ପ୍ରମୂଖ ଖବର
  • ବିହାର ଭୋଟର ତାଲିକାରୁ କଟିପାରେ ୩୪ ଲକ୍ଷ ମତଦାତାଙ୍କ ନାଁ, କାରଣ କହିଲେ ନିର୍ବାଚନ ଆୟୋଗ
  • ||
  • ବିହାର ରାଜନୀତିରେ ବଡ଼ ଟ୍ବିଷ୍ଟ, ଖୁବଶୀଘ୍ର ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ
  • ||
  • ଜନ୍ମଦିନରେ ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଗିରଫ; ଅବକାରୀ ଦୁର୍ନୀତି ମାମଲାରେ ବନ୍ଧିଲା ଇଡି
  • ||
  • ସକାଳେ ଗୁଳୁଗୁଳି, ଅପରାହ୍ନରେ ବର୍ଷା: ଭିଜିବ ଉପକୂଳରୁ ନେଇ ଆଭ୍ୟନ୍ତରୀଣ ଓଡ଼ିଶା, ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • FM କଲେଜରେ ପହଞ୍ଚିଲେ ୟୁଜିସି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍, ତଦନ୍ତ କରୁଛନ୍ତି ୪ ଜଣିଆ ଦଳ
  • ||
  • ଚାକିରି ଆଶା ଦେଖାଇ ଯୁବତୀଙ୍କୁ ନିର୍ଯାତନା: ରାଜସ୍ଥାନରୁ ଉଦ୍ଧାର ପରେ ଘରକୁ ଫେରିଲେ ଝିଅ
  • ||
  • ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ବାଇକ୍ ଚୋର
  • ||
  • ଦିଲ୍ଲୀରେ ପୁଣି ୨୦ ଅଧିକ ବୋମା ଧମକ,ଆସିଥିଲା ଧମକପୂର୍ଣ୍ଣ ମେଲ୍, ପୁଲିସର ତଦାଘନା
  • ||
  • ଭୂକମ୍ପ ଝଟକାରେ ଥରିଲା ଚିଲି, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||

ହୁଣ୍ଡାଇ ସୋରୁମ୍‌ରେ ବନ୍ଧୁକ ଦେଖାଇ ଲୁଟ୍‌, ଲକ୍ଷାଧିକ ଟଙ୍କା ସହ କାଗଜ ପତ୍ର ଲୁଟିନେଲେ ୪ ଦୁର୍ବୃତ୍ତ

Published By : Harapriya Sethi | January 4, 2025 10:20 AM

ରାଉରକେଲା, ୦୪/୦୧: ରାଉରକେଲାରେ ଲୁଟ୍ । ବେଦବ୍ୟାସରେ ଥିବା ହୁଣ୍ଡାଇ ସୋରୁମ୍‌ରୁ ୨ଜଣ ସିକ୍ୟୁରିଟିଙ୍କୁ ବାନ୍ଧି ୪ ଜଣ ଦୁର୍ବୃତ୍ତ ମୁଖା ପିନ୍ଧି ବନ୍ଧୁକ ଦେଖାଇ ଲକରରୁ ଲୁଟ୍ କରିଛନ୍ତି । ଲକରରେ ୨ ରୁ ୩ ଲକ୍ଷ ନଗଦ ଟଙ୍କା ସହ କ୍ରେଡିଟ କାର୍ଡ ଓ ଅନେକ ଗୁଡ଼ିଏ ଗୁରୁତ୍ତ୍ୱପୂର୍ଣ୍ଣ କାଗଜ ପତ୍ର ଲୁଟି ନେଇଛନ୍ତି । ସୁନ୍ଦରଗଡ଼ ଜିଲ୍ଲା ରାଉରକେଲା ସହରରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି ।

ସୂଚନା ମୁତାବକ, ରାଉରକେଲା ସହରର ବେଦବ୍ୟାସରେ ଥିବା ହୁଣ୍ଡାଇ ସୋ ରୁମ୍‌ରେ ଦୁଇଜଣ ସିକ୍ୟୁରିଟି ଗାର୍ଡ ଥିବା ବେଳେ ମୁଖା ପିନ୍ଧି ୪ ଜଣ ଦୁର୍ବୃତ୍ତ ସୋ ରୁମ୍‌ ଭିତରକୁ ପିଶିଥିଲେ । ସିକ୍ୟୁରିଟିଙ୍କୁ ବାନ୍ଧି ବନ୍ଧୁକ ଦେଖାଇ ସୋରୁମ୍‌ର ଅନ୍ୟ ଲୋକଙ୍କୁ ଆତଙ୍କିତ କରାଇଥିଲେ । ଏହା ପରେ ସୋରୁମ୍‌ର ଲକରରୁ ୨ ରୁ ୩ ଲକ୍ଷ ନଗଦ ଟଙ୍କା ସହ କ୍ରେଡିଟ କାର୍ଡ ଓ ଅନେଗୁଡ଼ିଏ ଗୁରୁତ୍ତ୍ୱପୂର୍ଣ୍ଣ କାଗଜ ପତ୍ର ମଧ୍ୟ ଲୁଟି ନେଇଥିଲେ । ଏନେଇ ସୋରୁମ୍‌ର କର୍ମଚାରୀ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ସମସ୍ତ ସିସିଟିଭି ଫୁଟେଜ୍‌ ଯାଞ୍ଚ କରି ଘଟଣାର ତଦନ୍ତ ଚଳାଇଛି ।  



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.