ପ୍ରମୁଖ ଖବର
  • ବଲାଙ୍ଗୀର : ଓଡ଼ିଶାରେ ସବୁଠୁ ବଡ଼ IT ରେଡ୍, ୨୦ ସ୍ଥାନରେ ଚଢାଉ, ବାହାରୁଛି ବସ୍ତା ବସ୍ତା ଟଙ୍କା
  • ||
  • ଘଟଗାଁ : ଯୁବକଙ୍କୁ ବିଭତ୍ସ ଭାବେ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • କାଲିମେଳା : ଗାଁ ଦାଣ୍ଡରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ବ୍ରହ୍ମବରଦା : ମେଣ୍ଢା ଫାର୍ମ ହାଉସରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ୨୧ ମେଣ୍ଢା ଗୁରୁତର
  • ||
  • କଟକ: ଜନଶତାବ୍ଦୀ ଏକ୍ସପ୍ରେସ୍‌ର ବଗି ତଳେ ଲାଗିଲା ନିଆଁ, କଟକ ଷ୍ଟେସନରେ ଅଟକିଲା ଟ୍ରେନ୍
  • ||
  • ଭୁବନେଶ୍ୱର: ସ୍ୱାସ୍ଥ୍ୟ କର୍ମଚାରୀଙ୍କ ଆନ୍ଦୋଳନକୁ ନା’, ଆଗାମୀ ୬ ମାସ ପର୍ଯ୍ୟନ୍ତ ଲାଗୁ ହେଲା ଏସ୍‌ମା
  • ||
  • ଭୁବନେଶ୍ୱର: କାଲୁଆ କରିଦେଲା କୋହଲା ପାଗ, ଦିନ ତାପମାତ୍ରା ୫ ଡିଗ୍ରୀ ଖସିଗଲା
  • ||

ତାଲା ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଗହଣା, ଲୁଟେରାଙ୍କ ଟେର୍ ପାଉନି ପୋଲିସ

ନିଶ୍ଚିନ୍ତକୋଇଲି, ୨୧/୧୦ : ତାଲା ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଗହଣା। କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଥାନା ବାଲିଆପଦା ୪ ନମ୍ବର ୱାର୍ଡର ବିଶ୍ବନାଥ ନନ୍ଦଙ୍କ ଘରୁ ଲୁଟ୍ ହୋଇଛି। ବିଶ୍ବନାଥ ଓ ତାଙ୍କ ପରିବାର ଘରେ ନଥିବାର ସୁଯୋଗ ନେଇ ଘରର ତାଲା ଭାଙ୍ଗିବା ସହ ଆଲମାରୀ ଲକର ଭାଙ୍ଗି ସୁନା ଅଳଙ୍କାର, ନଗଦ ଟଙ୍କା ଏବଂ କିଛି ଗୁରୁତ୍ଵପୂର୍ଣ୍ଣ ଜିନିଷ ଚୋରି କରି ନେଇଛନ୍ତି। ଏନେଇ ବିଶ୍ଵନାଥ ଥାନାରେ ଏତଲା ଦେଇଛନ୍ତି।

ଖବରପାଇ ନିଶ୍ଚିନ୍ତକୋଇଲି ଥାନା ପୋଲିସ ଶୁକ୍ରବାର ବିଳମ୍ବିତ ରାତିରେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏ ପର୍ଯ୍ୟନ୍ତ ପୋଲିସ ଲୁଟେରାଙ୍କ ଟେର ପାଇ ପାରିନାହିଁ। ପୋଲିସ ଲୁଟେରାଙ୍କୁ ଧରିବା ପାଇଁ ଉଦ୍ୟମ ଚଳାଇଛି।

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.