ପାଟଣାଗଡ଼,୧୭/୧ ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ବ୍ଳକ ଦନ୍ଦ୍ରାବାହାଲ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ମନୋମୁଖୀ କାର୍ଯ୍ୟକଳାପ ଓ ତାଙ୍କ ବଦଳି ଦାବି କୁ ନେଇ ସ୍କୁଲ ପରିଚାଳନା କମିଟି ସଦସ୍ୟ,ଅଭିଭାବକ ଓ ଛାତ୍ରଛାତ୍ରୀ ମାନେ ସ୍କୁଲ ଗେଟ୍ ରେ ତାଳା ପକାଇ ଧାରଣାରେ ବସିଥିଲେ। ଖବର ପାଇଁ ପାଟଣାଗଡ଼ ପୁଲିସ ଘଟଣା ସ୍ଥଳକୁ ପହଞ୍ଚି ଆନ୍ଦୋଳନକାରୀ ଙ୍କୁ ବୁଝାସୁଝା କରିଥିଲା।ପରେ ବିଇଓଙ୍କ ଠାରୁ ପ୍ରତିଶ୍ରୁତି ପାଇବା ପରେ ଆନ୍ଦୋଳନକାରୀମାନେ ଧାରଣା ପ୍ରତ୍ୟାହୃତ କରିଥିଲେ ।
ଅଭିଯୋଗ ଅନୁସାରେ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଦ୍ୟାଳୟକୁ ଆସୁନଥିବା ବେଳେ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ଦୂର୍ବ୍ୟବହାର କରିବା ସହ ଛାତ୍ରଛାତ୍ରୀମାନଙ୍କୁ ବିଭିନ୍ନ ସମୟରେ ହଇରାଣ ହରକତ କରୁଥିବା ନେଇ ଅଭିଯୋଗ ହୋଇଛି। ଏପରି କି, ଛାତ୍ରଛାତ୍ରୀ ମାନଙ୍କୁ ମଧ୍ୟାହ୍ନ ଭୋଜନ ଠିକ୍ ଭାବରେ ଦେଉନଥିବା ମଧ୍ୟ ଅଭିଯୋଗ ହେଉଛି। ଯାହାର ପ୍ରତିବାଦରେ ସ୍କୁଲ ପରିଚାଳନା କମିଟି ର ସଦସ୍ୟ ଓ ଅଭିଭାବକ ଓ ଗ୍ରାମବାସୀମାନେ ଗୋଷ୍ଠୀ ଓ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ସହ ଉପଜିଲ୍ଲାପାଳଙ୍କୁ ଘଟଣା ସମ୍ପର୍କରେ ବାରମ୍ବାର ଲିଖିତ ଅଭିଯୋଗ କରିଥିଲେ। କୌଣସି ସୁଫଳ ନ ମିଳିବାରୁ ସ୍କୁଲ ପରିଚାଳନା କମିଟିର ସଦସ୍ୟ, ଅଭିଭାବକ ଓ ଛାତ୍ରଛାତ୍ରୀ ମାନେ ସ୍କୁଲ ଗେଟ୍ ରେ ତାଲା ପକାଇ ଧାରଣାରେ ବସିପଡି ପ୍ରଧାନ ଶିକ୍ଷକଙ୍କୁ ବଦଳି ଦାବି କରିଥିଲେ। ଖବର ପାଇଁ ପାଟଣାଗଡ଼ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାସୁଝା କରିଥିଲା। ପରେ ଖବର ପାଇ ବିଇଓ ଶଙ୍କର ପ୍ରସାଦ ମାଝୀ ଏସବୁ ଅଭିଯୋଗ ଉପରେ ବିଚାର କରାଯିବ ବୋଲି ପ୍ରତିଶ୍ରୁତି ଦେବା ସହ ଡିଇଓ ଙ୍କୁ ଅବଗତ କରାଇଥିବା ସହ ତାଙ୍କ ବିରୋଧରେ କାର୍ଯ୍ୟନୁଷ୍ଠାନ ନିଆଯିବ ବୋଲି ପ୍ରତିଶ୍ରୁତି ଦେବାପରେ ଆନ୍ଦୋଳନ କାରିମାନେ ଧାରଣା ରୁ ଓହରିଥିଲେ।