ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଗ୍ୟାସ୍ କଟର ସାହାଯ୍ୟରେ ଏଟିଏମ୍‌ରୁ ଲୁଟ୍, ୩ ମୁଖା ପିନ୍ଧା ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ

ବଡ଼ବିଲ, ୩୦/୦୧ : ଗ୍ୟାସ୍ କଟରରେ କାଟି ଏଟିଏମ୍‌ରୁ ଲୁଟ୍। କେନ୍ଦୁଝର ଜିଲ୍ଲା ଯୋଡ଼ା ସହର ବନେଇକଳାରେ ଥିବା ବ୍ୟାଙ୍କ୍ ଅଫ୍ ଇଣ୍ଡିଆ ଏଟିଏମ୍‌ରୁ ଲୁଟ୍ ହୋଇଛି। ସୋମବାର ବିଳମ୍ବିତ ରାତିରେ ଦୁବୃର୍ତ୍ତମାନେ ଏଟିଏମ୍‌କୁ ଗ୍ୟାସ କଟରରେ କାଟି ଟଙ୍କା ଲୁଟି ନେଇଥିବା ସନ୍ଦେହ କରାଯାଉଛି। ତେବେ କେତେ ଟଙ୍କା ଲୁଟ ହୋଇଛି ସେନେଇ କିଛି ସ୍ପଷ୍ଟ ହୋଇନାହିଁ । 

ଯୋଡ଼ା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଅଧିକ ତଦନ୍ତ ପାଇଁ ସାଇଣ୍ଟିଫିକ୍ ଟିମ୍‌କୁ ମଧ୍ୟ ଡକାଯାଇଛି । ଆଖପାଖରେ ଲାଗିଥିବା ସିସିଟିଭି ଫୁଟେଜକୁ ଯାଞ୍ଚ୍ କରୁଛି ପୋଲିସ । ଏଟିଏମର ଅପରପାର୍ଶ୍ଵରେ ଏକ ଫିଟନେସ୍ ସେଣ୍ଟରରେ ଲାଗିଥିବା ସିସିଟିଭି ଫୁଟେଜରୁ କିଛି ତଥ୍ୟ ପୋଲିସ୍ ହାତରେ ଲାଗିଛି । ୩ ଜଣ ମୁଖାପିନ୍ଧା ଦୃବୃର୍ତ୍ତ ଏହି କାଣ୍ଡ ଭିଆଇଥିବା ଫୁଟେଜରୁ ଜଣାପଡ଼ୁଛି। ତେବେ ଦୁବୃର୍ତ୍ତଙ୍କ ସମ୍ପର୍କରେ ପତ୍ତା ଲଗାଇବା ପାଇଁ ଚେଷ୍ଟା ଚଳାଇଛି ପୋଲିସ ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.