ପ୍ରମୁଖ ଖବର
  • କାମାକ୍ଷାନଗର: ଅଜଣା ଗାଡ଼ି ଧକ୍କା ରେ ସାଇକେଲ ଆରୋହୀ ଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତା ରୋକ
  • ||
  • ଆସିଲା ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ଚମ୍ପୁଆରୁ ସନାତନ ମହାକୁଡ଼, ବଡଚଣାରୁ ବର୍ଷା ପ୍ରିୟଦର୍ଶିନୀ
  • ||
  • ଦିଲ୍ଲୀପ ରାୟଙ୍କ ରାସ୍ତାରେ ନିହାର କଣ୍ଟା ! ପ୍ରାର୍ଥୀ ଚୟନକୁ ନେଇ ଦେଖା ଦେଇଛି ବିବାଦ
  • ||
  • ଆଜି ପ୍ରକାଶ ପାଇବ ୟୁଜିସି-ନେଟ୍‌ ଜୁନ୍‌ ସେସନ୍‌-୨୦୨୪ ଆବେଦନ ପ୍ରକ୍ରିୟା
  • ||
  • ବାଇକ୍‌କୁ ଧକ୍କା ଦେଲା ଆମ୍ଵୁଲାନ୍ସ, ଦୁଇ ଶିଶୁଙ୍କ ଆଖି ଆଗରେ ଚାଲିଗଲା ବାପା-ମାଙ୍କ ଜୀବନ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି: ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି, ଜଣେ ଏବେ ବି ନିଖୋଜ
  • ||
  • ମେ'୧ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା
  • ||
  • ଶନିବାର ବାହୁଡ଼ିବେ ମହାପ୍ରଭୁ ଶ୍ରୀଲିଙ୍ଗରାଜ: ଦିନ ସାଢ଼େ ୧ରେ ପହଣ୍ଡି, ସାଢେ ୩ଟାରେ ରଥଟଣା
  • ||
  • ଶନିବାର ବିଶ୍ବପ୍ରସିଦ୍ଧ ରଥଯାତ୍ରା ପ୍ରଥମ ସମନ୍ୱୟ ବୈଠକ, ଅଧ୍ୟକ୍ଷତା କରିବେ ଆର୍‌ଡିସି
  • ||
  • ଆଜି ବି ଅତି ଭୀଷଣ ଗ୍ରୀଷ୍ମପ୍ରବାହ, ୨୧ ଯାଏ ନିସ୍ତାର ନାହିଁ, କାଳବୈଶାଖୀ ପାଇଁ କମିପାରେ ତାତି
  • ||
  • IPL ୨୦୨୪: ଆଜି ଦିଲ୍ଲୀ-ହାଇଦ୍ରାବାଦ ଲଢ଼େଇ, କ୍ୟାପିଟାଲ୍ସ ଗଡ଼ ଧ୍ୱଂସ ପଥରେ ସନରାଇଜର୍ସ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି, ଦୁଇ ମୃତ, ୭ ନିଖୋଜ, ସକାଳୁ ଉଦ୍ଧାର କାର୍ଯ୍ୟ ଆରମ୍ଭ
  • ||

ଭାରତ ରତ୍ନରେ ସମ୍ମାନିତ ହେଲେ ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ଉପ-ପ୍ରଧାନମନ୍ତ୍ରୀ ଲାଲ କୃଷ୍ଣ ଆଡଭାନୀ

ନୂଆଦିଲ୍ଲୀ: ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲ କୃଷ୍ଣ ଆଡଭାନୀଙ୍କୁ ଆଜି ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରାଯାଇଛି । ରାଷ୍ଟ୍ରପତି  ଦ୍ରୌପଦୀ ମୁର୍ମୁ ଆଡଭାନୀଙ୍କ ବାସଭବନ ପରିଦର୍ଶନ କରି ତାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ୧୦ ଜଣ ଲୋକ ଉପସ୍ଥିତ ଥିଲେ । ଏହି ବିଶେଷ ଉତ୍ସବରେ ଆଡଭାନୀଙ୍କ ପରିବାରର ୧୦ ଜଣ ମଧ୍ୟ ଉପସ୍ଥିତ ଥିଲେ । ଗତକାଲି ଚାରି ଜଣ ବ୍ୟକ୍ତିତ୍ୱଙ୍କୁ ଦେଶର ସର୍ବୋଚ୍ଚ ସମ୍ମାନ ପ୍ରଦାନ କରାଯାଇଥିଲା।

ଘରେ ସମାରୋହ ଆୟୋଜନ କରିବାର ଉଦ୍ଦେଶ୍ୟ ଆଡଭାନୀଙ୍କ ସ୍ୱାସ୍ଥ୍ୟ ଏବଂ ବୃଦ୍ଧାବସ୍ଥା ବୋଲି ବିଶ୍ୱାସ କରାଯାଉଛି। ରାଷ୍ଟ୍ରପତି ମୁର୍ମୁ ଆଡଭାନୀଙ୍କ ଘରେ ପହଞ୍ଚିଥିଲେ । ପ୍ରଧାନମନ୍ତ୍ରୀ ମୋଦୀ, ଗୃହମନ୍ତ୍ରୀ ଅମିତ ଶାହା ଏବଂ ଜେପି ନଡାଙ୍କ ବ୍ୟତୀତ ଅନେକ ନେତା ମଧ୍ୟ ଆଡଭାନୀଙ୍କ ଘରେ ଉପସ୍ଥିତ ରହିଛନ୍ତି । ଏଥିରେ ଉପରାଷ୍ଟ୍ରପତି ଜଗଦୀପ ଧନଖର, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ବିଜେପି ସଂଗଠନ ମନ୍ତ୍ରୀ ବି.ଏଲ୍ ସନ୍ତୋଷ, ପୂର୍ବତନ ଉପରାଷ୍ଟ୍ରପତି ଏମ ଭେଙ୍କୟା ନାଇଡୁ ସାମିଲ ଅଛନ୍ତି । 

ସୂଚନାଥାଉକି, ଶନିବାର ଦିନ ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶର ଚାରିଜଣ ମହାନ ବ୍ୟକ୍ତିତ୍ୱଙ୍କୁ ଭାରତ ରତ୍ନ ସହିତ ସମ୍ମାନିତ କରିଥିଲେ । ଏଥିରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଜନନାୟକ କର୍ପୁରୀ ଠାକୁର, ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ପି.ଭି ନରସିଂହ ରାଓ ଏବଂ ଚୌଧୁରୀ ଚରଣ ସିଂ ଏବଂ ଦେଶର ପ୍ରସିଦ୍ଧ କୃଷି ବୈଜ୍ଞାନିକ ଏମଏସ ସ୍ବାମୀନାଥନ ଏଥିରେ ସାମିଲ ହୋଇଥିଲେ । ଏହି ଚାରିଜଣଙ୍କୁ ମୃତ୍ୟୁ ପରେ ଦେଶର ସର୍ବୋଚ୍ଚ ସମ୍ମାନ ପ୍ରଦାନ କରାଯାଇଥିଲା । ସରକାର ମରଣତ୍ତୋର ଭାବେ ସମସ୍ତଙ୍କୁ ଭାରତ ରତ୍ନ ପୁରସ୍କାର ଦେବାକୁ ଘୋଷଣା କରିଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.