ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜି ଶରଧାବାଲିରେ ରଥ ଦକ୍ଷିଣ ମୋଡ଼, ତାଳଧ୍ୱଜରେ ପ୍ଲେଟ୍‌ ଓ ନନ୍ଦିଘୋଷରେ କ୍ଲାମ୍ପ ଲାଗିଲା
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ସୁନା ଦୋକାନର କାନ୍ଥ ଭାଙ୍ଗି ଚୋରି, ୭୦ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ସୁନା ଲୁଟ୍‌

Published By : Harapriya Sethi | January 1, 2025 1:49 PM

ଜଗତସିଂହପୁର,୦୧/୦୧: ଜଗତସିଂହପୁର ସହର ମଧ୍ୟରେ ଥିବା ସେଣ୍ଟ୍ରାଲ ମାର୍କେଟ ଶ୍ରୀରାମ ଜୁଏଲାରୀରୁ ଚୋରି । ଦୋକାନ ପଛପଟ କାନ୍ଥ ଭାଙ୍ଗି ଏକ କିଲୋରୁ ଉର୍ଦ୍ଧ୍ୱ ଓଜନର ସୁନା ଅଳଙ୍କାର ଚୋରି ହୋଇଥିବା ଏଭିଯୋଗ ହୋଇଛି । ଲୁଟ୍‌ ହୋଇଥିବା ସୁନା ଗହଣାର ଆନୁମାନିକ ମୁଲ୍ୟ ୭୦ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଜଣାପଡ଼ିଛି । ଜଗତସିଂବପୁର ଜିଲ୍ଲାରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ,ମଙ୍ଗଳବାର ରାତି ୧୦ଟାରେ ଶ୍ରୀରାମ ଜୁଏଲାରୀର ମାଲିକ ହିମାଂଶୁ ସାହୁ ଦୋକାନ ବନ୍ଦ କରି ଘରକୁ ଯାଇଥିଲେ । ବୁଧବାର ସକାଳୁ ଆସି ଦୋକାନ ଖୋଲିଥିଲେ । ଦୋକାନ ଖୋଲିବା ପରେ ଚୋରି ହୋଇଥିବା ଜାଣିବାକୁ ପାଇଥିଲେ । ଦୁର୍ବୃତ୍ତମାନେ ଜୁଏଲାରୀର ପଛ କାନ୍ଥ ଭାଙ୍ଗି ପ୍ରାୟ ଏକ କିଲୋ ଓଜନର ସୁନା ଗହଣା ଚୋରି କରି ନେଇଥିଲେ । ଏହା ଦେଖି ଦୋକାନ ମାଲିକ ହିମାଂଶୁ ସାହୁ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ସଦର ପୋଲିସ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.