ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ସର୍ବଭାରତୀୟ ପୋଲିସ୍ ହକି ଚାମ୍ପିୟନସିପ୍ ଲୋଗୋ ଏବଂ ମାସ୍କଟ-ଆଶା ଲୋକାର୍ପିତ

Published By : Suraj Kumar | April 6, 2025 7:52 PM

ଭୁବନେଶ୍ୱର, ୬।୪ : ୭୩ତମ ସର୍ବଭାରତୀୟ ପୋଲିସ୍ ହକି ଚାମ୍ପିୟନସିପ୍-୨୦୨୫ର ଲୋଗୋ ଏବଂ ମାସ୍କଟ  ‘ଆଶା’ ଲୋକାର୍ପିତ କରାଯାଇଛି। ଭୁବନେଶ୍ବର ସ୍ଥିତ ପୋଲିସ୍ ଭବନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଯୋଗ ଦେଇ ଏହାକୁ ଉଦଘାଟନ କରିଛନ୍ତି। 

କେନ୍ଦୁଝର ଜିଲ୍ଲାର ଏକ ଜଙ୍ଗଲରୁ  ଗୁରୁତର ଆହତ ଅବସ୍ଥାରେ ରାଜ୍ୟ ସରକାରଙ୍କ ଜଙ୍ଗଲ ବିଭାଗର କର୍ମଚାରୀମାନେ  ଏକ ଗଜ ଶାବକ (ହାତୀ ଛୁଆ)କୁ ଉଦ୍ଧାର କରିଥିଲେ ।  ପରେ ତାକୁ ସେଠାରୁ ନନ୍ଦନକାନନକୁ ସ୍ଥାନାନ୍ତର କରାଯାଇଥିଲା । ତାର  ଏହି ସଂଘର୍ଷମୟ କାହାଣୀ ଉପରେ "ଆଶା"  ଆଧାରିତ ।   ଯିଏକି  ବର୍ତ୍ତମାନ ନନ୍ଦନକାନନରେ ସୁସ୍ଥ ଓ ସୁରକ୍ଷିତ ଅବସ୍ଥାରେ ଅଛି । ଏହି ମାସକଟ୍‌ "ଆଶା" ଦୟା, ସାହସ ଓ ପରିବେଶ ସଂରକ୍ଷଣ ପ୍ରତି ଓଡ଼ିଶାର ପ୍ରତିବଦ୍ଧତାକୁ ପ୍ରତିନିଧିତ୍ୱ କରୁଛି ବୋଲି ଡିଜିପି କହିଥିଲେ । 

ଓଡ଼ିଶା ପୋଲିସ ଏହି ଚାମ୍ପିୟନସିପ୍‌ କୁ ଦ୍ବିତୀୟ ଥର ପାଇଁ ଆୟୋଜନ କରୁଥିବାରୁ ଶ୍ରୀ ଖୁରାନିଆ  ଖୁସି ବ୍ୟକ୍ତ କରିବା ସହ ଏଥି ନିମନ୍ତେ ସେ ସର୍ବଭାରତୀୟ ପୋଲିସ୍ କ୍ରୀଡା ନିୟନ୍ତ୍ରଣ ବୋର୍ଡ୍‌କୁ ଧନ୍ୟବାଦ ଜଣାଇଥିଲେ ।  

ଏହି ଚାମ୍ପିୟନସିପ୍ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍ ଠାରେ ଅପ୍ରେଲ ୭ ରୁ ୧୪ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଯାଉଛି ।   ଏଥିରେ ୨୬ଟି ପୁରୁଷ ଦଳ ଓ ୯ଟି ମହିଳା ଦଳ ଅଂଶଗ୍ରହଣ କରୁଥିବା ବେଳେ ମୋଟ ୪୮ଟି ମ୍ୟାଚ୍‌ ଖେଳାଯିବ । ସିଆଇଏସଏଫ୍‌, ସିଆରପିଏଫ୍‌, ବିଏସଏଫ୍‌, ଆଇଟିବିପି ଓ ଏସଏସବି ଭଳି କେନ୍ଦ୍ରୀୟ ସଶସ୍ତ୍ର ବାହିନୀ ଦଳଗୁଡ଼ିକ ଏହି ପ୍ରତିଯୋଗିତାର ମଧ୍ୟ ଅଂଶ ଗ୍ରହଣ କରୁଛନ୍ତି ବୋଲି ଡିଜିପି ସୂଚନା ଦେଇଥିଲେ ।   

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଆୟୋଜନ କମିଟିର ଉପସଭାପତି ତଥା ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ଦୟାଲ ଗଙ୍ଗୱାର, ଆୟୋଜନ କମିଟିର ଉପସଭାପତି ତଥା ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ସଶସ୍ତ୍ର ) ରାଜେଶ କୁମାର, ଆୟୋଜନ କମିଟିର ସମ୍ପାଦକ ତଥା ଆଇଜି(ତାଲିମ) ଅନୁପ କୁମାର ସାହୁ, ସମସ୍ତ ଟିମର ମ୍ୟାନେଜର ଏବଂ ଅଧିନାୟକ, ପୋଲିସ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.