ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଯାତ୍ରା ଦେଖିବାକୁ ଯାଇଥିବା ବେଳେ ଘରେ କଳାକନା ବୁଲାଇଦେଲେ ଦୁର୍ବୃତ୍ତ, ନଗଦ ଟଙ୍କା ସହ ସୁନା ଅଳଙ୍କାର ଚୋରି

ଆନନ୍ଦପୁର, ୦୯/୧୨ : ଯାତ୍ରା ଦେଖି ଯାଇଥିବା ବେଳେ ଘରେ କଳାକନା ବୁଲାଇଦେଲେ ଦୁର୍ବୃତ୍ତ। ଆନନ୍ଦପୁର ଥାନା ଚମର୍ଦା ଗାଁର ରମେଶ ଚନ୍ଦ୍ର ସାହୁଙ୍କ ଘରେ ଚୋରି ହୋଇଛି। ଘରୁ ନଗଦ ଟଙ୍କା ସହିତ ସୁନା ଓ ରୁପା ଅଳଙ୍କାର ଚୋରି କରି ନେଇଛନ୍ତି। ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି।

ଅଭିଯୋଗ ଅନୁଯାୟୀ, ରମେଶ ପଦ୍ମପୁର ଗାଁରେ ଏକ ଅଳଙ୍କାର ଦୋକାନ କରିଛନ୍ତି। ଶୁକ୍ରବାର ରାତିରେ ତାଙ୍କ ପରିବାର ଯାତ୍ରା ଦେଖିବାକୁ ଯାଇଥିବା ବେଳେ ଚୋରମାନେ ତାଙ୍କ ଘରୁ ୯ ହଜାର ଟଙ୍କା ସମେତ ୮୦ ଗ୍ରାମ ରୁପା ଓ ୧୦ ଗ୍ରାମର ସୁନା ଗହଣା ଚୋରି କରି ନେଇଛନ୍ତି। ଯାତ୍ରା ଅଧାରୁ ରମେଶଙ୍କ ବାପା ଘରକୁ ଆସିବାରୁ ଚାବି ଭଙ୍ଗା ହୋଇ ଚୋରି ହୋଇଯାଇଥିବା ଦେଖିବାକୁ ପାଇଥିଲେ। ଏନେଇ ଥାନାରେ ଅଭିଯୋଗ ହୋଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.