ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଫତେଗଡ ରାମ ମନ୍ଦିରରୁ ଚୋରି, ସୁନା ଅଳଙ୍କାର ସହ ଲକ୍ଷାଧିକ ଟଙ୍କା ଚୋରି କରିନେଲେ ଦୁର୍ବୃତ୍ତ

ଭାପୁର, ୨୦।୩ : ନୟାଗଡ଼ ଜିଲ୍ଲା ଫତେଗଡ଼ ସ୍ଥିତ ଶ୍ରୀରାମ ପାହାଡ଼ ଚୂଡ଼ାରେ ନବ ନିର୍ମିତ ଭବ୍ୟ ଶ୍ରୀରାମ ମନ୍ଦିରରୁ ଲୁଟ୍। ମଙ୍ଗଳବାର ବିଳମ୍ବିତ ରାତିରେ ଠାକୁରଙ୍କ ଅଙ୍ଗବସ୍ତ୍ର ସମେତ ସୁନା ଓ ରୁପା ଗହଣା ଏବଂ ଦାନ ବକ୍ସ ଚୋରି ହୋଇଛି। ଘଟଣା ସ୍ଥଳରେ ଫତେଗଡ଼ ଥାନା ପୋଲିସ ପହଞ୍ଚି ତଦନ୍ତ କରୁଛି।

ସୂଚନା ଅନୁଯାୟୀ, ବୁଧବାର ସକାଳୁ ଫତେଗଡ ଗିରିଗୋବର୍ଦ୍ଧନ ପାହାଡ ଉପରେ ନବନିର୍ମିତ ଶ୍ରୀରାମ ମନ୍ଦିରକୁ ପୂଜାରୀ ପୂଜା କରିବାକୁ ଆସିଥିବା ବେଳେ ମୁଖ୍ୟ ଫାଟକ ତାଲା ଭଙ୍ଗିଥିବା ଦେଖିବାକୁ ପାଇଥିଲେ। ଏହାପରେ ଠାକୁରଙ୍କ ଅଙ୍ଗବସ୍ତ୍ର ସମେତ ସୁନା ଓ ରୁପା ଗହଣା ଏବଂ ଦାନ ବକ୍ସ ଚୋରି ହୋଇଥିବା ଜାଣିବାକୁ ପାଇଥିଲେ। ଏନେଇ ମନ୍ଦିର କମିଟି ପକ୍ଷରୁ ଫତେଗଡ଼ ଥାନାରେ ଅଭିଯୋଗ କରାଯାଇଥିଲା। ଘଟଣା ସ୍ଥଳରେ ଫତେଗଡ଼ ଥାନା ପୋଲିସ ପହଞ୍ଚି ତଦନ୍ତ କରୁଛି। ଦୁର୍ବୃତ୍ତମାନେ ଫେରାର୍ ହୋଇଯାଇଛନ୍ତି। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.