PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : କେନ୍ଦୁଝର ଜିଲ୍ଲା ପାଟଣା ଥାନା ଗଣ୍ଡବେଡ଼ା ଗାଁରେ ଶ୍ୱଶୁର ଘର ପଛପଟୁ ଜ୍ୱାଇଁର ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ବସ୍ତା : ବାଲେଶ୍ଵର ଜିଲ୍ଲା ବସ୍ତା-ଅମର୍ଦା ରୋଡ ରେଳ ଷ୍ଟେସନ ମଧ୍ୟବର୍ତ୍ତୀ ବ୍ରାହ୍ମଣଦା ଗ୍ରାମ ନିକଟ ରେଳ ଧାରଣା ପାର୍ଶ୍ଵରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • ଆଠମଲ୍ଲିକ : ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବ୍ଲକ ହଣ୍ଡପା ଥାନା ଅନ୍ତର୍ଗତ ରଘୁନାଥପୁର ଗାଁ ପଡ଼ିଆରେ କ୍ରିକେଟ ଖେଳିବା ବେଳେ ପଡ଼ିଲା ଚଡ଼କ, ଜଣେ ମୃତ ଅନ୍ୟ ଜଣେ ଗୁରୁତର
  • ||
  • ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା ଭାପୁର ଫାଣ୍ଡି ଗଙ୍ଗାଧର ପ୍ରସାଦ ଗାଁ ପଶ୍ଚିମେଶ୍ୱର ମନ୍ଦିର ନିକଟରେ ପିକଅପ୍ ଭ୍ୟାନ ଓ ଟ୍ରକ୍ ମୁହାଁମୁହିଁ ଧକ୍କା, ଡ୍ରାଇଭର୍ ଗୁରୁତର
  • ||
  • ଭୁବନେଶ୍ଵର : ଦୁଇ ଆଇଏଏସ୍‌ଙ୍କୁ ହକି ବିଶ୍ୱକପ୍‌ ପରିଚାଳନା ଦାୟିତ୍ୱ, ରାଉରକେଲା ପାଇଁ ଭୂପେନ୍ଦ୍ର ସିଂ ପୁନିଆ, ଭୁବନେଶ୍ଵରରେ ରଘୁ ଜି
  • ||
  • ବଲାଙ୍ଗୀର : ଧୁମ୍‌ଧାମ୍‌ରେ ପାଳିତ ହେଲା ବଲାଙ୍ଗୀରର ବଏଲ ଯାତ୍ରା, ସମାଜର ମଙ୍ଗଳ ଉଦ୍ଦେଶ୍ୟରେ ଦେବୀଙ୍କ ଆରାଧନା କଲେ ଶ୍ରଦ୍ଧାଳୁ
  • ||
  • ମୁନିଗୁଡ଼ା : ରାୟଗଡ଼ା ଜିଲ୍ଲା ଅମ୍ବାଦଳା ଥାନା ଅନ୍ତର୍ଗତ କାମାରି ଗାଁ ନିକଟ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ନିଖୋଜ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଉପକୂଳରେ ନବମୀ ଓ ଦଶମୀରେ ବର୍ଷିବ ବୋଲି ଆକଳନ କରିଛନ୍ତି ପାଣିପାଗ ବିଶେଷଜ୍ଞ
  • ||
  • ଭୁବନେଶ୍ଵର : ଆଜି ପୀଠରେ ଦଶମୀ ; ମଣ୍ଡପରେ ମହାନବମୀ, ଚଣ୍ଡୀପାଠରେ କମ୍ପୁଛି ପୂଜା ମଣ୍ଡପ
  • ||
  • କୋଣାର୍କ : ଲଘୁଚାପ ପ୍ରଭାବରେ ସୋମବାର ରାତିରୁ କୋଣାର୍କରେ ପ୍ରବଳ ବର୍ଷା ହୋଇ ସୂର୍ଯ୍ୟମନ୍ଦିରରେ ଜମିଲା ପାଣି, ପର୍ଯ୍ୟଟକ ନିରାଶ
  • ||

ଆର୍‌ଟିଆଇ ବିଲ୍‌ ସଂସଦରେ ପାରିତ

ନୂଆଦିଲ୍ଲୀ ୨୬/୦୭ ଆର୍‌ଟିଆଇ ସଂଶୋଧନ ବିଲ୍‌ ୨୦୧୯ ସଂସଦରେ ଗୃହୀତ ହୋଇଛି । ଗତ ସୋମବାର ଏହା ଲୋକସଭାରେ ପାସ୍‌ ହୋଇଥିଲା ବେଳେ ଆଜି ରାଜ୍ୟସଭାର ଅନୁମୋଦନ ଲାଭ କରିଛି । ରାଜ୍ୟସଭାରେ ବିଲ୍‌ ସପକ୍ଷରେ ୧୧୭ ଓ ବିପକ୍ଷରେ ୭୫ ଭୋଟ ପଡିଥିଲା । ରାଜ୍ୟସଭାରେ ଏନ୍‌ଡିଏର ଆବଶ୍ୟକ ସଂଖ୍ୟା ନଥିଲା ବେଳେ ବିଲ୍‌ ପାସ କରାଇବା ଲାଗି ସରକାର ବିଜୁ ଜନତା ଦଳ (ବିଜେଡି)ର ସମର୍ଥନ ଲୋଡିଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜେଡି ସଭାପତି ତଥା ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହୋଇଥିଲେ ।

ସେହିଭଳି ବିଲ୍‌କୁ ଟିଆରଏସ୍‌ ବିରୋଧ କରୁଥିଲା । କିନ୍ତୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଟିଆରଏସ୍‌ ମୁଖ୍ୟ କେ ଚନ୍ଦ୍ରଶେଖର ରାଓଙ୍କ ସହିତ ଟେଲିଫୋନ୍‌ରେ କଥା ହେବା ପରେ ଟିଆରଏସ୍‌ ଆଜି ସମର୍ଥନ ଦେଇଥିଲା । ୱାଇଏସ୍‌ଆର କଂଗ୍ରେସ ପାର୍ଟିର ସଦସ୍ୟମାନେ ମଧ୍ୟ ବିଲ୍‌ ସପକ୍ଷରେ ଭୋଟ ଦେଇଥିଲେ । ଅପରପକ୍ଷରେ ବିଲ୍‌ ଉପରେ ଭୋଟିଂ ପୂର୍ବରୁ କଂଗ୍ରେସ ସଦସ୍ୟମାନେ କକ୍ଷତ୍ୟାଗ କରିଥିଲେ । କଂଗ୍ରେସ, ତୃଣମୂଳ କଂଗ୍ରେସ ଓ ଅନ୍ୟ କେତେକ ବିରୋଧୀ ଦଳର ସଦସ୍ୟମାନେ ବିଲ୍‌ଟିକୁ ସିଲେକ୍ଟ କମିଟିକୁ ପଠାଇବା ଲାଗି ଦାବି କରିଥିଲେ ।

ସମ୍ବନ୍ଧିତ ଖବର