ପ୍ରମୂଖ ଖବର
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଅଧାପନ୍ତରିଆ ରାସ୍ତାକୁ ନେଇ ଉତ୍ତେଜନା, ରାସ୍ତାରୋକ କଲେ ସ୍ଥାନୀୟ ଲୋକେ

Published By : Rasmita Pradhan | July 15, 2025 1:17 PM

ଆନନ୍ଦପୁର, ୧୫/୦୭ : କେନ୍ଦୁଝର ଜିଲ୍ଲା ଘସିପୁରା ଥାନା ୨୦ ନଂ ଜାତୀୟ ରାଜପଥ ଶାଳପଡା ନିକଟରେ ଅଧାପନ୍ତରିଆ ରାସ୍ତାକୁ ନେଇ ଉତ୍ତେଜନା। ରାସ୍ତା ଅବରୋଧ କଲେ ସ୍ଥାନୀୟ ଲୋକେ। ତୁରନ୍ତ ରାସ୍ତାକୁ ନିର୍ମାଣ କରିବାକୁ ଦାବି। 

ଜାତୀୟ ରାଜପଥ କତ୍ତୃପକ୍ଷଙ୍କ ଦ୍ୱାରା ଅନେକ ଦିନରୁ ଏହି ରାସ୍ତାର ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ସର୍ଭିସ ରୋଡ୍‌କୁ ସଠିକ ଭାବେ ନିର୍ମାଣ ନକରି ସେହି ରାସ୍ତାରେ ସମସ୍ତ ଗାଡି ଯାତାୟାତ କରୁଛନ୍ତି। ସର୍ଭିସ ରୋଡ୍‌ରେ ଅସରାଏ ବର୍ଷାରେ ଆଣ୍ଠୁଏ ଲେଖାଏ ପାଣି ଜମୁଛି। ଫଳରେ ସ୍ଥାନୀୟ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଥି ସହିତ ଲମ୍ବା ଲାଇନ୍‌ରେ ଗାଡି ଗୁଡିକ ଠିଆ ହେଉଥିବାରୁ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଛି। ଯାହାକୁ ନେଇ ସ୍ଥାନୀୟ ଲୋକେ ଅସନ୍ତୋଷ ପ୍ରକାଶ କରିଛନ୍ତି। ତୁରନ୍ତ ରାସ୍ତାକୁ ନିର୍ମାଣ କରିବାକୁ ଦାବି କରିଛନ୍ତି। ଏଥିରେ ବିଳମ୍ବ ହେଲେ ଆଗକୁ ରାସ୍ତାରୋକ ସହିତ ଜନ ଆନ୍ଦୋଳନର ଚେତାବନୀ ଦେଇଛନ୍ତି। 



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.