PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ତାତିକୁ ଦେଖି ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଏପ୍ରିଲ ୧୧ରୁ ସକାଳୁଆ ସ୍କୁଲ

ଭୁବନେଶ୍ଵର: ଏପ୍ରିଲ ୧୧ରୁ ସକାଳୁଆ ସ୍କୁଲ ପାଠପଢା। ଚଳିତ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ ୧୧ରୁ ସକାଳୁଆ ସ୍କୁଲ ପାଠପଢା ଆରମ୍ଭ ହେବ। ସକାଳ ୭ଟାରୁ ସାଢେ ୧୧ଟା ପର୍ଯ୍ୟନ୍ତ ପ୍ରଥମ ଶ୍ରେଣୀରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢା ସକାଳୁଆ ହେବ। ଏପ୍ରିଲ ୩ ତାରିଖରୁ ଚଳିତ ଶିକ୍ଷାବର୍ଷର ପାଠପଢା ଆରମ୍ଭ ହେବ। ଏ ନେଇ ଶନିବାର ସୂଚନା ଏବଂ ଲୋକସଂପର୍କ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଗ୍ରୀଷ୍ମ ବଢିଲେ ଜିଲ୍ଲାପାଳ ସ୍ଥିତି ଅନୁସାରେ ଅବଧି ବଢାଇପାରିବେ।