ପ୍ରମୂଖ ଖବର
  • କୋଣାର୍କରୁ ବରମୁଣ୍ଡା ଆମ ବସ୍‌ ବନ୍ଦ, ଯାତ୍ରୀ ହନ୍ତସନ୍ତ
  • ||
  • ଜଗତସିଂହପୁର : ପୁତୁରାକୁ କୋଦାଳରେ ହାଣି ହତ୍ୟା କଲା ଦାଦା, କାରଣ ଅସ୍ପଷ୍ଟ
  • ||
  • ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ, ସୋସିଆଲ ମିଡିଆରେ ପାଟ ଅଗଣା ଓ ଭେଟ ମଣ୍ଡପର ଫଟୋ ଛାଡିଲେ ଯୁବକ
  • ||
  • 'ଏକ୍ସ'ର ସିଇଓ ପଦରୁ ଇସ୍ତଫା ଦେଲେ ଲିଣ୍ଡା ୟାକାରିନୋ,ସାମ୍ନାକୁ ଆସିଲା ମସ୍କଙ୍କ ପ୍ରତିକ୍ରିୟା
  • ||
  • ଡେଲାଙ୍ଗ ବ୍ଲକରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିନ୍ତାରେ ଚାଷୀ
  • ||
  • ଏଆଇ-ଚାଳିତ ଉତ୍ପାଦନ ବିପ୍ଳବର ନେତୃତ୍ୱ ନେବ ଓଡ଼ିଶା, ଆସୋଚାମ-ପ୍ରାଇମସ ପାର୍ଟନର୍ସ ରିପୋର୍ଟ
  • ||
  • ରେଲୱେରେ ଏବର୍ଷ ମିଳିବ ୫୦ ହଜାର ଚାକିରି, ଏପର୍ଯ୍ୟନ୍ତ ୯ ହଜାର ନିଯୁକ୍ତିପତ୍ର ପଠାଇସାରିଲାଣି RRB
  • ||
  • ଅନୁଗୁଳ : NH ୧୪୯ ବଂରପାଳ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରାଭେଲର୍‌ ଧକ୍କାରେ ୨ ବାଇକ୍‌ ଆରୋହୀ ମୃତ
  • ||
  • ଜିଦ୍‌ରେ ଅଟଳ ଡ୍ରାଇଭର୍ ମହାସଙ୍ଘ : ପରିବହନ ଅଚଳ, ତିରୋଟମୁହାଁ ତେଲ, ବାହାରୁ ଆସିପାରୁନି ଗ୍ରୋସରୀ ଓ ପନିପରିବା
  • ||

ବାବା ଭୈରବାନନ୍ଦ ସ୍ୱୟଂଶାସିତ ମହାବିଦ୍ୟାଳୟରୁ ଲୁଟ୍

Published By : Rasmita Pradhan | October 29, 2024 3:12 PM

ଭୁବନେଶ୍ଵର, ୨୯/୧୦ : ଯାଜପୁର ଜିଲ୍ଲା ଚଣ୍ଡିଖୋଲ ସ୍ଥିତ ବାବା ଭୈରବାନନ୍ଦ ସ୍ୱୟଂଶାସିତ ମହାବିଦ୍ୟାଳୟରୁ ଲୁଟ୍। ମହାବିଦ୍ୟାଳୟର ବାଳକ ଛାତ୍ରାବାସରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ୪୦ଟି ଫ୍ୟାନ୍ ସହ ବିଭିନ୍ନ ସାମଗ୍ରୀ ଲୁଟ୍ ହୋଇଛି। ଏନେଇ ମହାବିଦ୍ୟାଳୟ କର୍ତ୍ତୃପକ୍ଷ ବଡ଼ଚଣା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। 

ବାତ୍ୟା ଦାନା ପାଇଁ ମହାବିଦ୍ୟାଳୟ ଛୁଟି ରହିଥିଲା। କେହି ନଥିବାର ସୁଯୋଗ ନେଇ ଦୁର୍ବୃତ୍ତମାନେ ସ୍କାଏଲାଇଟ ଓ ପାଇଖାନା ଗୃହ କାଚ ଭାଙ୍ଗି ଛାତ୍ରାବାସରେ ପଶିଥିଲେ। ଛାତ୍ରାବାସରେ ଲାଗିଥିବା ୪୦ଟି ଫ୍ୟାନ୍ ଓ ଅନ୍ୟାନ୍ୟ ସାମଗ୍ରୀ ଲୁଟ୍ କରିନେଇଥିଲେ। ଏନେଇ ମହାବିଦ୍ୟାଳୟ କର୍ତ୍ତୃପକ୍ଷ ବଡ଼ଚଣା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଛୁଟି ସମୟରେ ଦିନ ଓ ରାତ୍ରୀ ଜଗୁଆଳି ବ୍ୟବସ୍ଥା କଡାକଡି କରାଯାଇନଥିବା ଅଭିଯୋଗ ହୋଇଛି। ବଡ଼ଚଣା ପୋଲିସ ମହାବିଦ୍ୟାଳୟରେ ପହଞ୍ଚି ସିସିଟିଭି ଫୁଟେଜ ଅଣ୍ଡାଳିବା ସହ ସାଇଣ୍ଟିଫିକ୍ ଟିମ୍ ସହାୟତାରେ ତଦନ୍ତ ଚଳାଇଛି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.