ଷୀର ଦାମ୍, ଲିଟର ପ୍ରତି ବଢିଲା ୨ ଟଙ୍କା
  • ||
  • ଜମ୍ମୁ-କାଶ୍ମୀରରେ ୩୯ ଜଣ ଆଇଟିବିପି ଯବାନଙ୍କୁ ନେଇ ଯାଉଥିବା ବସ୍‌ ନଦୀରେ ଖସିଲା, ୭ ମୃତ
  • ||
  • ସୁନ୍ଦରଗଡ଼ : ଲଗାଣ ବର୍ଷାରେ ବେହାଲ ହେମଗିର ବ୍ଲକ, ଭାଙ୍ଗିଗଲା ୧୨ ଘର
  • ||
  • ଭୁବନେଶ୍ଵର : ବନ୍ୟା ପରିସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ୧୦ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ
  • ||
  • ଭୁବନେଶ୍ଵର : ରାଜ୍ୟରେ ବନ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ସରକାର, ୭ଦିନ ଯାଏଁ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ
  • ||
  • ଭୁବନେଶ୍ଵର : ରାଜ୍ୟରେ ୩ ଦିନ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଭୁବନେଶ୍ଵର : ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆବଶ୍ୟକ ପଦକ୍ଷେପ ନେବେ ଜିଲ୍ଲାପାଳ- ଏସଆରସି
  • ||
  • ନୟାଗଡ଼ : ନୟାଗଡ଼ର ୩୦ଟି ବିଦ୍ୟାଳୟକୁ ଛୁଟି ଘୋଷଣା
  • ||
  • କଟକ : ମୁଣ୍ଡଳୀ ନିକଟରେ ବିପଦ ସଙ୍କେତ ଟପିଲା ମହାନଦୀର ଜଳସ୍ତର
  • ||
  • ଭଦ୍ରକ : ବୈତରଣୀରେ ବନ୍ୟା, ଧାମନଗର ଓ ଭଣ୍ଡାରିପୋଖରୀ ବ୍ଲକର ୩୫ରୁ ଉର୍ଦ୍ଧ୍ଵ ଗାଁ ଜଳବନ୍ଦୀ
  • ||
  • ଭୁବନେଶ୍ଵର : ରାଜ୍ୟରେ ଖସୁଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୨୫୫ ପଜିଟିଭ୍ ଚିହ୍ନଟ
  • ||
  • ବଲାଙ୍ଗୀର : ବଲାଙ୍ଗୀରରେ ବିଭତ୍ସ ହତ୍ୟା, ମାଆ ସମ୍ମୁଖରେ ପୁଅକୁ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ
  • ||

ବିପୁଳ ପରିମାଣରେ ମହୁଲପୋଚ ଓ ରନ୍ଧାମଦ ଜବତ, ୪ ଗିରଫ

ପଦ୍ମପୁର, ୨୨/୦୬ : ପଦ୍ମପୁର ଅବକାରୀ ଥାନା ଅଞ୍ଚଳରେ ବଢୁଛି ରନ୍ଧା ମଦ କାରବାର। ଏନେଇ ଖବର ପାଇ ବରଗଡ଼ ଅବକାରୀ ସୁପରିଟେନଡେଣ୍ଟ ପ୍ରଦୀପ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ପଦ୍ମପୁର ଅବକାରୀ ଥାନା ଅଧୀନସ୍ଥ ସମ୍ପିଆ ଠାରେ ବରଗଡ଼ ମୋବାଇଲ ୟୁନିଟ ଓ ପଦ୍ମପୁର ଅବକାରୀ ବିଭାଗ ମିଳିତ ଭାବରେ ଚଢ଼ାଉ କରିଥିଲେ। ଚଢ଼ାଉ ବେଳେ ୬୦୦ ମହୁଲପୋଚ ଓ ୧୦୦ ଲିଟର ରନ୍ଧାମଦ ଜବତ ହୋଇଛି। ଏହା ସହ ୪ ଜଣଙ୍କୁ ଗିରଫ କରିଛି ପୋଲିସ।

ଗିରଫ ହୋଇଥିବା ଅଭିଯୁକ୍ତମାନେ ହେଲେ ସମ୍ପିଆ ଗାଁର ହୄଷିକେଶ ବେହେରା, ଚତୁର୍ଭୁଜ ବେହେରା, ତେଜରାଜ ବେହେରା ଓ ଖଗେଶ୍ଵର କାଲୋ। ଏହି ୪ ଅଭିଯୁକ୍ତଙ୍କୁ ଆଜି କୋର୍ଟ ଚାଲାଣ କରିବ ପୋଲିସ। ଏନେଇ ପଦ୍ମପୁର ଅବକାରୀ ଥାନା ଏସଆଇ ଏଚ ଜଗା ରାଓ ସୂଚନା ଦେଇଛନ୍ତି। ଏହି ଚଢାଉରେ ମୁକେଶ ବିଶ୍ଵାଳ, ପ୍ରଶାନ୍ତ ବାଗ, ନବବତି ମଲ୍ଲିକ, ସୁବାଶିନୀ ଭୋଇ ଓ ରାକେଶ ସାହୁ ପ୍ରମୁଖ ସାମିଲ ଥିଲେ ।