ପ୍ରମୂଖ ଖବର
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜି ଶରଧାବାଲିରେ ରଥ ଦକ୍ଷିଣ ମୋଡ଼, ତାଳଧ୍ୱଜରେ ପ୍ଲେଟ୍‌ ଓ ନନ୍ଦିଘୋଷରେ କ୍ଲାମ୍ପ ଲାଗିଲା
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଲୁଟ୍‌, ସୁନା ଅଳଙ୍କାର ଓ ଟଙ୍କା ଲୁଟି ନେଲା ଚୋର

Published By : Harapriya Sethi | January 26, 2025 11:50 AM

ଭୁବନେଶ୍ୱର, ୨୬/୦୧: ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଲୁଟ୍‌ । ଘରର ଉପର ମହଲାରେ ରହୁଥିବା ପୁଅ ବୋହୂଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଓ ଟଙ୍କା ଲୁଟି ନେଲା ଚୋର । ସିସିଟିଭିରେ କଏଦ ହେଲା ଚୋରର ଗତିବିଧି । ରାଜଧାନୀ ଭୁବନେଶ୍ୱରରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରର ଉପର ମହଲାରେ ତାଙ୍କ ପୁଅ ବହୂ ରୁହନ୍ତି । ଉକ୍ତ ମହଲାରୁ ହେଲା ଲୁଟ୍‌ । ଜଣେ ଦୁର୍ବୃତ୍ତ ପାଚେରୀ ଡେଇଁ ଘରେ ପଶିଥିଲା । ଘର ଭିତରକୁ ପଶି ପ୍ରଥମେ ସିସିଟିଭିକୁ ଅନ୍ୟ ଆଡ଼େ ବୁଲେଇ ଦେଇ ଘରେ କଳାକନା ବୁଲାଇଥିଲା । ପୁଅ ବୋହୂ ରହୁଥିବା ଘରୁ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଓ ଟଙ୍କା ଲୁଟ୍‌ କରି ନେଇଥିଲା । ଘରୁ ଚୋରି ହୋଇଥିବା ବିଷୟରେ ଜାଣିବା ପରେ ଥାନାରେ ଅଭିଯୋଗ ହୋଇଥିଲା । ଅଭିଯୋଗ ଆଧାରରେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ସମସ୍ତ ସିସିଟିଭି ଫୁଟେଜ୍‌ ଯାଞ୍ଚ କରି ତଦନ୍ତ ଚଳାଇଛି । ତେବେ ଲୁଟେରାମାନେ ପ୍ରଫେସନାଲ ଚୋର ହୋଇଥିବା ସନ୍ଦେହ କରାଯାଉଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.